Posted inଖେଳ

ରୋହିତ ଶର୍ମାଙ୍କୁ ଡରି ତାଙ୍କ ପାଖ ମାଡୁ ନ ଥିଲେ ଝିଅ ସମାଇରା, ଜାଣନ୍ତୁ କାହିଁକି

ମୁମ୍ବାଇ,୧୧।୧୨: ମୁମ୍ବାଇରେ ଖେଳାଯିବାକୁ ଥିବା ତୃତୀୟ ତଥା ଅନ୍ତିମ ଟି-୨୦ ମ୍ୟାଚ ପୂର୍ବରୁ ବିସିସିଆଇ ଟୁଇଟରରେ ଏକ ଭିଡିଓ ଅପଲୋଡ୍‌ କରିଛି। ଭିଡିଓରେ ରୋହିତ ଶର୍ମା ନିଶ କାଟିବା ନେଇ ବଡ ଖୁଲାସା କରିଛନ୍ତି। ଚହଲ ଟିଭିକୁ ଦେଇଥିବା ସାକ୍ଷାତକାରରେ ରୋହିତ୍‌ କହିଛନ୍ତି, ଝିଅ ସମାଇରା ଯୋଗୁ ସେ କ୍ଲିନ୍‌ ସେଭ୍‌ କରିଛନ୍ତି। ବଡ ନିଶ ରଖିଲେ ଝିଅ ଡରି ତାଙ୍କ ପାଖ ମାଡୁ ନ ଥିଲା। ଏହି କାରଣରୁ ସେ କ୍ଲିନ୍‌ ସେଭ୍‌ କରିବାକୁ ବାଧ୍ୟ ହୋଇଥିଲେ ବୋଲି ରୋହିତ କହିଛନ୍ତି। ସୂଚନାଯୋଗ୍ୟ, ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷ ତୃତୀୟ ଟି-୨୦ରେ ରୋହିତ୍‌ ଶର୍ମାଙ୍କ ପାଖରେ ନୂଆ ରେକର୍ଡ କରିବାର ସୁଯୋଗ ରହିଛି। ରୋହିତ୍‌ ପ୍ରଥମ ଭାରତୀୟ ଭାବେ ଅନ୍ତର୍ଜାତୀୟ କ୍ରିକେଟର ସବୁ ଫର୍ମାଟରେ ୪୦୦ ଛକା ମାରିବାରୁ ମାତ୍ର ଗୋଟିଏ ପାଦ ଦୂରରେ ଅଛନ୍ତି। ଏହାଛଡା ରୋହିତ ଆଉ ଏକ ରେକର୍ଡର ଅଧିକାରୀ ମଧ୍ୟ ହୋଇପାରନ୍ତି। ଅନ୍ତର୍ଜାତୀୟ ଟି-୨୦ରେ ସର୍ବାଧିକ ରନର ରେକର୍ଡ ଟିମ ଇଣ୍ଡିଆ କ୍ୟାପଟେନ ବିରାଟ କୋହଲିଙ୍କ ନାଁରେ ଅଛି। କୋହଲି ୬୯ ଇନିଂସରେ ୨୫୬୩ ରନ କରିଛନ୍ତି । ତେବେ ରୋହିତ୍ ଏହି ମାମଲାରେ କୋହଲିଙ୍କଠାରୁ ମାତ୍ର ୧ ରନ ପଛରେ ଅଛନ୍ତି। ରୋହିତ୍‌ ୯୫ ଇନିଂସରେ ୨୫୬୨ ରନ କରି ଦ୍ୱିତୀୟରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଗଷ୍ଟର ଶେଷ ସପ୍ତାହ ଏହି ୫ ରାଶି ପାଇଁ ରହିବ ବହୁତ ଖାସ୍‌: ବଢିବ ଦରମା ସାଙ୍ଗକୁ…

ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ୨୯ ଅଗଷ୍ଟ ୨୦୨୬ ଦିନଟି ବେଶ ବିଶେଷ ରହିପାରେ। ଏହି ଦିନଠାରୁ ଭାଦ୍ରବ ମାସ ଆରମ୍ଭ ହେଉଥିବା ବେଳେ କୃଷ୍ଣପକ୍ଷ ପ୍ରତିପଦା…

ବନ୍ୟା ଉଜାଡ଼ିଲା ଚାଷୀଙ୍କ ସ୍ବପ୍ନ: ଜମି ବାଲିଚର, ଧାନଫସଲ ପଚି ନଷ୍ଟ

ଭବାନୀପାଟଣା,୨୯ା୮(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଜୁନାଗଡ଼ ଓ କଲମପୁର ବ୍ଲକର ହାତୀ ନଦୀକୁଳିଆ ଚାଷୀଙ୍କ ସ୍ବପ୍ନ ବନ୍ୟା ଉଜାଡ଼ିଦେଇଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳର ଚାଷୀମାନେ ଚିନ୍ତାରେ…

ତେଲରେ ମିଶ୍ରଣ ଅଭିଯୋଗରେ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୨୫୭୩ ପେଟ୍ରୋଲ ପମ୍ପ ଉପରେ ଲାଗିଲା ରୋକ, ତାଲିକାରେ…

ନୂଆଦିଲ୍ଲୀ,୨୯।୮: ଦେଶରେ ମିଶ୍ରିତ ପେଟ୍ରୋଲ ବିକ୍ରି କରୁଥିବା ପେଟ୍ରୋଲ ପମ୍ପ ବିରୋଧରେ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଦୀର୍ଘଦିନ ଧରି ପେଟ୍ରୋଲରେ ମିଶ୍ରଣ ଏବଂ ଏହା…

ସ୍କୁଲ ଛାତରୁ ପାଣି ଗଳୁଛି, ରାସ୍ତା ନାହିଁ: ଖବରଦାତାଙ୍କୁ ବାହାରକରି ଗେଟ୍‌ରେ ତାଲା ପକାଇଦେଲେ ପ୍ରଧାନ ଶିକ୍ଷୟିତ୍ରୀ

ଆନନ୍ଦପୁର,୨୯ା୮(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶାଳବଣି ପଞ୍ଚାୟତ ବାଲିପଶିସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଦୟନୀୟ ଅବସ୍ଥାରେ ଚାଲିଛି। ପରିବେଶ ସଫା କରାଯାଉ ନ ଥିବା…

ମୃତଦେହ ରଖିବାକୁ ସ୍ଥାନାଭାବ

କାଠମାଣ୍ଡୁ,୨୯ା୮: ନେପାଳ ବନ୍ୟାରେ ୫୪୭ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ସହ ଅନେକ ନିଖୋଜ ଥିବାବେଳେ ଭୋଟେକୋଶୀ ଏବଂ ତ୍ରିଶୂଳୀ ନଦୀ ପ୍ରଣାଳୀରୁ ବାହାର କରାଯାଇଥିବା ମୃତଦେହଗୁଡ଼ିକୁ ରଖିବା…

ମାଲିକ ଆଖି ମିଟିକାଇଲେ ଅନୁକରଣ କରନ୍ତି କୁକୁର: ସାମ୍ନାକୁ ଆସିଲା ଚମକପ୍ରଦ ଘଟଣା

ସିଡ୍‌ନୀ/ଲଣ୍ଡନ,୨୯ା୮: କୁକୁର ଏବଂ ମଣିଷଙ୍କ ସମ୍ପର୍କକୁ ନେଇ ଏକ ଚମକପ୍ରଦ ଗବେଷଣା ସାମ୍ନାକୁ ଆସିଛି। ମାଲିକ ଆଖିପତା ପକାଇବା ବା ଆଖି ମିଟିକାଇବା (ବ୍ଲିକିଂ) ଦେଖିଲେ କୁକୁରମାନେ…

ପୁସ୍ତକ ପ୍ରତ୍ୟାହାର ଅଭିଯୋଗକୁ ଫେଙ୍ଗୁଇନ୍‌ ଇଣ୍ଡିଆର ଖଣ୍ଡନ

ନୂଆଦିଲ୍ଲୀ, ୨୯।୮: କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ବହୁଚର୍ଚ୍ଚିତ ଜୀବନୀ ‘ବିଲଙ୍ଗିଙ୍ଗ୍‌:ଏ ଜର୍ଣ୍ଣି ଅଫ୍‌ ଲଭ୍‌’ ପ୍ରକାଶନକୁ ନେଇ ଆସିଥିବା ସମସ୍ତ ଗଣମାଧ୍ୟମ ରିପୋର୍ଟକୁ ପେଙ୍ଗୁଇନ ରାଣ୍ଡମ…

ମହାକାଶରେ ଫେଣା ତିଆରିକଲେ ୩,୩୦୧ ମହୁମାଛି

ୱାଶିଂଟନ, ୨୯ା୮: ବିଜ୍ଞାନ ଜଗତରେ ଅନେକ ଅଦ୍ଭୁତ ପରୀକ୍ଷଣ କରାଯାଇଛି, କିନ୍ତୁ ମହାକାଶକୁ ମହୁମାଛି ପଠାଇବା ସବୁଠାରୁ ନିଆରା ଥିଲା। ଆମେରିକାର ଜାତୀୟ ମହାକାଶ ସଂସ୍ଥା ‘ନାସା’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri