Posted inଖେଳ

ରୋହିତ ସଫଳ

ବିଶାଖାପାଟଣା,୦୨।୧୦: ଦିନିକିଆ ଓ ଟି୨୦ ଭଳି ଟେଷ୍ଟ ଫର୍ମାଟରେ ଓପନର ଭାବେ ଭାରତୀୟ ଦଳର ସିନିୟର ବ୍ୟାଟ୍ସମ୍ୟାନ ରୋହିତ ଶର୍ମା ସଫଳ ହୋଇଛନ୍ତି। ଦକ୍ଷିଣ ଆଫ୍ରିକା ବିପକ୍ଷ ଚଳିତ ଟେଷ୍ଟରେ ପ୍ରଥମ ଥର ଓପନିଂ କରିବାକୁ ସୁଯୋଗ ପାଇଥିବା ରୋହିତ ୧୧୫ ରନ୍‌ କରି ଅପରାଜିତ ରହିଛନ୍ତି। ଏହା ଟେଷ୍ଟ ଫର୍ମାଟରେ ରୋହିତଙ୍କ କ୍ୟାରିୟରର ୪ର୍ଥ ଶତକ। ୨୦୧୬ ପରେ ଏହା ତାଙ୍କର ପ୍ରଥମ ଟେଷ୍ଟ ଶତକ। ଉଲ୍ଲେଖଥାଉ କି, ରୋହିତ ୬ ବର୍ଷ ପୂର୍ବେ ସମ୍ପୂର୍ଣ୍ଣ ଷ୍ଟାଇଲରେ ଟେଷ୍ଟ ପଦାର୍ପଣ କରିଥିଲେ। ପ୍ରଥମ ଟେଷ୍ଟରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଟେଷ୍ଟରେ ୧୭୭ ରନ୍‌ କରିଥିଲେ। ଏହାପରେ ମୁମ୍ବାଇଠାରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟରେ ରୋହିତ ୧୧୧ ରନ୍‌ କରିଥିଲେ। ଏହି ମ୍ୟାଚ୍‌ ଥିଲା କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କ କ୍ୟାରିୟରର ଅନ୍ତିମ ଅନ୍ତର୍ଜାତୀୟ ମ୍ୟାଚ। ପରେ ଦିନିକିଆ ଓ ଟି୨୦ ମ୍ୟାଚ୍‌ରେ ସଫଳ ହୋଇଥିଲେ ମଧ୍ୟ ଟେଷ୍ଟରେ ଆଖିଦୃଶିଆ ପ୍ରଦର୍ଶନ କରିପାରି ନ ଥିଲେ ରୋହିତ।


Enter your email to get our daily news in your inbox.

All Right Reserved By Dharitri.Com

କୃତିମ ସୂର୍ଯ୍ୟ ତିଆରି କରୁଛି ଚାଇନା, ବିଶ୍ୱର ସବୁଠାରୁ ଶକ୍ତିଶାଳୀ ମ୍ୟାଗନେଟ୍‌ର ପରୀକ୍ଷଣ ସଫଳ

ନୂଆଦିଲ୍‌ଲୀ,୨୮।୭: ପୃଥିବୀରେ ଶକ୍ତିର ସନ୍ଧାନ ମଧ୍ୟରେ ଚୀନ୍ ଏକ ବଡ଼ ସଫଳତା ହାସଲ କରିଛି। ଚୀନ୍ ବିଶ୍ୱର ସବୁଠାରୁ ବଡ଼ ସୁପରକଣ୍ଡକ୍ଟିଂ ଫ୍ୟୁଜନ୍ ମ୍ୟାଗନେଟ୍ (Superconducting Fusion…

ଭଦ୍ରକରେ ବୁଧବାର ସମସ୍ତ ସ୍କୁଲ-ଅଙ୍ଗନବାଡ଼ି ଛୁଟି

ଭଦ୍ରକ,୨୮।୭: ପ୍ରବଳ ବର୍ଷା ଏବଂ ଖରାପ ପାଗକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆସନ୍ତାକାଲି ଅର୍ଥାତ ବୁଧବାର ଜିଲାର…

ଟ୍ରେନ ଆଗକୁ ଡେଇଁ ପଡ଼ିଲେ ମହିଳା, ଆଉ ତା’ପରେ…

ବଲାଙ୍ଗୀର,୨୮।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଖୁଜେନପାଲି କବାଟପଡ଼ା ରେଳ ଲାଇନ୍‌ ନିକଟରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ରେଳବାଇ ପୋଲିସ ଉଦ୍ଧାର କରିଛି। ମହିଳାଙ୍କ ପରିଚୟ ମିଳି…

ବିପଦ ସଂକେତ ଉପରେ ବୁଢ଼ାବଳଙ୍ଗ: ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ, ଏସ୍‌ପି

ବୈଶିଙ୍ଗା,୨୮।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ତଥା ବେତନଟୀ ବ୍ଲକ ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ପୋଲ ନିକଟରେ ମଙ୍ଗଳବାର ଦ୍ୱିପ୍ରହର ସୁଦ୍ଧା ଜଳସ୍ତର ବିପଦ…

ପାଲଲହଡ଼ା-ବାଉଁଶଯୋଡ଼ା ବ୍ରିଜରେ ୫ ଫୁଟ ବନ୍ୟା ପାଣି

ଭୁବନେଶ୍ୱର,୨୮।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଯୋଗୁ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ଲଗାଣ ବର୍ଷା ଯୋଗୁ ପାଲଲହଡ଼ା-ବାଉଁଶଯୋଡ଼ା ନଦୀ ବ୍ରିଜ ଉପରେ…

ଅଚାନକ ଭାରତୀୟ କୋଚ୍‌ ଦେଲେ ଇସ୍ତଫା: କ୍ରିକେଟ ଜଗତରେ ହଇଚଇ, ଏମିତି ନିଷ୍ପତ୍ତି ନେଇ…

ମୁମ୍ବାଇ,୨୮।୭: ଅଚାନକ ଟିମ ଇଣ୍ଡିଆର ସହକାରୀ କୋଚ୍‌ ରୟାନ ଟେନ ଡୋଶେଟ (Ryan ten Doeschate) ନିଜ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ୟୁକେ (UK) ଗସ୍ତରେ…

ସରକାରଙ୍କ ବଡ଼ ଘୋଷଣା ରାକ୍ଷୀ ପୂର୍ଣ୍ଣିମାଠାରୁ ପ୍ରତି ମାସରେ ମହିଳାଙ୍କ ଖାତାକୁ ଆସିବ ୨୫୦୦ଟଙ୍କା

ନୂଆଦିଲ୍ଲୀ,୨୮।୭: ରକ୍ଷା ବନ୍ଧନ ପୂର୍ବରୁ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କ୍ୟାବିନେଟ ନିଷ୍ପତ୍ତି ମାଧ୍ୟମରେ ଦିଲ୍ଲୀର ଭଉଣୀମାନଙ୍କୁ…

କେରଳ ଦାଦନ ଖଟିବାକୁ ଯାଇ ଯୁବକ ମୃତ: ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା

ଜି.ଉଦୟଗିରି,୨୮।୭(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠି): କନ୍ଧମାଳ ଜିଲାରୁ ସୁଦୂର କେରଳରେ ଦାଦନ ଖଟିବାକୁ ଯାଇ ଯୁବକଙ୍କ ମୃତ୍ୟୁ ଘଟଣା ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri