ରୋହିତ ସେଟ୍ଟୀଙ୍କ ବଦାନ୍ୟତା

ମୁମ୍ବାଇ: ବଲିଉଡ୍‌ ଫିଲ୍ମ ଇଣ୍ଡଷ୍ଟ୍ରିରେ କରୋନା ମହାମାରୀର ମୁକାବିଲା ଲାଗି ସମସ୍ତେ ସହଯୋଗ କରିବାକୁ ଆଗେଇ ଆସିଛନ୍ତି। ସେମାନଙ୍କ ମଧ୍ୟରୁ ରୋହିତ ସେଟ୍ଟୀ ଅନ୍ୟତମ। କିଛିଦିନ ତଳେ ଅମିତାଭ ବଚ୍ଚନ ଟିଭି ଇଣ୍ଡଷ୍ଟ୍ରିରେ କାମ କରୁଥିବା ଶ୍ରମିକଙ୍କୁ ସାହାଯ୍ୟ କରିଥିବାବେଳେ ରୋହିତ ସେଟ୍ଟୀ ଇଣ୍ଡଷ୍ଟ୍ରିରେ କାମ କରୁଥିବା ଛୋଟ ଫଟୋଗ୍ରାଫରଙ୍କ ଆକାଉଣ୍ଟରେ ଟଙ୍କା ପଠାଇ ସାହାଯ୍ୟ କରିଛନ୍ତି। ଲକ୍‌ଡାଉନ୍‌ ଯୋଗୁ ସବୁ ବନ୍ଦ ହୋଇଯାଇଛି। କାମ ବନ୍ଦ ହେବାରୁ ସେମାନେ ଏକପ୍ରକାର ବେରୋଜଗାର ହୋଇପଡ଼ିଛନ୍ତି। ଦୁଇଓଳି ଖାଇବା ପାଇଁ ମଧ୍ୟ ସେମାନଙ୍କ ପାଖେ ସକ୍ଷମତା ନାହିଁ। ଏହି ବିପଦ ସମୟରେ ରୋହିତ ସେମାନଙ୍କର ସାହାରା ବନିଛନ୍ତି। ସେ ସେହି ଫଟୋଗ୍ରାଫରଙ୍କ ଆକାଉଣ୍ଟକୁ ସହାୟତା ରାଶି ପଠାଇଛନ୍ତି। ଯେଉଁଥିରେ ସେମାନେ ସେମାନଙ୍କ ପରିବାରର ଗୁଜୁରାଣ ମେଣ୍ଟାଇ ପାରିବେ। ରୋହିତ ସାହାଯ୍ୟ କରି କହିଛନ୍ତି ଯେ, ଏମିତି ଲୋକ ଅଛନ୍ତି, ଯେଉଁମାନେ ଖାଇବାକୁ ପାଉନାହାନ୍ତି। ଦୟାକରି ସମସ୍ତେ ସେମାନଙ୍କୁ ସହଯୋଗ କରନ୍ତୁ। ଆମେ ସମସ୍ତେ କରୋନା ବିରୋଧରେ ମିଳିମିଶିି ଲଢ଼େଇ କଲେ ନିଶ୍ଚିତ ବିଜୟୀ ହେବା। ଏହି ବିପଦ କ୍ଷଣସ୍ଥାୟୀ। ସମସ୍ତେ ଏକାଠି ହୋଇ ଏହାର ସାମ୍ନା କଲେ ବିପଦ ଟଳିଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

ତୃତୀୟ ଦିନରେ ଶ୍ରୀଲଙ୍କାର ଲଢ଼ୁଆ ବ୍ୟାଟିଂ, ଭାରତର ନିୟନ୍ତ୍ରଣରେ ଦ୍ୱିତୀୟ ଟେଷ୍ଟ

କଲମ୍ବୋ,୨୫ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ତୃତୀୟ ଦିନ ଶେଷ ସୁଦ୍ଧା ଭାରତ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସ୍‌ରେ ଭାରତ ୫୦୩/୯ ସ୍କୋର କରିଥିବା ବେଳେ…

ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ, କର୍ମକର୍ତ୍ତା ଚୟନ: ବ୍ରାହ୍ମଣୀଗାଁରେ ବ୍ଲକ୍ କାର୍ଯ୍ୟାଳୟ ସ୍ଥାପନ ଦାବି

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ପାଳକ ସଂଘର କମ୍ୟୁନିଟି ହଲ୍‌ରେ ମଙ୍ଗଳବାର ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ ଓ କର୍ମକର୍ତ୍ତା ଚୟନ…

ସିଡିପିଓଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁରରେ ବିଭିନ୍ନ ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ମଙ୍ଗଳବାରଠାରୁ ଅନଶନ ଆରମ୍ଭ କରିଛନ୍ତି। ଅନଶନ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri