Posted inଖେଳ

ରୋହିତଙ୍କ ଦ୍ୱିଶତକ: ଖେଳ ରୋକିଲା ଖରାପ ଆଲୋକ

ରାଞ୍ଚି,୨୦।୧୦- ଏଠାରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ତୃତୀୟ ଟେଷ୍ଟର ଦ୍ୱିତୀୟ ଦିନ ମଧ୍ୟ ଖରାପ ଆଲୋକ ଯୋଗୁ ଶୀଘ୍ର ଖେଳ ବନ୍ଦ ହୋଇଯାଇଛି। ଭାରତୀୟ ଦଳ ତା’ର ଅସମାପ୍ତ ପ୍ରଥମ ଇନିଂସ ସ୍କୋର ୨୨୪/୩ରୁ ବ୍ୟାଟିଂ ଆରମ୍ଭ କରି ୪୯୭/୯ ଥିବାବେଳେ ଇନିଂସ ଘୋଷଣା କରିଥିଲା। ଅଜିଙ୍କ୍ୟ  ରାହାନେ ନିଜ କ୍ୟାରିୟରର ୧୧ତମ ଶତକ ପୂରଣ କରିବା ପରେ ୧୧୫ ରନ୍‌ କରି ଆଉଟ୍‌ ହୋଇଥିଲେ। ସେ ଆଉଟ୍‌ ହେବା ପୂର୍ବରୁ ରୋହିତ ଶର୍ମାଙ୍କ ସହ ମିଶି ୪ର୍ଥ ଉଇକେଟ ପାଇଁ ୨୭୭ ରନ୍‌ ଯୋଡ଼ିଥିଲେ। ରୋହିତ କ୍ୟାରିୟରର ପ୍ରଥମ ଟେଷ୍ଟ ଦ୍ୱିଶତକ ଅର୍ଜନ କରିଥିଲେ। ୨୮ ଚୌକା ଓ ୬ ଛକା ସହାୟତାରେ ୨୧୨ ରନ୍‌ କରିଥିବା ରୋହିତ କାଗିସୋ ରବାଡାଙ୍କ ବଲରେ ଲୁଙ୍ଗି ଏନ୍‌ଗିଡିଙ୍କୁ ଦ୍ୱାରା କ୍ୟାଚ୍‌ ଆଉଟ୍‌ ହୋଇଥିଲେ। ଭ୍ରମଣକାରୀ ଦଳ ପାଇଁ ଜର୍ଜ ଲିଣ୍ଡେ ୪ ଓ ରବାଡା ୩ ଉଇକେଟ ନେଇଥିଲେ। ଏହାପରେ ପ୍ରଥମ ଇନିଂସ ବ୍ୟାଟିଂ ଆରମ୍ଭ କରିଥିବା ଦକ୍ଷିଣ ଆଫ୍ରିକା କ୍ରମାଗତ ଦୁଇ ଓଭରରେ ଦୁଇ ଓପନରଙ୍କୁ ହରାଇଥିଲା। ଡିନ ଏଲଗାର ଖାତା ଖୋଲିପାରି ନ ଥିବାବେଳେ କୁଇଣ୍ଟନ ଡିକକ୍‌ ୪ ରନ୍‌ କରିଥିଲେ। ଦଳ ମାତ୍ର ୫ ଓଭର ଖେଳି ଦୁଇ ଉଇକେଟ ହରାଇ ୯ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ଭାରତ ପକ୍ଷରୁ ବୋଲିଂରେ ଉମେଶ ଯାଦବ ଓ ମହମ୍ମଦ ସାମି ଗୋଟିଏ ଲେଖାଏ ଉଇକେଟ ନେଇଥିଲେ। ଦକ୍ଷିଣ ଆଫ୍ରିକାକୁ ଇନିଂସ ଅଗ୍ରଣୀ ପାଇଁ ବଳକା ୮ ଉଇକେଟରେ ୪୮୮ ରନ୍‌ ଦରକାର।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri