Posted inଖେଳ

ରୋହିତଙ୍କ ପରେ ମୟଙ୍କଙ୍କ ଶତକ: ଭାରତ ବଡ ସ୍କୋର ଆଡକୁ ଅଗ୍ରସର

ବିଶାଖାପାଟଣା,୩।୧୦: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନିମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚରେ ଭାରତର ସ୍ଥିତି ମଜଭୁତ ହୋଇଛି। ହିଟମ୍ୟାନ ରୋହିତ୍‌ ଶର୍ମାଙ୍କ ପରେ ମୟଙ୍କ ଅଗ୍ରୱାଲ ଦମଦାର ବ୍ୟାଟିଂ କରି ଶତକ ହାସଲ କରିଛନ୍ତି। ଫଳରେ ଭାରତ ବଡ ସ୍କୋର ଆଡକୁ ଅଗ୍ରସର ହେଉଛି। ଭାରତ ପ୍ରଥମ ଦିବସରେ ବର୍ଷା ବାଧାପ୍ରାପ୍ତ ସୁଦ୍ଧା ୫୯.୧ ଓଭରରେ ବିନା ଉଇକେଟ ହରାଇ ୨୦୨ ରନରୁ ଖେଳ ଆରମ୍ଭ କରିଥିଲା। ମୟଙ୍କ କ୍ୟାରିୟର ପ୍ରଥମ ଶତକ ହାସଲ କରିଥିଲେ। ୨୦୪ଟି ବଲ୍‌ ଖେଳି ୧୩ଟି ଚୌକା ଏବଂ ୨ଟି ଛକା ସହ ସେ ନିଜ ଶତକ ପୂରଣ କରିଥିଲେ। ୭୩ ଓଭରରେ ଭାରତ ବ୧ିନା କୌଣସି ଉଇକେଟ ହରାଇ ୨୫୯ ରନ କରିସାରିଲାଣି। ରୋହିତ୍‌ ୧୪୮ ଏବଂ ମୟଙ୍କ ୧୦୮ ରନର ପାଳି ଖେଳି କ୍ରିଜରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାଦନ ଖଟିବାକୁ ଯାଇଥିବା ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ, ମୃତଦେହ ଆଣିବା ପାଇଁ ପ୍ରଶାସନକୁ ଗୁହାରି

ଗୁଣୁପୁର,୩୧।୫( ସୁଜାତା ପାଢ଼ୀ): ଆନ୍ଧ୍ରକୁ ଦାଦନ ଖଟିବାକୁ ଯାଇଥିବା ଗୁଣପୁର ବ୍ଳକ୍ ଶଗଡା ଗ୍ରାମର ଜୈନକ ଯୁବତୀ ବିଲମା ଗମାଙ୍ଗ (୨୬)ଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି…

ସିଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା, ସୁନ୍ଦରଗଡ଼ ଯାତ୍ରା କଲେ କେନ୍ଦୁଝର ଦଳ

କେନ୍ଦୁଝର,୩୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟ କ୍ରୀଡା ଓ ଯୁବସେବା ବିଭାଗ, ଫୁଟବଲ ଆସୋସିଏସନ ଅଫ ଓଡିଶା ଏବଂ ସୁନ୍ଦରଗଡ଼ ଜିଲା କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ସିଏମ ଟ୍ରଫି…

ଆଇପିଏଲ୍‌ ନିୟମରେ ପରିବର୍ତ୍ତନ କରିବାକୁ ତେନ୍ଦୁଲକରଙ୍କ ବଡ଼ ପ୍ରସ୍ତାବ

ମୁମ୍ବାଇ,୩୧ା୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ପ୍ରଚଳିତ ଇମ୍ପାକ୍ଟ ପ୍ଲେୟାର ନିୟମକୁ ହଟାଇବାକୁ ଚାହୁଁଛନ୍ତି ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକର। ଏଥିସହିତ ସେ ଲିଗ୍‌ରେ ବଲ ଓ ବ୍ୟାଟ…

କ୍ଷୀର ବିକ୍ରି କରି ଫେରୁଥିବା ବେଳେ ଧକ୍କା ଦେଇଥିଲା ବୁଲେଟ୍, ଚାଲିଗଲା ବୃଦ୍ଧଙ୍କ ଜୀବନ

ଦିଗପହଣ୍ଡି,୩୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ମା ‘ ତାରିଣୀ ମନ୍ଦିର ନିକଟ ରାସ୍ତାରେ ଗତ ଶୁକ୍ରବାର ସକାଳେ ବୁଲେଟ-ବାଇକ ଭିତରେ…

ଅନ୍-ସ୍କ୍ରିନ୍ ମାର୍କିଂ ବିବାଦ ଉପରେ CBSEର ୟୁଟର୍ନ, ପ୍ରଥମେ ଖାରଜ ପରେ ଏବେ ତ୍ରୁଟି ସ୍ବୀକାର କଲା

ନୂଆଦିଲ୍ଲୀ,୩୧।୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଏହାର ଅନ୍-ସ୍କ୍ରିନ୍ ମାର୍କିଂ (OSM) ସିଷ୍ଟମକୁ ନେଇ ବିବାଦ ସମ୍ପର୍କରେ ଏକ ବଡ଼ ୟୁ-ଟର୍ଣ୍ଣ ନେଇଛି । ଉତ୍ତର…

IPL-2026 ଫାଇନାଲ୍‌ରେ ଟସ୍‌ ଜିତିଲା RCB

ଅହମଦାବାଦ,୩୧।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(IPL) ୨୦୨୬ର ଫାଇନାଲ ମ୍ୟାଚ୍‌ ରବିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଟସ୍‌…

ବିଧାୟକଙ୍କୁ ପରିଗଣନା ଫର୍ମ ବାଣ୍ଟିଲେ ଭଞ୍ଜନଗର ଉପଜିଲାପାଳ, ବିଏଲଓମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଏସ ଆଇ ଆର କାର୍ଯ୍ୟ ଶନିବାର ଠାରୁ ଆରମ୍ଭ ହୋଇଯାଇଛି । ରବିବାର ଭଞ୍ଜନଗର ଉପଜିଲାପାଳ ଉମା ଶଙ୍କର…

ଯୁବକଙ୍କ ଉପରେ ଚଢ଼ିଗଲା ହାଇଓ୍ବା; ଯୁବକ ମୃତ, ଘଟଣାସ୍ଥଳରେ ଚାପା ଉତ୍ତେଜନା

ବାଙ୍କୀ,୩୧ା୫(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଉପଖଣ୍ଡ ବୈଦେସ୍ଵର ଥାନା ଅନ୍ତର୍ଗତ ଖଳିପଲ୍ଲୀ ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଯାଇଛି । ଶନିବାର ବିଳମ୍ବିତ ରାତିରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri