ଲକଡାଉନକୁ ନ ମାନି ବିବାହ ପାର୍ଟିରେ ଏକତ୍ରିତ: ୩ ଗିରଫ

କଣ୍ଟାପଡା,୨୪।୩(ଡି.ଏନ୍‌.ଏ.)- କରୋନା ପାଇଁ ସାରା ଓଡ଼ିଶା ଲକଡାଉନ ହୋଇଥିବାବେଳେ ଏହାକୁ ନ ମାନି ଏକ ବିବାହ ଉତ୍ସବରେ ଯୋଗ ଦେଇଥିବା ଅଭିଯୋଗରେ କଟକସଦର ପୋଲିସ ୩ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଏହି ଥାନାସ୍ଥିତ କାଜିପାଟଣା ଗ୍ରାମର ଇମରାନ ଖାଁ(୨୦), ଇରଫାନ ଖାଁ ଓ ଅଫସର ଖାଁ(୫୪)। ଏ ସଂକ୍ରାନ୍ତରେ ପୋଲିସ ନଂ. ୧୭୮/୨୦୨୦ ରୁଜୁ କରି ତଦନ୍ତ ଚଳାଇଛି। ପୋଲିସ ସୂଚନା ଅନୁଯାୟୀ, ସୋମବାର ଅପରାହ୍ନ ୩ଟାବେଳେ ସଦର ଥାନା ଏସ ଆଇ କାହ୍ନୁଚରଣ ସାହୁ ଓ କେତେକ କର୍ମଚାରୀ ପାଟ୍ରୋଲିଂ କରୁଥିଲେ। ସନ୍ଧ୍ୟା ପ୍ରାୟ ୬ଟା ୫୫ ସମୟରେ କାଜିପାଟଣା ଗ୍ରାମର ଜଣେ ବ୍ୟକ୍ତିଙ୍କ ଝିଅ ବାହାଘର ପାଇଁ ଘର ସମ୍ମୁଖରେ ବହୁଲୋକ ଉପସ୍ଥିତ ହୋଇଥିବା ସମ୍ପର୍କରେ ଖବର ପାଇଥିଲେ। ପୋଲିସ ଘଟଣାସ୍ଥଳକୁ ଯାଇ ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ଲକଡାଉନ ନିୟମର ସମ୍ପୂର୍ଣ୍ଣ ଉଲ୍ଲଂଘନ ହୋଇଥିବା ଜାଣିବାପରେ କାର୍ଯ୍ୟାନୁଷ୍ଠାନ ନିଆଯାଇଥିଲା। ଏହି ବିବାହ ଘଟଣାର ମୁଖ୍ୟ ପୁରୋଧାଦ୍ୱୟ ଝିଅର ମାଆବାପା ଫେରାର ଥିବା ପୋଲିିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଚର୍ଚ୍ଚାରେ ଭବାନୀପାଟଣାର କୁନି ଝିଅ କଶିସ୍‌, ବହୁମୁଖୀ ପ୍ରତିଭାର ଅଧିକାରିଣୀ ହୋଇ…

ଭବାନୀପାଟଣା,୨୯ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରର ୩ ବର୍ଷର କୁନି ଝିଅ କଶିସ୍‌ ଅଗ୍ରଓ୍ବାଲ ପୁଣି ଚର୍ଚ୍ଚାକୁ ଆସିଛନ୍ତି। ଗତ ଏପ୍ରିଲ ମାସରେ ୨…

ଟ୍ରେନ୍‌ ଟ୍ରାକ୍‌କୁ ହଠାତ୍‌ ଚାଲିଆସିଲା ଏକ ସିଂହ, ଲୋକୋ ପାଇଲଟ୍‌ କଲେ ଏମିତି କାମ, ଜାଣିଲେ ହେବେ ଆଶ୍ଚର୍ଯ୍ୟ…

ଗୁଜରାଟର ଜୁନାଗଡ଼ ଶାସନଗିରି ଅଞ୍ଚଳରୁ ଏକ ଆଶ୍ଚର୍ଯ୍ୟଜନକ ଭିଡିଓ ସାମ୍ନାକୁ ଆସିଛି। ଲୋକୋ ପାଇଲଟଙ୍କ ସତର୍କତା ଯୋଗୁ ଏକ ବଡ଼ ବିପଦ ଟଳି ଯାଇଛି। ଭେରାଭଲ-ଜୁନାଗଡ଼ ପାସେଞ୍ଜର…

ଘରକୁ ଫେରୁଥିବା ବେଳେ କେନାଲରେ ଭାସିଗଲେ ଚାଷୀ, ତାପରେ ଘଟିଲା….

ଦେବଗଡ,୨୯।୭(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ସରୁଆଳି ଗ୍ରାମ ପଂଚାୟତ ଅନ୍ତର୍ଗତ ମାଦଲିଆ ଗ୍ରାମରେ ଜଣେ ଚାଷୀ କେନାଲରେ ଭାସି ଯାଇଥିଲେ । ଏହାପରେ ଅଗ୍ନଶମ ବିଭାଗ…

ବର୍ଷର ଶେଷ ଚନ୍ଦ୍ରଗ୍ରହଣ! ପ୍ରବଳ ଇନକମ କରିବେ ୪ ରାଶି, ଅଜଣା ଲୋକ ସାଜିବେ ଦେବଦୂତ!

ମାସ ମାନଙ୍କ ମଧ୍ୟରେ ଶ୍ରାବଣ ମାସ ହେଉଛି ଏକ ଗୁରୁତ୍ୱପୂର୍ଣ୍ଣ ମାସ। ଏହି ପବିତ୍ର ମାସ ଆହୁରି ଗୁରୁତ୍ୱପୂର୍ଣ୍ଣ କାରଣ ଅଗଷ୍ଟ ୨୮ରେ ଆଶିଂକ ଚନ୍ଦ୍ରଗ୍ରହଣ ଲାଗିବାକୁ…

ପ୍ରବଳ ବର୍ଷାରେ ବୁଡ଼ିଗଲାଣି ଧାନଜମି, ଚାଷକାର୍ଯ୍ୟ ବ୍ୟାହତ, ଚାଷୀ ମୁଣ୍ଡରେ ଚଡ଼କ

କେସିଙ୍ଗା,୨୯ା୭(ତୁମେଶ୍ୱର ସାହୁ): କଳହାଣ୍ଡି ଜିଲାର କେସିଙ୍ଗା ବ୍ଲକ ଅଞ୍ଚଳରେ ଦୀର୍ଘ ୪ଦିନ ହେଲା ଲଗାଣ ବର୍ଷା ଲାଗି ରହିଥିବାରୁ ଚାଷଜମିରେ ବର୍ଷାଜଳ ଭରି ଯାଇଥିବାରୁ ଧାନଗଜା ବୁଡି…

ସିଭିଲ କୋର୍ଟ ପ୍ରତିଷ୍ଠାର ବର୍ଷ ପୂର୍ତ୍ତି ପାଳନରେ ସମ୍ବର୍ଦ୍ଧିତ ହେଲେ ୩ ମାଜିଷ୍ଟ୍ରେଟ୍‌

ଦିଗପହଣ୍ଡି,୨୯ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଗତ ୨୦୨୫ ଜୁଲାଇ ୨୯ରେ ନୂତନ ଭାବେ ଦେଓ୍ବାନୀ କୋର୍ଟ (ସିଭିଲ ଜଜ ସିନିୟର ଡିଭିଜନ) ଶୁଭାରମ୍ଭ ହୋଇଥିଲା।…

ବଢୁଛି ସାପ ଆତଙ୍କ: ଅଧ୍ୟାପକଙ୍କ ଘରେ ବିରାଟ ନାଗ, ଆଉ ତା’ ପରେ……

ଭଞ୍ଜନଗର,୨୯ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଆଜକୁ କିଛିଦିନ ହେବ ମଝିରେ ମଝିରେ ବର୍ଷା ହେଉଛି। ତେଣୁ ଖାଲଖମାଗୁଡ଼ିକ ପାଣିରେ ଭର୍ତ୍ତି ହୋଇଥିବା ଯୋଗୁ ସାପ…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର,୨୯ା୭: ବନ୍ୟା ପ୍ରଭାବିତ ଜିଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି। ଜିଲାପାଳମାନଙ୍କୁ ସ୍କୁଲ ଛୁଟି ଘୋଷଣା ସମ୍ପର୍କିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri