ଲକଡାଉନ୍‌ ନିୟମ ମାନି ଯୋଡ଼ାରେ ପାଳନ ହେଲା ଇଦ୍‌

ଯୋଡା, ୨୫।୫ (ଡି.ଏନ.ଏ.)-ରମଜାନର ୩୦ ଦିନ ଉପବାସ ପରେ ରବିବାର ରାତିରେ ଚାନ୍ଦ ଦେଖାଯିବାରୁ ସୋମବାର ଇଦ୍‌ ପର୍ବ ପାଳନ କରାଯିବା ନେଇ ଘୋଷଣା କରାଯାଇଥିଲା। ମାତ୍ର କରୋନା ମହାମାରୀ କାରଣରୁ କେନ୍ଦୁଝର ଜିଲା ଯୋଡା ସହରରେ ଇଦ୍‌ ପର୍ବ ପାଳନ ଫିକା ପଡିଲା। ଯୋଡା ମୁସଲିମ୍‌ ମାର୍କେଟ୍‌ରେ ଥିବା ମଦିନା ମସଜିଦ୍‌ର ଇମାମ୍‌ ମହମ୍ମଦ ମୁଫତୀ ଜୁନେଦ୍‌ ରଜା ଗୌସୀ ସମସ୍ତଙ୍କୁ ଇଦ୍‌ର ଶୁଭେଚ୍ଛା ଜଣାଇ କହିଥିଲେ ଯେ, ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ଲକଡାଉନ୍‌ ତଥା ସାମାଜିକ ଦୂରତା ନିୟମକୁ ମାନି ଇଦ୍‌ ପର୍ବ ପାଳନ କରାଯାଉଛି। ଇଦ୍‌ ନମାଜ୍‌ ପଢିବା ସମୟରେ ମସଜିଦ୍‌ରେ କେବଳ ୫ ଜଣ ଉପସ୍ଥିତ ଥିଲେ। ହାତ ମିଳାଇବା ଏବଂ ପରସ୍ପର ଆଲିଙ୍ଗନ କରି ଶୁଭେଛା ଜଣାଇବା ପରିବର୍ତ୍ତେ କେବଳ ଇଦ୍‌ ମୁବାରକ କହି ପରସ୍ପରକୁ ଶୁଭେଛା ଜଣାଇଥିଲେ। ସହରରେ ବହୁ ଲୋକେ ନିଜ ଘରେ ରହି ଇଦ୍‌ ପର୍ବ ପାଳନ କରିବା ସହିତ ଫୋନ୍‌ ମାଧ୍ୟମରେ ଇଦ୍‌ର ଶୁଭେଚ୍ଛା ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୬ରେ ବ୍ରହ୍ମପୁର ଆସିବେ ପ୍ରଧାନମନ୍ତ୍ରୀ: ସଭାକୁ ଆସୁଥିବା ଲୋକଙ୍କ ଉପରେ ରହିବ କଡା ନଜର

ବ୍ରହ୍ମପୁର,୪ା୫(ସ୍ମୃତି ରଞ୍ଜନ ମହାଲିକ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୬ ତାରିଖରେ ବ୍ରହ୍ମପୁର ଆସି ଜାତୀୟ ରାଜପଥ ପାର୍ଶ୍ୱସ୍ଥ କନିିଷିଠାରେ ସାଧାରଣ ସଭାରେ ଯୋଗ ଦେବେ।...

ତାତି ସାଙ୍ଗକୁ ବଢୁଛି ପାଣି ସମସ୍ୟା: ଡହଳବିକଳ ୩୦ ପରିବାର

ବାଲିଆପାଳ, ୩।୫(ଗୋପାଳ ଚନ୍ଦ୍ର ସାହୁ): ଦିନକୁ ଦିନ ତାତି ବଢ଼ିବାରେ ଲାଗିଛି। ତାତି ସାଙ୍ଗକୁ ବଢିଚାଲିଛି ପିଇବା ପାଣି ସମସ୍ୟା। ଜଳକଷ୍ଟ ଏପରି ହେଲାଣି, ଟୋପାଏ...

ଖାଇବା ଦେବାରେ ବିଳମ୍ବ ହେବାରୁ ମା’ଙ୍କୁ ପିଟି ପିଟି ହତ୍ୟା କଲା ପୁଅ

ପାଟଣା,୪।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଖୀରେଇଟାଙ୍ଗିରୀ ପଞ୍ଚାୟତ ଖିରେଇ ଟାଙ୍ଗିରି ଗାଁ ଭାଲୁପାହାଡ଼ି ସାହିରେ ଏକ ଦୁଃଖଦ ଘଟଣା ଘଟିଛି। ଖାଇବା...

ପାଣି ପାଇଁ ପ୍ରତିବାଦ: ଗରା, ବାଲଟି ରଖି ରାସ୍ତା ଅବରୋଧ କଲେ ମହିଳା

ପାଟଣା:୪।୫(ବୀର କିଶୋର ଦାଶ): ପାନୀୟ ଜଳ ଯୋଗାଣ ଦାବିରେ କେନ୍ଦୁଝର ଜିଲା ପାଟଣା କେନ୍ଦେଇପଶି ରାସ୍ତାର ଟାଙ୍ଗରପଡ଼ା ଛକରେ ଶନିବାର ଶତାଧିକ ମହିଳା ରାସ୍ତା ଉପରେ...

ଅନ୍ତିମ ସଂସ୍କାର ବେଳେ ମହୁମାଛି ଆକ୍ରମଣ: ୪ ଗୁରୁତର

ଜଳେଶ୍ୱର,୪।୫(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଳକ ଡେମୁରିଆ ଗାଁ ମଶାଣିରେ ଶନିବାର ଏକ ଅଘଟଣ ଘଟିଛି। ଗାଁ ମଶାଣିରେ ଅନ୍ତମ ସଂସ୍କାର ଚାଳିଥିବା ବେଳେ...

୫୦ ଯାତ୍ରୀଙ୍କୁ ଧରି ଯାଉଥିଲା ବସ୍‌: ବାଟରେ ଦୁର୍ଘଟଣା

ଜଳେଶ୍ୱର,୪।୫(ନବୀନ ସାହୁ): ୧୬ ନମ୍ବର ଜାତୀୟ ରାଜପଥ ବାଲେଶ୍ୱର ଜିଲା ବସ୍ତା ଥାନା ଅଧୀନ ଇନ୍ଦିରା ଛକ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଶନିବାର ସକାଳେ...

ଲୋକବଳ, ଧନବଳ ମଧ୍ୟରେ ଲଢ଼େଇ: ଧର୍ମେନ୍ଦ୍ର

ଢେଙ୍କାନାଳ,୪ା୫(ରତନ ନାୟାର): ଓଡ଼ିଶା ସରକାରଙ୍କ ବିରୋଧରେ ପ୍ରବଳ ଜନମତ ଦେଖାଦେଲାଣି। ଦୁର୍ନୀତିଗ୍ରସ୍ତଙ୍କୁ ବିଜେଡି ପ୍ରାର୍ଥୀ କରିଛି। ଚଳିତ ନିର୍ବାଚନରେ ଧନବଳ ଓ ଲୋକବଳ ମଧ୍ୟରେ ଲଢ଼େଇ...

ଧର୍ମଶାଳା, ବରୀରେ ସ୍ବାଧୀନ ପ୍ରାର୍ଥୀଙ୍କ ଉପରେ ନଜର

ରସୁଲପୁର,୪ା୫(ରଂଜିତ ରାଉତ):  ଯାଜପୁର ସଂସଦୀୟ କ୍ଷେତ୍ର(ସଂ) ଅଧୀନ ବରୀ ଓ ଧର୍ମଶାଳା ବିଧାନସଭା ନିବର୍ର୍ାଚନମଣ୍ଡଳୀରେ ସ୍ବାଧୀନ ପ୍ରାର୍ଥୀଙ୍କ ଉପରେ ସମସ୍ତଙ୍କ ନଜର ରହିଥିବା ଚର୍ଚ୍ଚା ହେଉଛିି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri