ଲକ୍ ଡାଉନ ବେଳେ ଅସହାୟଙ୍କୁ ଖାଦ୍ୟ ଯୋଗାଉଛି ଏସ୍ଏଚଜି

ଗୁମ୍ମା,୪।୪: ମହାମାରୀ କରୋନା ମୁକାବିଲା ପାଇଁ ସରକାର ଲକ୍ ଡାଉନ ଘୋଷଣା କରିଛନ୍ତି। ଏଭଳି ପରିସ୍ଥିତିରେ ସମସ୍ତ ଦୋକାନ, ବଜାର, ହୋଟେଲ୍ ବନ୍ଦ ରହିଛି। ତେଣୁ ବୟସ୍କ, ମାନସିକ ଅସୁସ୍ଥ, ନିରାଶ୍ରୟ, ଦିବ୍ୟାଙ୍ଗ ଓ ଅସହାୟ ଲୋକଙ୍କୁ ସରକାର ଏହି ସମୟରେ ରନ୍ଧା ଖାଦ୍ୟ ଯୋଗାଇ ଦେଉଛନ୍ତି। ଗଜପତି ଜିଲା ଗୁମ୍ମା ବ୍ଲକ ଅଧୀନ ଗୁମ୍ମା ପଞ୍ଚାୟତରେ ମଧ୍ୟ ଅସହାୟ ଲୋକଙ୍କ ପାଇଁ ରନ୍ଧାଖାଦ୍ୟର ବ୍ୟବସ୍ଥା କରାଯାଇଛି। ସ୍ଥାନୀୟ ପାଇକ ସାହି ଅଙ୍ଗନୱାଡ଼ି କେନ୍ଦ୍ରରେ ମା’ ମଙ୍ଗଳା ସ୍ୱୟଂ ସହାୟିକା ଗୋଷ୍ଠୀ ମାଧ୍ୟମରେ ରନ୍ଧା ଖାଦ୍ୟ ପ୍ରସ୍ତୁତ କରି ଯୋଗାଇ ଦିଆଯାଉଛି। ବ୍ଲକ ପ୍ରଶାସନର ସହଯୋଗରେ ଏସ୍ଏଚଜି ମହିଳା ୫ ଦିନ ହେଲା ବୁଲି ବୁଲି ଖାଦ୍ୟ ଯୋଗାଉଛନ୍ତି। ପ୍ରତ୍ୟେକ ଦିନ ୧୦୦ ଲୋକଙ୍କୁ ଖାଦ୍ୟ ଦିଆଯାଉଛି। ଲକଡାଉନ ବଳବତ୍ତର ଥିବାଯାଏ ଏହା ଜାରି ରହିବ ବୋଲି ବିଡିଓ ନଟବର ଗରଡା ଓ ସିଡିପିଓ ଅନିତାରାଣୀ ପଟ୍ଟନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍‌ ଘଟିଲା…

ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

ଓରାଙ୍ଗ୍‌ଉଟାନ ଉଦ୍ଧାର ଘଟଣା: ଦୀଘାରୁ ୩ ଜଣଙ୍କୁ ଉଠାଇ ଆଣିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର/ଭୋଗରାଇ,୧୨ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ରଣକୋଠା ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ଘଟଣାରେ ତଦନ୍ତକୁ ତ୍ୱରାନ୍ବିତ କରିଛି…

ଗିରଫ ଧମକ ଦେଇ ଟଙ୍କା ଆଦାୟ ପଡ଼ିଲା ଭାରି: ଭିଜିଲାନ୍ସ ଜାଲରେ ଖଲ୍ଲିକୋଟ ଥାନା ASI ସୁଜିତ୍‌ ପାଣିଗ୍ରାହୀ

ଖଲ୍ଲିକୋଟ,୧୧।୯(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନାରେ ଶୁକ୍ରବାର ଭିଜିଲାନ୍ସ ଟିମ୍‌ ପକ୍ଷରୁ ଏକ ବଡ଼ଧରଣର ଚଢ଼ାଉ କରାଯାଇଛି। ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା…

ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର : ଜାତିଆଣ ମନ୍ତବ୍ୟ…

ଛତ୍ରପୁର, ୧୧/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଆସିକା ବ୍ଲକ ଅନ୍ତର୍ଗତ ହରିପଦପୁର ଗ୍ରାମପଞ୍ଚାୟତର ସମସ୍ୟା ନେଇ ବ୍ଲକରେ ଅନୁଷ୍ଠିତ ସମିତି ବୈଠକରେ ବିଧାୟକଙ୍କ ସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?