ଲକ୍ ଡାଉନ୍ ନିୟମ ଭାଙ୍ଗି ୪ ଗିରଫ

କୁଆମରା, ୫।୪(ଡି.ଏନ.ଏ.): କରୋନା ମୁକାବିଲା ଲାଗି ସାରା ଦେଶରେ ଲକ୍ ଡାଉନ୍ କରାଯାଇଛି। ଏହି ସମୟରେ ଏଣେ ତେଣେ ନ ବୁଲି ଘରେ ରହିବାକୁ ସରକାରଙ୍କ ପକ୍ଷରୁ କୁହାଯାଇଛି। ଔଷଧ ସମେତ କେତେକ ଅତ୍ୟାବଶ୍ୟକ ଦୋକାନ ଖୋଲା ରହିବ ବୋଲି କୁହାଯାଇଛି। ମାତ୍ର ଏହି କଟକଣାକୁ ନ ମାନି ୨ଜଣ ଦୋକାନ ଖୋଲି ଥିବା ବେଳେ ବ୍ୟବସାୟୀ ଦ୍ବୟଙ୍କୁ ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ପୋଲିସ ଗିରଫ କରିଛି। ଏଥି ପୂର୍ବରୁ ଲକ୍ ଡାଉନ୍ ନିୟମ ଭାଙ୍ଗିବା ଅଭିଯୋଗରେ ୨ଜଣଙ୍କୁ ଗିରଫ କରା ଯାଇଥିଲା। ସେମାନଙ୍କ ମଧ୍ୟରୁ ଜଣଙ୍କୁ କୋର୍ଟ ଚାଲାଣ କରାଯାଇଛି। ତେବେ ରବିବାର ସୁଦ୍ଧା ନିୟମ ଉଲଂଘନ କରିଥିବା ମୋଟ ୨୭ଟି ବାଇକ୍ ଜବତ ହୋଇଛି। ଏ ସମ୍ପର୍କରେ ୪ଟି ମାମଲା ରୁଜୁ ହେବା ସହ ମୋଟ ୩୩ହଜାର ଟଙ୍କା ଜରିମାନା ଆଦାୟ ହୋଇଥିବା ଆଇଆଇସି ସ୍ବର୍ଣ୍ଣଲତା ମିଞ୍ଜ କହିଛନ୍ତି। ଖୁଣ୍ଟା ଥାନା ଅଧୀନ ଗୋପବନ୍ଧୁ ନଗର ଓ ଖୁଣ୍ଟା ବ୍ଲକର ମୋଟ ୨୭ଟି ପଞ୍ଚାୟତରେ ଜନ ସଂଖ୍ୟା ଦେଢ ଲକ୍ଷରୁ ଊର୍ଦ୍ଧ୍ବ ହୋଇଥିବା ବେଳେ ଥାନାରେ ଆବଶ୍ୟକ କର୍ମଚାରୀ ନାହାଁନ୍ତି। ପୋଲିସ ପାଟ୍ରୋଲିଂକୁ କଡାକଡି କରିବାକୁ ହେଲେ ଅଧିକ କର୍ମଚାରୀ
ଯୋଗାଇ ଦେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତୁ, ଆମ ନାରୀ ଶକ୍ତିକୁ ସଶକ୍ତ କରିବା

ଉ କିଛିଦିନ ପରେ, ସମଗ୍ର ଭାରତବର୍ଷ ଉତ୍ସବମୁଖର ହୋଇଉଠିବ ଏବଂ ଦେଶର କୋଣ ଅନୁକୋଣରେ ହର୍ଷୋଲ୍ଲାସର ସହ ପାର୍ୱଣର ପରିବେଶ ଦେଖିବାକୁ ମିଳିବ। ଆସାମର ଲୋକମାନେ ରଙ୍ଗାଲି…

ବନ୍ଧାହେଲେ କୁଖ୍ୟାତ ଗଞ୍ଜେଇ ମାଫିଆ: ବିଦେଶୀ ମଦ ସହ ଗଞ୍ଜେଇ ଜବତ

ପରଜଙ୍ଗ,୯/୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବାରିହାପୁର ପଇଁନ୍ତିରିଆ ସାହିରେ ଗୁରୁବାର ଭୋର କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ। ଗିରଫ ଅଭିଯୁକ୍ତ ହେଲେ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗାଁ ଗାଁରେ ଚୋରାମଦ, ତାତିଲେ ଲୋକେ: ହାତ ବାନ୍ଧି ବସିଛନ୍ତି ଅବକାରୀ, ପୋଲିସ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ବଢ଼ିଚାଲିଛି। ଗାଁଠୁ ସହର ସବୁଆଡ଼େ ଚୋରାମଦ ସହିତ ଗଞ୍ଜେଇ, କଫ ସିରପ୍‌ ଅବାଧରେ ବିକ୍ରି ହେଉଛି। ସେହିପରି କେତେକ ସ୍ଥାନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri