ନୂଆଦିଲ୍ଲୀ,୨୪।୮ :କୋଭିଡ୍ ଲକ୍ଡାଉନ ବେଳେ ପ୍ରବାସୀ ଶ୍ରମିକମାନଙ୍କୁ ବିମାନରେ ସେମାନଙ୍କ ଘରକୁ ପଠାଇ ଚର୍ଚ୍ଚିତ ହୋଇଥିବା ନୂଆଦିଲ୍ଲୀର ଜଣାଶୁଣା ଛତୁଚାଷୀ ପପ୍ପନ ସିଂ ଗେହଲଟ ଆତ୍ମହତ୍ୟା କରିଛନ୍ତି। ଦିଲ୍ଲୀର ଆଲିପୋର ଅଞ୍ଚଳରେ ନିଜ ଘର ସମ୍ମୁଖରେ ଥିବା ମନ୍ଦିର ସିଲିଂରୁ ତାଙ୍କର ଝୁଲନ୍ତା ମୃତଦେହ ବୁଧବାର ମିଳିଛି। ସେଠାରୁ ପୋଲିସ ଏକ ସୁଇସାଇଡ୍ ନୋଟ ଜବତ କରିଛି। ତାଙ୍କ ଆତ୍ମହତ୍ୟା ପାଇଁ ଅସୁସ୍ଥତା ଦାୟୀ ବୋଲି ସେଥିରେ ଉଲ୍ଲେଖ ରହିଛି। ୨୦୨୦ ମାର୍ଚ୍ଚରୁ ଦେଶରେ ଲକ୍ଡାଉନ ଘୋଷଣା ହେବା ପରେ ହଜାର ହଜାର ପ୍ରବାସୀ ଶ୍ରମିକ ଘରକୁ ଫେରିବା ଲାଗି ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ। ସେହି ସମୟରେ ପପ୍ପନ ତାଙ୍କ କ୍ଷେତରେ କାମ କରୁଥିବା ଶ୍ରମିକମାନଙ୍କୁ ସେମାନଙ୍କ ବାସସ୍ଥାନ ବିହାର ପଠାଇବା ଲାଗି ବିମାନ ଟିକେଟ କିଣିଦେଇଥିଲେ। କୋଭିଡ୍ ସ୍ଥିତିରେ ସୁଧାର ଆସିବା ପରେ ସେ ପୁଣିଥରେ ବିମାନ ଯୋଗେ ଶ୍ରମିକମାନଙ୍କୁ ଫେରାଇ ଆଣିଥିଲେ। ଏହି ଘଟଣା ସେତେବେଳେ ସାରା ଦେଶରେ ଚର୍ଚ୍ଚାର ବିଷୟ ହୋଇଥିଲା।
ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ
ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...
ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା
ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...
ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି
ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...
ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ
ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...
ବାଇକ୍ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ
ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...
ଟ୍ରକ୍କୁ ସାଇଡ୍ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍, ଚାଲିଗଲା ଜଣଙ୍କ ଜୀବନ
ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...
ମହିଳାଙ୍କ ବିଷୟରେ ଆପତ୍ତିଜନକ ମନ୍ତବ୍ୟ ଦେଲେ ଅନିରୁଦ୍ଧାଚାର୍ଯ୍ୟ, ମାମଲା ରୁଜୁ
ନୂଆଦିଲ୍ଲୀ,୧୦।୧୨: ଆଧ୍ୟାତ୍ମିକ ଗୁରୁ ଅନିରୁଦ୍ଧାଚାର୍ଯ୍ୟ ମହିଳାମାନଙ୍କ ବିଷୟରେ ଦେଇଥିବା କିଛି ଆପତ୍ତିଜନକ ମନ୍ତବ୍ୟକୁ ନେଇ ବିବାଦ ଘେରକୁ ଆସିଛନ୍ତି। ଏହି ମାମଲାରେ ମୁଖ୍ୟ ନ୍ୟାୟିକ ମାଜିଷ୍ଟ୍ରେଟ୍...
ଟାଟା ପାଓ୍ବାରରେ ଚାଲିଛି ଛଟେଇ: ପ୍ରତିବାଦରେ ଏସ୍ଇ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ
ଭଞ୍ଜନଗର,୧୦ା୧୨(ବାବୁଲା ପ୍ରଧାନ): ଟାଟା ପାଓ୍ବାରରେ ଆଉଟସୋର୍ସିଂ କର୍ମଚାରୀଙ୍କୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ପରୋକ୍ଷରେ ଠିକାଦାର ସଂସ୍ଥା ଉପରେ ଚାପ ପକାଇ ବିଭିନ୍ନ ସମୟରେ ଛଟେଇ କରୁଛନ୍ତି।...
Archives


