ନୂଆଦିଲ୍ଲୀ,୨୪।୮ :କୋଭିଡ୍ ଲକ୍ଡାଉନ ବେଳେ ପ୍ରବାସୀ ଶ୍ରମିକମାନଙ୍କୁ ବିମାନରେ ସେମାନଙ୍କ ଘରକୁ ପଠାଇ ଚର୍ଚ୍ଚିତ ହୋଇଥିବା ନୂଆଦିଲ୍ଲୀର ଜଣାଶୁଣା ଛତୁଚାଷୀ ପପ୍ପନ ସିଂ ଗେହଲଟ ଆତ୍ମହତ୍ୟା କରିଛନ୍ତି। ଦିଲ୍ଲୀର ଆଲିପୋର ଅଞ୍ଚଳରେ ନିଜ ଘର ସମ୍ମୁଖରେ ଥିବା ମନ୍ଦିର ସିଲିଂରୁ ତାଙ୍କର ଝୁଲନ୍ତା ମୃତଦେହ ବୁଧବାର ମିଳିଛି। ସେଠାରୁ ପୋଲିସ ଏକ ସୁଇସାଇଡ୍ ନୋଟ ଜବତ କରିଛି। ତାଙ୍କ ଆତ୍ମହତ୍ୟା ପାଇଁ ଅସୁସ୍ଥତା ଦାୟୀ ବୋଲି ସେଥିରେ ଉଲ୍ଲେଖ ରହିଛି। ୨୦୨୦ ମାର୍ଚ୍ଚରୁ ଦେଶରେ ଲକ୍ଡାଉନ ଘୋଷଣା ହେବା ପରେ ହଜାର ହଜାର ପ୍ରବାସୀ ଶ୍ରମିକ ଘରକୁ ଫେରିବା ଲାଗି ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ। ସେହି ସମୟରେ ପପ୍ପନ ତାଙ୍କ କ୍ଷେତରେ କାମ କରୁଥିବା ଶ୍ରମିକମାନଙ୍କୁ ସେମାନଙ୍କ ବାସସ୍ଥାନ ବିହାର ପଠାଇବା ଲାଗି ବିମାନ ଟିକେଟ କିଣିଦେଇଥିଲେ। କୋଭିଡ୍ ସ୍ଥିତିରେ ସୁଧାର ଆସିବା ପରେ ସେ ପୁଣିଥରେ ବିମାନ ଯୋଗେ ଶ୍ରମିକମାନଙ୍କୁ ଫେରାଇ ଆଣିଥିଲେ। ଏହି ଘଟଣା ସେତେବେଳେ ସାରା ଦେଶରେ ଚର୍ଚ୍ଚାର ବିଷୟ ହୋଇଥିଲା।
୩ ରାଶି ଉପରେ ରହିବ ରାହୁ-କେତୁଙ୍କ କୃପା: ଘର, ଗାଡ଼ିଠାରୁ ଚାକିରି ଯାଏ ସବୁ ସ୍ୱପ୍ନ ହେବ ପୂରଣ!
ଜ୍ୟୋତିଷ ଶାସ୍ତ୍ରରେ ରାହୁ ଏବଂ କେତୁଙ୍କୁ ଛାୟା ଗ୍ରହ ସହିତ ଅତ୍ୟନ୍ତ ପ୍ରଭାବଶାଳୀ ଗ୍ରହ ଭାବେ ବିବେଚନା କରାଯାଏ। ଏହି ଦୁଇ ଗ୍ରହଙ୍କ ପ୍ରଭାବ ବ୍ୟକ୍ତିଙ୍କ ଜୀବନରେ…
ଟିମ୍ ଇଣ୍ଡିଆକୁ ବଡ଼ ଝଟ୍କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…
ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…
IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା
ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…
ପୁଣି ମହଙ୍ଗା ହେବ ମୋବାଇଲ ରିଚାର୍ଜ ପ୍ଲାନ! ଜାଣନ୍ତୁ କେବେଠୁ…
ନୂଆଦିଲ୍ଲୀ,୬।୧୦: ସାଧାରଣ ଲୋକଙ୍କୁ ପୁଣି ଥରେ ମହଙ୍ଗା ମାଡ଼ର ଝଟକା ଲାଗିପାରେ। ଏଥର ଏହି ଝଟକା ଟେଲିକମ କମ୍ପାନୀଗୁଡ଼ିକ ଦେଇପାରନ୍ତି। ଏକ ରିପୋର୍ଟ ଅନୁସାରେ, ଆଗାମୀ ୪ରୁ…
ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି
ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…
କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…
ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…
ବସ୍ଷ୍ଟାଣ୍ଡରେ ବ୍ୟବସାୟୀଙ୍କୁ ଛୁରାମାଡ଼
କୋରାପୁଟ,୬।୧୦(ଅମିତାଭ ବେହେରା): କୋରାପୁଟ ବସ୍ଷ୍ଟାଣ୍ଡ ନିକଟରେ ମଙ୍ଗଳବାର ଜଣେ ମକା ବ୍ୟବସାୟୀଙ୍କୁ ଛୁରାମାଡ଼ ହୋଇଛି। ଜନଗହଳିପୂର୍ଣ୍ଣ ସ୍ଥାନରେ ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଟିକିରା…
ମୁକୁଳା ଡ୍ରେନ୍ରେ ପଡ଼ିଛି ଗାଈ
ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

