ଲକ୍ଷଣ ପ୍ରକାଶ ପାଇବାର ୩ ଦିନ ପୂର୍ବରୁ କରୋନା ସଂକ୍ରମିତ ସାଜିଥାନ୍ତି ସୁପର ସ୍ପ୍ରେଡର !

ହଂକଂ,୧୬।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ଏପରିସ୍ଥଳେ ହଂକଂ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରୁ ଜଣାପଡ଼ିଛି ଯେ, କରୋନା ସଂକ୍ରମିତଙ୍କଠାରେ ଲକ୍ଷଣ ପ୍ରକାଶ ପାଇବାର ୩ ଦିନ ପୂର୍ବରୁ ସେମାନେ ଅନ୍ୟମାନଙ୍କୁ ସଂକ୍ରମଣ କରିବା ଆରମ୍ଭ କରିଥାନ୍ତି। ନିଜ ଅଜାଣତରେ ସେମାନେ ସୁପର ସ୍ପ୍ରେଡର ସାଜିଥାନ୍ତି। ଏହି ରିପୋର୍ଟ ନେଚର ମେଡିସିନ୍‌ ପତ୍ରିକାରେ ପ୍ରକାଶ ପାଇଛି। ଏହି ସମୟ ମଧ୍ୟରେ ସଂକ୍ରମିତ ମିଳାମିଶା କରିଥିବା ଲୋକଙ୍କୁ ମଧ୍ୟ କରୋନା ସଂକ୍ରମଣ ହେବାର ଆଶଙ୍କା ଅଧିକ ରହିଥାଏ। ଚାଇନାର ଗୁବାଙ୍ଗଝୁ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ୯୪ କରୋନା ସଂକ୍ରମିତ କ୍ଷେତ୍ରରେ ଏଭଳି ଘଟିଥିବା ରିପୋର୍ଟ ଦର୍ଶାଯାଇଛି। ଲକ୍ଷଣ ପ୍ରକାଶ ପାଇବାର ୩ ଦିନ ପୂର୍ବରୁ ଏସବୁ ସଂକ୍ରମିତମାନେ ସୁପର ସ୍ପ୍ରେଡର ଭାବେ ଅନ୍ୟମାନଙ୍କୁ କରୋନା ଭୂତାଣୁ ସଂକ୍ରମଣ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୀରାନଦୀରେ ରିଂ ରୋଡ୍‌ ନିର୍ମାଣ: ସମୟ ଗଡ଼ୁଛି, ବର୍ଷାରେ ଧୋଇ ଯାଉଛି

ବରଗଡ଼,୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀ ପାର୍ଶ୍ୱରେ ରିଂ ରୋଡ୍‌ ନିର୍ମାଣ ଚାଲିଛି। ବର୍ଷା ଓ ବନ୍ୟା ସମୟରେ ସହରକୁ ଜଳ ପ୍ଳାବନରୁ ରକ୍ଷା,…

ଭିଜିଲାନ୍ସ ଜାଲରେ ଖଣି ଉପନିର୍ଦ୍ଦେଶକ: ବାଲି ବ୍ୟବସାୟୀଙ୍କ ଠାରୁ ଲାଞ୍ଚ ନେଇ ଧରାପଡିଲେ…

ଜୟପୁର, ୮।୭(ପବନ ପାଣିଗ୍ରାହୀ): ଭିଜିଲାନ୍ସ ଜାଲରେ ଖଣି ଉପନିର୍ଦ୍ଦେଶକ ସତ୍ୟଜିତ ରାଉତ। ଜଣେ ବାଲି ବ୍ୟବସାୟୀଙ୍କ ଠାରୁ ୨ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ମାଡିବସିଲା…

ମଦ ଦୋକାନକୁ ନେଇ ଅସନ୍ତୋଷ:  ବିରୋଧ, ରାସ୍ତାରୋକୋ

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌର ପରିଷଦ ଅଧୀନ ୱାର୍ଡ଼ ନମ୍ବର-୧ର ନିଗମାନନ୍ଦ ବିହାର ଛକ ନିକଟରେ ବିଦେଶୀ ମଦ ଦୋକାନ ଖୋଲିବାକୁ ନେଇ ଅସନ୍ତୋଷ ତେଜି ଉଠିଛି।…

ଜଗାଦର୍ଶନ ସାରି ଫେରୁଥିବାବେଳେ ଅଘଟଣ: କଣ୍ଟେନର ପଛପଟୁ ଧକ୍କା ଦେଲା ମିନିବସ୍‌

ବସ୍ତା, ୮।୭( ହରିଶଙ୍କର ପାଢ଼ୀ) : ବସ୍ତା ଥାନା ଅର୍ନ୍ତଗତ ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ ନିକଟ କୁଣ୍ଡପୂର ଛକ ନିକଟରେ ବଡ଼ ଦୁର୍ଘଟଣା…

୫ କେଜି ସିଲିଣ୍ଡର ବ୍ୟବହାରକାରୀ ସାବଧାନ! ଏବେ ରିଫିଲ କଲେ ପକେଟ୍‌ରୁ କଟିବ ଏତିକି ଟଙ୍କା ଏକ୍ସଟ୍ରା

ନୂଆଦିଲ୍ଲୀ, ୮।୭: ୫ କିଲୋଗ୍ରାମ ବିଶିଷ୍ଟ ‘ଛୋଟୁ’ ଏଲପିଜି ସିଲିଣ୍ଡର ଏବେ ଗ୍ରାହକଙ୍କ ପକେଟ ଉପରେ ଭାରି ପଡ଼ିବ। ତୈଳ କମ୍ପାନୀଗୁଡ଼ିକର ନୂଆ ନିୟମ ଅନୁଯାୟୀ, ଏହି…

ଟିମ ଇଣ୍ଡିଆର ଲଜ୍ଜାଜନକ ପରାଜୟ: ଏହି ୫ ଜଣ ସାଜିଲେ ଦଳର ସବୁଠୁ ବଡ଼ ‘ଭଲେନ’! ବୈଭବ-ଆୟରଙ୍କ ସହ…

ନୂଆଦିଲ୍ଲୀ, ୮।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ତାର ଟି-୨୦ ଇତିହାସର ସବୁଠାରୁ ଲଜ୍ଜାଜନକ ପରାଜୟର ସାମ୍ନା କରିବାକୁ ପଡ଼ିଛି। ତୃତୀୟ ଟି-୨୦ ମ୍ୟାଚରେ ଇଂଲଣ୍ଡ ହାତରୁ…

ପେଟ୍ରୋଲ-ଡିଜେଲ ଶସ୍ତା ହେବା ଆଶାକୁ ଶକ୍ତ ଧକ୍କା: ଇରାନ ଉପରେ ଆମେରିକାର ବୋମା ବର୍ଷଣ, ଅଶୋଧିତ ତୈଳ ଦରରେ ନିଆଁ

ନୂଆଦିଲ୍ଲୀ, ୮।୭: ଆମେରିକା ପକ୍ଷରୁ ଇରାନ ଉପରେ ହୋଇଥିବା ନୂଆ ସାମରିକ ଆକ୍ରମଣ ପରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ (Crude Oil) ଦରରେ ବଡ଼ ଧରଣର…

ବିମାନବନ୍ଦରରୁ ଜବତ ହେଲା ୫କୋଟିର ମାରିଜୁଆନା

ଭୁବନେଶ୍ୱର,୮।୭(ତ୍ରିନାଥ ମହାନ୍ତି): ଭୁବନେଶ୍ବର ବିମାନବନ୍ଦରରୁ ପୁଣି ଜବତ ହୋଇଛି ୫କୋଟି ଟଙ୍କା ମୂଲ୍ୟର ମାରିଜୁଆନା। ବ୍ୟାଙ୍କକ୍‌ରୁ ଭୁବନେଶ୍ୱର ଚାଲାଣ ବେଳେ ୧୧କେଜି ମାରିଜୁଆନା ଜବତ କରାଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri