ଲକ୍ଷାଧିକ ଟଙ୍କାର ପଲିଥିନ୍‌, ଗୁଟ୍‌ଖା, ପ୍ଲାଷ୍ଟିକ ସାମଗ୍ରୀ ଜବତ

ବାଲିଗୁଡ଼ା,୩।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଏନ୍‌ଏସି ପକ୍ଷରୁ ଶନିବାର ବାଲିଗୁଡା ଇଲେକ୍ଟ୍ରି ସାହିର ଟୁକୁନା ପାତ୍ରଙ୍କ ଗୋଦାମ ଘରେ ଅଚାନକ ଚଢ଼ାଉ କରାଯାଇଛି । ସେଠାରୁ ଲକ୍ଷାଧିକ ଟଙ୍କାର ପଲିଥିନ,ଗୁଟୁଖା ଓ ପ୍ଲାଷ୍ଟିକ ସାମଗ୍ରୀ ଜବତ କରାଯାଇଛି। ସରକାରଙ୍କ ନିର୍ଦ୍ଦେଶକ୍ରମେ ବାଲିଗୁଡ଼ା ଏନ୍‌ଏସି ପକ୍ଷରୁ ଡାକବାଜି ଯନ୍ତ୍ର ସାହାଯ୍ୟରେ ପଲିଥିନ ଓ ପ୍ଲାଷ୍ଟିକ ବ୍ୟବହାର ନ କରିବା ପାଇଁ ସହରବାସୀଙ୍କୁ ବାରମ୍ବାର ସଚେତନ କରାଯାଇଥିଲା । କିନ୍ତୁ ଏହାକୁ ଭ୍ରୁକ୍ଷେପ ନ କରି ଏବେବି ଅନେକ ବ୍ୟବସାୟୀ ବେଆଇନ ଭାବେ ବ୍ୟବସାୟ ଚଳାଇ ଆସୁଛନ୍ତି । ଟୁକୁନାଙ୍କ ଗୋଦାମ ଘରେ ବିପୁଳ ପରିମାଣର ପଲିଥିନ,ଗୁଟୁଖା,ପ୍ଲାଷ୍ଟିକ ସାମଗ୍ରୀ ଥିବା ପୂର୍ବ ସୂଚନା ଅନୁଯାୟୀ ବାଲିଗୁଡ଼ା ଏନ୍‌ଏସି ପକ୍ଷରୁ ଏହି ଚଢ଼ାଉ କରାଯାଇଥିଲା। ଜବତ ସାମଗ୍ରୀର ଆନୁମାନିକ ମୂଲ୍ୟ ୪ ଲକ୍ଷ ଟଙ୍କାରୁ ଊଦ୍ଧର୍‌ବ ହେବ। ବର୍ତ୍ତମାନ ସମସ୍ତ ଜିନିଷକୁ ଯାଞ୍ଚ କରିବା ପରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଦାୟିତ୍ୱରେ ଥିବା ଏକ୍‌ଜିକ୍ୟୁଟିଭ୍‌ ମାଜିଷ୍ଟ୍ରେଟ ଦେବେନ୍ଦ୍ର କୁମାର ସାହୁ ଓ ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଜୟଦେବ ଷଡ଼ଙ୍ଗୀ ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ହ୍ବାଟ୍ସଆପ୍‌ ‘ୟୁଜରନେମ’କୁ ନେଇ ମେଟାର ସ୍ପଷ୍ଟୀକରଣ, ନମ୍ବର ଓ ବ୍ୟକ୍ତିଗତ ତଥ୍ୟକୁ…

ନୂଆଦିଲ୍ଲୀ, ୨ା୭: ହ୍ୱାଟସଆପର ନୂତନ ୟୁଜରନେମ୍ ଫିଚରକୁ ନେଇ ବିବାଦ ଦେଖାଯାଇଥିବା ବେଳେ ମେଟା ସ୍ପଷ୍ଟୀକରଣ ଦେଇଛି । କମ୍ପାନୀ କହିଛି ଯେ ସରକାରଙ୍କ ଦ୍ୱାରା ଉଠାଯାଇଥିବା…

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ଚାଇନାକୁ ଅଲ୍ଟିମେଟମ ଦେଲା ଆମେରିକା: ଟ୍ରମ୍ପ କହିଲେ, ନଜର ପକାଇଲେ ଛାଡ଼ିବୁନି

ଓ୍ବାଶିଂଟନ୍‌,୨।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପାନାମା କେନାଲ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ମନ୍ତବ୍ୟ ଦେଇଛନ୍ତି ଯେ, ଆମେରିକା କେବେବି…

ଏମଭିଆଇ-ଷ୍ଟେନୋଙ୍କ ଅବସର: ଭବିଷ୍ୟତ ସୁଖମୟ ହେବାକୁ କାମନା

ଛତ୍ରପୁର,୨।୭: ଗଞ୍ଜାମ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ଏମଭିଆଇ ରାଜ କୁମାର ବେହେରା ଏବଂ ଷ୍ଟେନୋ ଶ୍ୟାମସୁନ୍ଦର ମାର୍ଥାଙ୍କ ଚାକିରିରୁ ଅବସର ହୋଇଯାଇଛି l ଏନେଇ କାର୍ଯ୍ୟାଳୟ ପକ୍ଷରୁ…

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri