ଲକ୍ଷାଧିକ ଟଙ୍କାର ବାଣ ଜବତ

ବୈଶିଙ୍ଗା,୧୯ା୧୦(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଏସ୍‌ପିଙ୍କ ନିର୍ଦ୍ଦେଶ କ୍ରମେ ବେତନଟୀ ଓ ବୈଶିଙ୍ଗା ପୋଲିସର ଏକ ଟିମ୍‌ ବୈଶିଙ୍ଗା ଥାନା ଅନ୍ତର୍ଗତ ବାଛୁରୀପଡା ଗ୍ରାମରେ ଗୁରୁବାର ଚଢାଉ କରି ଲକ୍ଷାଧିକ ଟଙ୍କାର ବାଣ ଓ ବିସ୍ଫୋରକ ସାମଗ୍ରୀ ଜବତ କରିଛି। ଏହି ଘଟଣାରେ ଦୁଇଜଣଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ ବୀରେନ ସାହୁ ଓ ଲକ୍ଷ୍ମୀଧର ସାହୁ।
ସୂଚନା ଅନୁଯାୟୀ, ବାଛୁରୀପଡା ଗ୍ରାମର କିଛି ଲୋକ ବାଣ ତିଆରି କରି ବିକ୍ରି କରିଥାନ୍ତି। ବର୍ଷର ବିଭିନ୍ନ ସମୟରେ ସେମାନେ ବାଣ କାମ କରି ଗୁଜୁରାଣ ମେଣ୍ଟାଇଥାନ୍ତି। ଏହି ଗ୍ରାମକୁ ଓଡ଼ିଶାର ଶିବକାଶୀ ବୋଲି ମଧ୍ୟ କୁହାଯାଇଥାଏ। ତେବେ ବିନା ଲାଇସେନ୍ସରେ ସେମାନେ ବାଣ ପ୍ରସ୍ତୁତ କରି ବିକ୍ରି କରୁଥିତ୍ବାରୁ ଗୁରୁବାର ପୋଲିସ ପକ୍ଷରୁ ଚଢାଉ କରାଯାଇଥିଲା। ଦୀପାବଳି ଉପଲକ୍ଷେ ତିଆରି ହୋଇଥିବା ଲକ୍ଷାଧିକ ଟଙ୍କାର ବାଣ ଓ ବିସ୍ଫୋରକ ସାମଗ୍ରୀକୁ ପୋଲିସ ଜବତ କରିଥିଲା। ଏଥିନେଇ ବୈଶିଙ୍ଗା ଥାନାରେ ଦୁଇଟି ମାମଲା( ନଂ. ୨୨୩ /୧୯ ଓ ୨୨୪/୧୯) ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନ ମୋଡ୍‌ରେ ବିଇଓ: ପ୍ରଧାନଶିକ୍ଷକଙ୍କୁ ନିଲମ୍ବନ, ଦୁଇ ଶିକ୍ଷକଙ୍କ ଦରମା ବନ୍ଦ

ଉଦଳା,୩ା୯(ସନ୍ତୋଷ ବାଛିନୀ): ଆକ୍ସନ ମୋଡ୍‌ରେ କପ୍ତିପଦା ବିଇଓ। କାର୍ଯ୍ୟରେ ଅବହେଳା ଏବଂ ନିୟମ ଉଲ୍ଲଂଘନ ପାଇଁ ଜଣେ ପ୍ରଧାନଶିକ୍ଷକଙ୍କୁ ନିଲମ୍ବନ କରିବା ସହିତ ଦୁଇ ଜଣଙ୍କ ଦରମା…

ଶ୍ୱଶୁର ହେଲେ ରକ୍ତମୁଖା: ଲୁହାରଡ୍‌ରେ ପିଟିପିଟି ଜ୍ୱାଇଁଙ୍କୁ ମାରିଦେଲେ

ଉଦଳା,୩ା୯(ସନ୍ତୋଷ ବାଛିନୀ): ସାବତ ଶ୍ୱଶୁର ହେଲେ ରକ୍ତମୁଖା। ଲୁହା ରଡ୍‌ରେ ପିଟିପିଟି ଜ୍ୱାଇଁଙ୍କୁ ହତ୍ୟା କରିଛନ୍ତି। ଏଭଳି ଘଟଣା ଘଟିଛି ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ମଝିଗଡ଼ିଆ…

ଧରିତ୍ରୀ ପ୍ରଭାବ; ଅଙ୍ଗନବାଡ଼ିରେ ପିଲାଙ୍କୁ ମିଳୁ ନଥିଲା ରନ୍ଧାଖାଦ୍ୟ, ଜିଲା ପ୍ରଶାସନର ଯାଞ୍ଚ ପରେ ଅଣ୍ଡା…

ଉଦଳା,୩।୯(ସନ୍ତୋଷ ବାଛିନୀ): ଖବର ପ୍ରସାରଣ ପରେ ଆକ୍ସନ ମୋଡରେ ଜିଲା ପ୍ରଶାସନ । ନିଜେ ତଦନ୍ତ କରିବା ପରେ ଅଙ୍ଗନବାଡିରେ ଆରମ୍ଭ ହେଲା ରୋଷେଇ । ଶିଶୁଙ୍କୁ…

ରିଲିଫ ନେଇ ଫେରୁଥିବା ବେଳେ ଛାତ୍ରଙ୍କ ମୁଣ୍ଡରେ ପଡ଼ିଗଲା ନଡ଼ିଆ, ତାପରେ….

ବାରିପଦା,୨।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ସହର ମଧୁବନ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଗଛରୁ ନଡ଼ିଆ ଖସି ଜଣେ ପଞ୍ଚମ ଶ୍ରେଣୀ ଛାତ୍ରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri