ଲକ୍ଷାଧିକ ଟଙ୍କାର ବିଦେଶୀ ମଦ ଜବତ

ଠାକୁରମୁଣ୍ଡା,୨୦ା୪(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କରଞ୍ଜିଆ ଥାନା ଅଧୀନ ୧ନଂ.ୱାର୍ଡ଼ ଗୋଲେଇ ଛକ ନିକଟରେ ଥିବା ଏକ ମାର୍କେଟ କମ୍ପ୍ଲେକ୍ସରେ ସ୍ଥାନୀୟ ପୋଲିସ ଓ ପ୍ରଶାସନିକ ଅଧିକାରୀ ଶନିବାର ରାତିରେ ଚଢ଼ାଉ କରି ୧୫ଲକ୍ଷ ଟଙ୍କାରୁ ଊଦ୍ଧର୍‌ବ ଟଙ୍କାର ଚୋରା ବିଦେଶୀ ମଦ ଜବତ କରିଛି। ଏହି ଘଟଣାରେ ସ୍ବୀକୃତି ପ୍ରାପ୍ତ ବିଦେଶୀ ମଦ ଦୋକାନର ମାଲିକ ସତ୍ୟଜିତ ସାହୁଙ୍କୁ ପୋଲିସ ଅଟକ ରଖିଛି। କରୋନା ପାଇଁ ସାରା ରାଜ୍ୟରେ ଲକ୍‌ ଡାଉନ ଚାଲିଥିବା ବେଳେ ସମସ୍ତ ମଦ ଦୋକାନକୁ ପ୍ରଶାସନ ସିଲ୍‌ କରିଛି। ତେବେ ସତ୍ୟଜିତ ଉକ୍ତ ମାର୍କେଟ କମ୍ପ୍ଲେକ୍ସରେ ୪୦୦ରୁ୫୦୦ପେଟି ବିଦେଶୀ ମଦ ଗଚ୍ଛିତ ରଖି ଲକ୍‌ ଡାଉନ ସମୟରେ ଗ୍ରାମାଞ୍ଚଳର ଚୋରା ବେପାରୀମାନଙ୍କୁ ଚଢା ଦରରେ ଯୋଗାଉଥିବା ଅଭିଯୋଗ ହୋଇଥିଲା। ଏନେଇ କରଞ୍ଜିଆ ଉପ ଜିଲାପାଳ ଦୁଃଖବନ୍ଧୁ ନାୟକ, ଉପଖଣ୍ଡ ପୋଲିସ ଅଧିକାରୀ ନାରାୟଣ ନାୟକ, କରଞ୍ଜିଆ ତହସିଲଦାର ତାପସ ରଞ୍ଜନ ଦେହୁରୀ, କରଞ୍ଜିଆ ଅବକାରୀ ଇନ୍ସପେକ୍ଟର କ୍ଷିତୀଶ ଦାସ, କରଞ୍ଜିଆ ଥାନା ଅଧିକାରିଣୀ ସରୋଜିନୀ ସିଂଙ୍କ ସମେତ ଅନ୍ୟାନ୍ୟ କର୍ମଚାରୀ କରଞ୍ଜିଆ ଗୋଲେଇ ଛକ ନିକଟରେ ଥିବା ମାର୍କେଟ କମ୍ପ୍ଲେକ୍ସ ଉପର ଚଢାଉ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

ରକ୍ତରେ ଭିଜିଲା ସପ୍ତାମାତୃକା ଶୈବପୀଠ, ଶହ ଶହ ପଶୁପକ୍ଷୀଙ୍କୁ ଦିଆଗଲା ବଳି

ତୁଣ୍ଡଲା,୧୭।୨(ଫିରୋଜ କୁମାର ଦାଶ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକ ବେଲଖଣ୍ଡି ସ୍ଥିତ ତେଲ ଓ ଉତେଇ ନଦୀର ସଙ୍ଗମରେ ଥିବା ସର୍ବପୁରାତନ ତଥା ଐତିହାସିକ ସପ୍ତମାତୃକା ଶୈବପୀଠ…

ଥୁଆମୂଳ ରାମପୁର: DMF ପାଣ୍ଠି ପାଇଁ ବିଡିଓଙ୍କୁ ସ୍ମାରକପତ୍ର

ଥୁଆମୂଳ ରାମପୁର,୧୭।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକକୁ ସମ୍ପୂର୍ଣ୍ଣ ଭାବେ ଜିଲା ଖଣିଜ ପ୍ରତିଷ୍ଠାନ (DMF) ପାଣ୍ଠିରେ ଅନ୍ତର୍ଭୁକ୍ତ କରିବା ସହ ସରପଞ୍ଚମାନଙ୍କୁ କ୍ଷମତା…

ପୂର୍ବତନ ବିଧାୟକଙ୍କ ବିବାଦୀୟ ଫାର୍ମ ହାଉସରେ ମାପଚୁପ ଆରମ୍ଭ, ଜବରଦଖଲ ଅଭିଯୋଗରେ ହୋଇଥିଲା ନୋଟିସ

ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ଗ୍ରାମପଞ୍ଚାୟତସ୍ଥିତ ପନ୍ତୁରୀ ଠାରେ ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତ ରାୟଙ୍କ ଫାର୍ମହାଉସରେ ଆରମ୍ଭ ହୋଇଛି…

ଅଧାରେ ରହିଗଲା ବାହାଘର, ନିମନ୍ତ୍ରଣ କାର୍ଡ ଦେଇ ଫେରିବା ବେଳେ ଦୁର୍ଘଟଣାରେ ଚାଲିଗଲା ଜୀବନ

ଝାରସୁଗୁଡା/ବ୍ରଜରାଜନଗର,୧୭।୨(ଆଶିଷ ରଞ୍ଜନ ଦାଶ /ବିଜୟ ବରାଡ଼ ): ଘରକୁ ଫେରୁଥିବା ବେଳେ ଅଧ ରାସ୍ତାରେ ପିଟି ହେଲା ବାଇକ୍ । ଫଳରେ ବିବାହ କରିବାକୁ ଥିବା ଯୁବତୀଙ୍କ…

ଦଶମ ବୋର୍ଡ ପରୀକ୍ଷା ଦେବାକୁ ଯିବା ବେଳେ କାର୍ ଦୁର୍ଘଟଣା, ଦୁଇ ପରୀକ୍ଷାର୍ଥୀ ସମେତ ୬ ଆହତ

କେନ୍ଦୁଝର,୧୭।୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ମଙ୍ଗଳବାର ବା ଆଜିଠାରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଆରମ୍ଭ ହେଉଛି । ତେବେ ସକାଳ ପ୍ରାୟ ୮ଟା୩୦…

କବିତା ପାଠୋତ୍ସବ, ବରିଷ୍ଠ ନାଗରିକଙ୍କ ସମ୍ମାନ-ସୁରକ୍ଷା ସୁନିଶ୍ଚିତ ଲକ୍ଷ୍ୟ

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ପ୍ରଶାସନ ବରିଷ୍ଠ ନାଗରିକଙ୍କ ସମ୍ମାନ, ସୁରକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟ ନେଇ ଏକ ଅଭିନବ ପ୍ରୟାସ ଇତିମଧ୍ୟରେ ଆରମ୍ଭ କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri