ଲକ୍ଷାଧିକ ଟଙ୍କାର ସାଇଜ୍‌ ଶାଳକାଠ ଜବତ, ଅଭିଯୁକ୍ତ ଫେରାର

ଓଡ଼ଗାଁ,୧ା୨(ସ୍ବ.ପ୍ର.)- ନୟାଗଡ଼ ବନଖଣ୍ଡ ଓ ଓଡ଼ଗାଁ ବନାଞ୍ଚଳ ଅନ୍ତର୍ଗତ ଶରଧାପୁର ପଞ୍ଚାୟତ ଜିରିପଡା ଗ୍ରାମରୁ ବନ ବିଭାଗ ଶନିବାର ମଧ୍ୟାହ୍ନରେ ବିପୁଳ ପରିମାଣର ମୂଲ୍ୟବାନ ସାଇଜ୍‌ ଶାଳକାଠ ଜବତ କରଛି।

ସୂଚନାନୁଯାୟୀ, ସେହି ଗ୍ରାମର କୈଳାସ ପ୍ରଧାନଙ୍କ ଏକ ନୂତନ ଖୋଲା ଛାତଘର ଉପରେ କେତେକ ସାଇଜ୍‌ ଶାଳକାଠ ମହଜୁଦ ରହିଥିବା ନେଇ ବନାଞ୍ଚଳ ଅଧିକାରୀ ରବୀନ୍ଦ୍ର ନାଥ ପଣ୍ଡା ବିଶ୍ୱସ୍ତ ସୂତ୍ରରୁ ଖବର ପାଇଥିଲେ। ସମ୍ପୃକ୍ତ ଘର ଉପରେ ସେ ବନଖଣ୍ଡ ଅଧିକାରୀ ଧନରାଜ୍‌ ଧନଧାର ହନୁମନ୍ତେଙ୍କ ନିର୍ଦ୍ଦେଶକ୍ରମେ ମଧ୍ୟାହ୍ନରେ ସଦଳବଳ ଚଢାଉ କରିଥିଲେ। ଚଢ଼ାଉ ସମୟରେ ଅଭିଯୁକ୍ତ କୈଳାସ ଅନୁପସ୍ଥିତ ଥିବା ବେଳେ ବନ ବିଭାଗ କର୍ମଚାରୀମାନେ ଛାତ ଉପରେ ଥିବା ସମସ୍ତ ସାଇଜ୍‌ ଶାଳକାଠ ଜବତ କରି ବନାଞ୍ଚଳ କାର୍ଯ୍ୟାଳୟକୁ ନେଇଥିଲେ। ଅଭିଯୁକ୍ତ ନିକଟସ୍ଥ ଜଙ୍ଗଲରୁ ଚୋରାରେ କାଠ ଆଣି କାଟିବା ପରେ ବ୍ୟବସାୟ ଉଦ୍ଦେଶ୍ୟରେ ଅନ୍ୟତ୍ର ଚାଲାଣ କରୁଥିବା ବିଭାଗୀୟ ଅଧିକାରୀ ଅବଗତ ହୋଇଥିବା ପ୍ରକାଶ କରିଛନ୍ତି। ରିପୋର୍ଟ ଲେଖା ହେବା ପର୍ଯ୍ୟନ୍ତ ଜବତ କାଠର ମାପଚୁପ ଚାଲିଥିବା ବେଳେ ଏହାର ଆନୁମାନିକ ମୂଲ୍ୟ ଲକ୍ଷାଧିକ ଟଙ୍କା ହେବ ବୋଲି ବନାଞ୍ଚଳ ଅଧିକାରୀ ପଣ୍ଡା ସୂଚନା ଦେଇଛନ୍ତି। ତେବେ ଚଢ଼ାଉରେ ପଣ୍ଡାଙ୍କ ସମେତ ସଦର ବନପାଳ ଜ୍ୟୋତିରଞ୍ଜନ ମାନସିଂ, ବାହାଡ଼ାଝୋଲା ବନପାଳ ସରିତା ବରାଳ, ବନପାଳ ଶୁଭେନ୍ଦୁ ପ୍ରସାଦ ନାୟକ, ବନରକ୍ଷୀ ଧରଣୀଧର ନାୟକ, ଅରବିନ୍ଦ ସାହୁଙ୍କ ସମେତ ପାଟ୍ରୋଲିଂ ବନ ସୁରକ୍ଷା ବଳ ସାମିଲ ହୋଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri