Posted inଜାତୀୟ

ଲକ୍ଷ୍ନୌରେ ବଢ଼ିଲା ଇଣ୍ଟରନେଟ ସେବା ବନ୍ଦ ଅବଧି

ଲକ୍ଷ୍ନୌ,୨୪।୧୨: ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ଇଣ୍ଟରନେଟ ସେବା ବନ୍ଦ ମଙ୍ଗଳବାର ୫ମ ଦିନରେ ପହଞ୍ଚିଛି। ଇଣ୍ଟରନେଟ ସେବା ବନ୍ଦର ଅବଧିକୁ ବୃଦ୍ଧି କରାଯାଇ ବୁଧବାର ମଧ୍ୟରାତ୍ରି ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି। ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଲକ୍ଷ୍ନୌ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତ ସମୟରେ ମୋଦି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ଅବସରରେ ଲୋକ ଭବନରେ ତାଙ୍କର ପ୍ରତିମାକୁ ଉନ୍ମୋଚନ କରିବେ। ତେବେ ସୁରକ୍ଷାକୁ ନଜରରେ ରଖି ଏଭଳି ପଦକ୍ଷେପ ନିଆଯାଇଥିବା ସୂଚନା ମିଳିଛି। ସୂଚନା ମୁତାବକ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ବିରୋଧରେ ବିକ୍ଷୋଭ ପ୍ରଦର୍ଶନ ସମୟରେ ସହରରେ ହିଂସାତ୍ମକ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହାପରେ ଡିସେମ୍ବର ୧୯ରୁ ସହରରେ ଇଣ୍ଟରନେଟ ସେବାକୁ ବନ୍ଦ କରିଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫା ଦେବାର ଦିନକ ପରେ ବିଜେଡି ଫେରିଲେ କାଉନ୍‌ସିଲର

ଭୁବନେଶ୍ୱର,୧୨।୭ (ସୁନିତ୍‌ ମିଶ୍ର): ଚୌଦ୍ୱାର ମ୍ୟୁନିସିପାଲଟିର ୧୨ ନମ୍ବର ଓ୍ବାର୍ଡର କାଉନସିଲର୍‌ ସୁବ୍ରତ କୁମାର ସାମଲ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟି ତାଙ୍କ ଇସ୍ତଫା…

ପେପର ବ୍ୟାଗ୍‌: ବର୍ତ୍ତମାନର ଜରୁରୀ ଆବଶ୍ୟକତା

ପ୍ରତିବର୍ଷ ଜୁଲାଇ ୧୨ରେ ସାରା ବିଶ୍ୱରେ ପାଳନ ହୋଇଆସୁଛି ‘ବିଶ୍ୱ ପେପର(କାଗଜ) ବ୍ୟାଗ ଦିବସ’। ଚଳିତ ମାସ ଜୁଲାଇ ୩ରେ ‘ଅନ୍ତର୍ଜାତୀୟ ପ୍ଲାଷ୍ଟିକ ବ୍ୟାଗ ମୁକ୍ତ ଦିବସ’…

ଜଟିଳ ପ୍ରକ୍ରିୟା

ଆଇନଶୂନ୍ୟ ଦେଶଗୁଡ଼ିକର ମନମୁଖି ଶାସନ ପ୍ରତି ଲୋକମାନଙ୍କ ମନରେ ଗଭୀର ଆତଙ୍କ ରହିଥାଏ। ଏଥିରେ ନିଷ୍ଠୁରତାକୁ ଏକ ପ୍ରକ୍ରିୟା ଭାବରେ ଦର୍ଶାଯାଇ ଲୋକଙ୍କୁ ନିର୍ଯାତନା ଦିଆଯାଇଥାଏ। ଏବେ…

୧୩ହଜାର ଫୁଟ ଉଚ୍ଚତାରେ ସ୍ୱାମୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ସ୍ତ୍ରୀ

ବର୍ଲିନ, ୧୨ା୭: ଏକ ଯାତ୍ରୀବାହୀ ବିମାନ ଝରକା ଦେଇ ଜଣେ ୬୧ ବର୍ଷିୟ ବୃଦ୍ଧ ହଠାତ୍‌ ଟାଣି ହୋଇଯାଉଥିବାବେଳେ ଜୀବନକୁ ବାଜି ଲଗାଇ ସ୍ୱାମୀଙ୍କୁ ମୃତ୍ୟୁ ମୁଖରୁ…

ପଛକୁ ପଛ ୨ ଲଘୁଚାପ; IMD କଲା ସତର୍କ

ଭୁବନେଶ୍ୱର, ୧୨ା୭(ବନ୍ଦନା ସେଠୀ): ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି। ଏଥିସହ ଗାଙ୍ଗେଟିକ୍‌ ୱେଷ୍ଟବେଙ୍ଗଲ ଓ ପାଖାପାଖି ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ…

କିମ୍ୱଦନ୍ତୀ ଗାୟିକା ଏସ୍‌. ଜାନକୀଙ୍କ ପରଲୋକ

ଭୁବନେଶ୍ୱର,୧୨ା୭ (ସୌମ୍ୟରଞ୍ଜନ ରାଉତ): ଭାରତୀୟ ଚଳଚ୍ଚିତ୍ର ସଙ୍ଗୀତ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ ଘଟିଛି। ଦକ୍ଷିଣ ଭାରତର ପ୍ରଖ୍ୟାତ ପାର୍ଶ୍ୱଗାୟିକା ଏସ୍‌. ଜାନକୀଙ୍କର ଶନିବାର ମହୀଶୂରସ୍ଥିତ…

ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲ ହଟିଲା

ପୁରୀ,୧୧।୭: ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲକୁ ଶନିବାର ହଟାଇ ଦିଆଯାଇଥିବା ସୂଚନା ମିଳିଛି। ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଇସ୍କନ ପକ୍ଷରୁ ଖୋଲାଯାଇଥିବା ବହି ଷ୍ଟଲକୁ ଲୋକେ…

ଡୁଙ୍ଗୁରିପାଲିରେ ଯୁବକଙ୍କୁ ହତ୍ୟା

ଡୁଙ୍ଗୁରିପାଲି, ୧୧ା୭ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ସମଲେଇଚୁଆ ପଞ୍ଚାୟତ ଅଇଲାସାରି-ପାଙ୍କେଲ ଯିବା ଧର୍ସା କଞ୍ଚା ରାସ୍ତା ପାଣ୍ଡିରୀ-ଡୁଙ୍ଗୁରୀ ରାସ୍ତାପାର୍ଶ୍ୱ ବୁଦାରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri