ଛତ୍ରପୁର,୪ା୧୦(ଡି.ଏନ.ଏ.): ଛତ୍ରପୁର ଏନ୍ଏସିର ତତ୍କାଳୀନ ବିଜେଡି କାଉନ୍ସିଲର ଲକ୍ଷ୍ମୀଦତ୍ତ ପ୍ରଧାନଙ୍କୁ ୨୦୧୭ ସେପ୍ଟେମ୍ବର ୧୬ରେ ତାଙ୍କ ଘର ଆଗରେ ଖଣ୍ଡାରେ ହାଣି ହତ୍ୟା କରାଯାଇଥିଲା ା ଏହି ମାମଲାରେ ସମ୍ପୃକ୍ତ ଏନ୍.ଈଶ୍ୱର ରେଡ୍ଡୀ ଓ କୁନା ନାୟକଙ୍କ ପକ୍ଷରୁ ଗୁରୁବାର ଜାମିନ୍ ଆବେଦନ ହୋଇଛି ା ଅପରପକ୍ଷରେ ଅନ୍ତରୀଣ ଜାମିନ ପାଇଥିବା କୃଷ୍ଣ ଚନ୍ଦ୍ର ନାୟକ ଗୁରୁବାର କୋର୍ଟରେ ଆମତ୍ସମର୍ପଣ କରିଥିଲେ । ପରେ ତାଙ୍କୁ ଜେଲ୍ ପଠାଇ ଦିଆଯାଇଛି ା ଏହି ମାମଲାରେ ସମ୍ପୃକ୍ତ ୫ ଜଣଙ୍କ ପକ୍ଷରୁ କୋର୍ଟରେ ଡିସ୍ଚାର୍ଜ ପିଟିଶନ ଦାଖଲ କରାଯାଇଛି ା ଏହାଉପରେ ୨୩ ତାରିଖରେ ଶୁଣାଣି ହେବ ବୋଲି ଛତ୍ରପୁର ଏଡିଜେ ଶିଖା ରାଣୀ ରଥ ଧାର୍ଯ୍ୟ କରିଛନ୍ତିି ା
ଅନ୍ୟତମ ଅଭିଯୁକ୍ତ ସୁଶୀଲ ନାୟକଙ୍କ ଦେହ ଖରାପ ଥିବାରୁ କୋର୍ଟରେ ସେ ହାଜର ହୋଇପାରି ନ ଥିଲେ ା ଏନେଇ ତାଙ୍କର ମେଡିକାଲ ସାର୍ଟିଫିକେଟ୍ କୋର୍ଟରେ ଦାଖଲ ହୋଇଥିଲା ା ଏହି ମାମଲାରେ ୧୯ ଜଣ ଗିରଫ ହୋଇଥିଲେ। ଏଥିରୁ ୨ ଜଣ ଜାମିନ ପାଇଛନ୍ତି ା ସରକାରଙ୍କ ପକ୍ଷରୁ ଓକିଲ ରମେଶ ଚନ୍ଦ୍ର ଚୌଧୁରୀ ଓ ଡମିନାଥ ସାହୁ ମାମଲା ପରିଚାଳନା କରିଥିଲେ ା
Posted inଆମ ଜିଲା ଖବର, ଗଞ୍ଜାମ View All
ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…
ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…
ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍
ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…
ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ
ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…
ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ
ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…
ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…
ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…
ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ
ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…
ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ
ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…
ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ
ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…
Archives

