ଲକ୍ଷ୍ୟ ୫ ଲକ୍ଷ କୋଟି ଡଲାର ଅର୍ଥନୀତି;୬ ଜଣିଆ ଟାସ୍କଫୋର୍ସ ଗଠନ କଲେ ସୀତାରାମନ୍‌

ନୂଆଦିଲ୍ଲୀ,୮-୯: ମୋଦି ସରକାର ୨୦୨୪-୨୫ ସୁଦ୍ଧା ଦେଶର ଅର୍ଥନୀତିକୁ ୫ ଲକ୍ଷ କୋଟି ଡଲାରରେ ପହଞ୍ଚାଇବା ଲାଗି ଯୋଜନା ପ୍ରସ୍ତୁତ କରୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ୧୦୦ ଲକ୍ଷ କୋଟି ଟଙ୍କାର ଭିତ୍ତିଭୂମି ନିର୍ମାଣ ଲାଗି ପ୍ରକଳ୍ପ ଚୟନ କରାଯିବ। ଏଥିଲାଗି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଏକ ୬ ଜଣିଆ ଟାସ୍କଫୋର୍ସ ଗଠନ କରିଛନ୍ତି। ଅର୍ଥ ସଚିବଙ୍କ ଅଧ୍ୟକ୍ଷତାରେ ଏହି କମିଟି ଗଠନ କରାଯାଇଛି ବୋଲି ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ଏକ ବିବୃତି ଜାରି କରି କୁହାଯାଇଛି। ଏଥିରେ କୁହାଯାଇଛି ଯେ, ଏହି ଟାସ୍କଫୋର୍ସ ୧୦୦ ଲକ୍ଷ କୋଟିର ନ୍ୟାଶନାଲ ଭିତ୍ତିଭୂମି ଯୋଜନା ପ୍ରସ୍ତୁତ କରି ପ୍ରକଳ୍ପ ଚୟନ କରିବ। ଏଥିରେ ନୂଆ ପ୍ରକଳ୍ପ ସହିତ ପୁରୁଣାର ବିସ୍ତାର କରାଯିବ। ଏହି ଟାସ୍କଫୋର୍ସରେ ବିଭିନ୍ନ ମନ୍ତ୍ରଣାଳୟର ସଚିବ, ଅନ୍ୟ ବରିଷ୍ଠ ଅଧିକାରୀ ତଥା ନୀତି ଆୟୋଗର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ସାମିଲ କରାଯାଇଛି। ପ୍ରକଳ୍ପ ଚୟନ ବେଳେ ୨୦୧୯-୨୦ ଆର୍ଥିକ ବର୍ଷରେ ଆରମ୍ଭ କରାଯିବାକୁ ଥିବା ପ୍ରକଳ୍ପଗୁଡ଼ିକୁ ଟାସ୍କଫୋର୍ସ ପ୍ରାଥମିକତା ଦେବ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ପ୍ରେମରେ ଉବୁଟୁବୁ ମଲାଇକା? ରୋମ୍‌ରୁ ଭାଇରାଲ ହେଲା ଡାଇମଣ୍ଡ ମର୍ଚ୍ଚାଣ୍ଟଙ୍କ ସହ ରୋମାଣ୍ଟିକ୍‌ ଫଟୋ

ମୁମ୍ବାଇ: ବଲିଉଡର ଫିଟନେସ୍‌ କୁଇନ୍‌ ତଥା ଖ୍ୟାତନାମା ଆଇଟମ୍‌ ଗର୍ଲ ମଲାଇକା ଅରୋରା ପୁଣିଥରେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ। ଅଭିନେତା ଅର୍ଜୁନ କପୁରଙ୍କ ସହ…

ଦେଖନ୍ତୁ ଛତିଥରା ଭିଡିଓ, ରାସ୍ତାରେ ଲୁଚିଥିଲା ମୃତ୍ୟୁ! କେହିକିଛି ବୁଝିବା ପୂର୍ବରୁ…

ସାଣ୍ଟିଆଗୋ,୨୧।୨: ଚିଲିର ରାଜଧାନୀ ସାଣ୍ଟିଆଗୋରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣାର ଏକ ଭିଡିଓ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଦ୍ରୁତ ଗତିରେ ଭାଇରାଲ ହେଉଛି। ଭିଡିଓରେ ଦେଖାଯାଉଛି ଯେ…

‘AI ଆସିଲେବି ମଣିଷର ସ୍ଥାନ ନେଇପାରିବନି ମେଶିନ’, ସିସ୍କୋ ଅଧିକାରୀ କହିଲେ କେମିତି ପରିବର୍ତ୍ତନ ହେବ ନିଯୁକ୍ତି ସୁଯୋଗ

ନୂଆଦିଲ୍ଲୀ,୨୧।୨: କର୍ପୋରେଟ ଜଗତ ଏବଂ ସାଧାରଣ ଲୋକଙ୍କ ମଧ୍ୟରେ କୃତ୍ରିମ ବୁଦ୍ଧିମତ୍ତା (AI)ର ଦ୍ରୁତ ବର୍ଦ୍ଧିତ ବ୍ୟବହାର ମଧ୍ୟରେ, ମେଶିନଗୁଡ଼ିକ ମଣିଷକୁ ବଦଳାଇବେ ବୋଲି ବଢୁଥିବା ଭୟ…

ବିଦ୍ୟୁତ୍‌ ଟିକସ ବୃଦ୍ଧି ବାତିଲ, ସ୍ମାର୍ଟ ମିଟର ଲଗାଇବା ବନ୍ଦ ନେଇ ସିପିଆଇଏମ୍‌ର ବିକ୍ଷୋଭ

ଛତ୍ରପୁର,୨୧ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାପରିଷଦ ଭବନର ଋଷିକୁଲ୍ୟା ସମ୍ମିଳନୀ କକ୍ଷରେ ବିଭିନ୍ନ ବିଷୟକୁ ନେଇ ଓଇଆରସି ପକ୍ଷରୁ ଏକ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଟିପିଏସଓଡିଏଲ…

ଚାନ୍ଦା ନ ଦେବାରୁ ଠିକାଦାରଙ୍କୁ ହତ୍ୟା, ଅଭିଯୋଗ ଆଣି ପୁଅ କହିଲେ ମୋ’ ବାପାଙ୍କୁ…

ଆନନ୍ଦପୁର/ବଞ୍ଚୋ,୨୧ା୨(ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): ଠିକା କାମରେ ଚାନ୍ଦା ନ ଦେବାରୁ ଠିକାଦାରଙ୍କୁ କିଛି ଅସାମାଜିକ ହତ୍ୟା କରିଥିବା ନେଇ ପରିବାର ଲୋକେ ଅଭିଯୋଗ କରିଛନ୍ତି।…

ଖରାପ ଫର୍ମ ପାଇଁ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚରୁ ବାଦ ପଡିବେ ଅଭିଷେକ? କ୍ୟାପଟେନ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୨୧।୨: ୨୦୨୬ ଟି୨୦ ବିଶ୍ୱକପ ସୁପର ୮ରେ ଭାରତର ପ୍ରଥମ ମ୍ୟାଚ ରବିବାର, ଫେବୃଆରୀ ୨୨ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ। ଏହା ପୂର୍ବରୁ, ଶନିବାର ଏକ ସାମ୍ବାଦିକ…

୪ ମାସ ବିତିନି ପୁଣି ବାଣ ବିସ୍ଫୋରଣ: ଲୋକେ ଭୟଭୀତ

ବୌଦ୍ଧ,୨୧ା୨(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ପୁରୁଣା କଟକ ଥାନା ଜିଆକଟା ଗ୍ରାମରେ ବାଣ ବିସ୍ଫୋରଣ ଘଟଣାକୁ ୪ ମାସ ବିତି ନ ଥିବା ବେଳେ ପୁଣି…

ଜିରୋ ବାଲାନ୍ସ ଆକାଉଣ୍ଟରୁ ଉଠାଇପାରିବେ ୧୦ହଜାର ଟଙ୍କା, ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨୧।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଥମ କାର୍ଯ୍ୟକାଳର ସବୁଠାରୁ ଲୋକପ୍ରିୟ ଯୋଜନାଗୁଡ଼ିକ ମଧ୍ୟରୁ ଗୋଟିଏ ହେଉଛି ଜନ ଧନ (ପ୍ରଧାନମନ୍ତ୍ରୀ ଜନ ଧନ) ଆକାଉଣ୍ଟ। ଏହି ଯୋଜନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri