ଲକ୍‌ ଡାଉନ୍‌ ନିୟମ ମାନି ରମଜାନ ପାଳନ କରିବାକୁ ନିଷ୍ପତ୍ତି

ଭଟଲି,୨୬ା୪(ଡି.ଏନ.ଏ): ବର୍ତ୍ତମାନ କରୋନା (କୋଭିଡ-୧୯)ପାଇଁ ସମଗ୍ର ଭାରତ ବର୍ଷକୁ କେନ୍ଦ୍ର ସରକାର ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏଥିପାଇଁ ସମଗ୍ର ଦେଶରେ ସାମାଜିକ ଦୂରତ୍ୱ ରକ୍ଷା କରିବା ପାଇଁ ବିଭିନ୍ନ ପ୍ରକାର କଡ଼ା ଆଇନ ପ୍ରଣୟନ ହୋଇଛି। କୌଣସି ଧାର୍ମିକ ଅନୁଷ୍ଠାନ ମଧ୍ୟ ଏହି କଟକଣାରୁ ବାଦ୍‌ ପଡ଼ିନାହିଁ। ତେବେ ମୁସଲମାନ ସମ୍ପ୍ରଦାୟଙ୍କ ରମ୍‌ଜାନ୍‌ ମାସ ଆରମ୍ଭ ହୋଇଥିବାରୁ ଭଟଲି ପ୍ରଶାସନ ପକ୍ଷରୁ ଏକ ବୈଠକ ବ୍ଲକ୍‌ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଥିଛି। ମସ୍‌ଜିଦ୍‌ ପରିସରରେ ମୌଲବୀଙ୍କ ସମେତ ସର୍ବାଧିକ ୪ ଜଣ ରହି ନମାଜ ପାଠ କରିପାରିବେ। ମସଜିଦ୍‌ରୁ ହିଁ ପ୍ରତିଦିନ ଅଜାନ ପରେ ଉପାସ ସମୟ ବିଷୟରେ ମୌଲବି ସଚେତନ କରିବା ସହିତ ସାମାଜିକ ଦୂରତ୍ୱ ରକ୍ଷା ପାଇଁ ଡାକବାଜି ଯନ୍ତ୍ର ସାହଯ୍ୟରେ ଜଣାଇପାରିବେ। ନିଜ ଘର ବା ପରିବାର ସଦସ୍ୟଙ୍କ ବ୍ୟତୀତ ଅନ୍ୟ କେହି ବାହାର ବ୍ୟକ୍ତି ଘରକୁ ଆସି ଭିଡ଼ ଜମାଇ ନମାଜ ପାଠ କରିପାରିବେ ନାହିଁ। କୌଣସି ମୌଲବି କୌଣସି ଘରକୁ ଯାଇ ନମାଜ ପାଠ କରାଇପାରିବେ ନାହିଁ। ଉପାସ ପରେ ଆବଶ୍ୟକ ସାମଗ୍ରୀ କିଣିବା ପାଇଁ କୌଣସି ଦୋକନରେ ଭିଡ଼ କରି ପାରିବେ ନାହିଁ କିମ୍ବା ବିନା କାରଣରେ ବାହାରକୁ ଆସି ପାରିବେ ନାହିଁ। ପ୍ରଶାସନର ଏହି ନିଷ୍ପତ୍ତିକୁ ସମ୍ପ୍ରଦାୟ ପକ୍ଷରୁ ସ୍ବାଗତ କରାଯାଇଛି। ତେବେ ଏହି ବୈଠକରେ ବିଡିଓ ଧୀରେନ୍ଦ୍ର କୁମାର ସେଠୀ, ତହସିଲଦାର ପ୍ରଶାନ୍ତ କୁମାର ମହାପାତ୍ର, ଥାନା ଅଧିକାରୀ ରଞ୍ଜିତ କୁମାର ନାଏକ, ମୌଲବି ମହମ୍ମଦ ଇଦ୍‌ରିସ୍‌, ମୁସ୍‌ଲିମ୍‌ କିମିଧିର ସଭାପତି ଅବଦୁଲ ଗନି ଖାଁ, ସମ୍ପାଦକ ହାଜି ସେଖ ଅଲ୍ଲି, ଅବଦୁଲ ଫାରୁକ୍‌ ଖାଁ, ଗୁଲାପ ବେଗ ଏବଂ ସେଖ୍‌ ଫାଇଜାନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାତୁଲୀ ୟୁଥ୍ କ୍ଲବ୍ କ୍ରିକେଟ ଟୁର୍ନାମେଣ୍ଟ: ସେମିଫାଇନାଲରେ ଅଙ୍ଗାରଗାଁର ଦମଦାର ବିଜୟ, ଫାଇନାଲରେ…

ଗଞ୍ଜାମ,୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସନ୍ତୋଷପୁର ପଞ୍ଚାୟତ ଅଧୀନସ୍ଥ ସାତୁଲୀ ୟୁଥ୍ କ୍ଲବ୍ ଆନୁକୂଲ୍ୟରେ ଚାଲିଥିବା କ୍ରିକେଟ ଟୁର୍ନାମେଣ୍ଟର ଶୁକ୍ରବାର ଦିନ ସେମିଫାଇନାଲ ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଛି।…

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ସମଣା ଘାଟରୁ ଉଠୁନି ଗୋଟେ ମୁଠା ବାଲି; ତଥାପି ପୋଲିସ,ପ୍ରଶାସନ, ମୁଖ୍ୟମନ୍ତ୍ରୀଙ୍କୁ ମିଛ ଟାର୍ଗେଟ: ପ୍ରତିବାଦରେ ଗର୍ଜିଲେ…

ହାଟଡିହୀ,୧୦।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ସମଣା ବାଲିଘାଟକୁ ନେଇ ଚାଲିଥିବା ଇଚ୍ଛାକୃତ ଅପପ୍ରଚାର ଓ ଷଡ଼ଯନ୍ତ୍ର ବିରୋଧରେ ଗ୍ରାମବାସୀ ସ୍ୱର ଉତ୍ତୋଳନ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri