Posted inଫୁରସତ

ଲକ୍‌ଡାଉନ: ଏକ ଟଙ୍କାରେ ଇଡଲି ଯୋଗାଉଛନ୍ତି ୮୫ ବର୍ଷୀୟା ବୃଦ୍ଧା

ତାମିଲନାଡୁର କୋଏମ୍ବାଟୁର ସହରଠାରୁ ପ୍ରାୟ ୨୦ କିଲୋମିଟର ଦୂର ପେରୁର ନିକଟରେ ଭାଦିଭେଲାମପାଲୟମ ଗାଁରେ ରହୁଥିବା ୮୫ ବର୍ଷୀୟା ବୃଦ୍ଧା କମଲାଥଲ ଏବେ ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। ସମସ୍ତଙ୍କ ଆଦରର ଦାଦିଭାବେ ପରିଚିତ କମଲାଥଲ ବେଶ୍‌ କିଛି ବର୍ଷ ହେବ ଲୋକଙ୍କୁ ୧ ଟଙ୍କାରେ ଇଡଲି, ଶମ୍ବର ଓ ଚଟନି ଖାଇବାକୁ ଦେଉଛନ୍ତି। ଏବେ କରୋନା ଭାଇରସ ସଂକ୍ରମଣ ପାଇଁ ସାରା ଦେଶରେ ଲକ୍‌ଡାଉନ ଚାଲିଥିବା ବେଳେ କମଲାଥଲ କିନ୍ତୁ ତାଙ୍କ ସେବା ବନ୍ଦ କରି ନାହାନ୍ତି। କେହି ଶ୍ରମିକ ଯେମିତି ଭୋକିଲା ନ ରହୁ ତାକୁ ଦୃଷ୍ଟିରେ ରଖି ସେ ଏବେବି ୧ ଟଙ୍କାରେ ଇଡଲି ଯୋଗାଇ ଦେଉଛନ୍ତି। ଲକ୍‌ଡାଉନ ସମୟରେ କିଏ କେତେ ପ୍ରକାର ଜିନିଷର ଦାମ୍‌ ବୃଦ୍ଧି କରି ବିକ୍ରି କରିଥିବା ବେଳେ କମଲାଥଲ କିନ୍ତୁ ଅନ୍ୟମାନଙ୍କଠାରୁ ଯେ ଭିନ୍ନ ତାହା ସ୍ପଷ୍ଟ ହୋଇଛି। ପାଖାପାଖି ୩୦ ବର୍ଷ ହେବ କମଲାଥଲ ଏହି କାମ କରୁଥିବା ବେଳେ ଲାଭ ଆଶରେ ନୁହେଁ ବରଂ ଅନ୍ୟର ଭୋକ ମେଣ୍ଟାଇବାକୁ ସେ ଇଡଲି ବିକ୍ରି କରୁଥିବା କହିଛନ୍ତି। ଲକ୍‌ଡାଉନ ପୂର୍ବରୁ ସେ ଦୈନିକ ୧ହଜାର ଇଡଲି ତିଆରି କରୁଥିବା ବେଳେ ସବୁକାମ ସେ ଏକା କରନ୍ତି ବୋଲି କୁହନ୍ତି। ସେତେବେଳେ ଆଖପାଖ ଦୋକାନରେ ଇଡଲି ୬ ଟଙ୍କାରେ ବିକ୍ରି କରାଯାଉଥିବା ବେଳେ କମଲାଥଲ କିନ୍ତୁ ୧ ଟଙ୍କାରେ ବିକ୍ରି କରନ୍ତି ବୋଲି କୁହନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri