ଲକ୍‌ଡାଉନ ଘୁଞ୍ଚିଲେ ଗରିବଙ୍କ ସଙ୍କଟ ବଢ଼ିଯିବ:ଡି. ସୁବାରାଓ

ନୂଆଦିଲ୍ଲୀ,୨୮।୪: କରୋନା ରୋକିବାକୁ ଏବେ ଲକ୍‌ଡାଉନ ଭଳି ପଦକ୍ଷେପ ନିଆଯାଇଛି। ସରକାର ଲକ୍‌ଡାଉନକୁ ମେ ମାସ ୩ ଯାଏ ଘୁଞ୍ଚାଇଛନ୍ତି। ବର୍ତ୍ତମାନ ଗରିବଙ୍କ ଜୀବନ ଜୀବିକା ଗଭୀର ଭାବେ ପ୍ରଭାବିତ ହୋଇଛି। ଲକ୍‌ଡାଉନ ଅବଧି ବଢିଲେ ଏହି ଲୋକଙ୍କ ସ୍ଥିତି ସଙ୍କଟାପନ୍ନ ହେବ ବୋଲି ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ନର ଡି.ସୁବାରାଓ କହିଛନ୍ତି। ସେହିଭଳି ଲକ୍‌ଡାଉନ ପରେ ଭାରତର ବିକାଶ ହାର ତ୍ୱରାନ୍ବିତ ହେବ ବୋଲି ସେ ଆଶାବାଦୀ ରହିଥିବା କହିଛନ୍ତି। ଏହି ସମୟରେ ଭାରତର ବିକାଶ ହାର ଅନ୍ୟ ଦେଶଗୁଡିକ ତୁଳନାରେ ଉନ୍ନତ ହେବ। ଲକ୍‌ଡାଉନ ଆଗରୁ ଦେଶର ଅଭିବୃଦ୍ଧି କ୍ଷତିଗ୍ରସ୍ତ ସ୍ତରରେ ରହିଛି। ଗତ ବର୍ଷ ଭାରତର ଅଭିବୃଦ୍ଧି ୫% ରହିବା ନେଇ ଅନୁମାନ କରାଯାଇଥିଲା। ଚଳିତ ବର୍ଷ ଅଭିବୃଦ୍ଧି ପ୍ରାୟ ୩୦ ବର୍ଷର ସର୍ବନିମ୍ନ ରହିବ ବୋଲି ଆକଳନ କରାଯାଇଛି। ଭାରତ ଗତ କିଛି ତ୍ରୈମାସ ଧରି ଚାପରେ ରହିଛି। ଗରିବ ଦେଶ ହୋଇଥିବାରୁ ଲକ୍‌ଡାଉନ ବଢ଼ିଲେ କୋଟି କୋଟି ଲୋକଙ୍କ ଜୀବନ ଜୀବିକା ଉପରେ ଏହା ପ୍ରତ୍ୟକ୍ଷ ପ୍ରଭାବ ପଡ଼ିବ। ଏହି ସମୟରେ ଗରିବଙ୍କ ଅସ୍ତିତ୍ୱ ଉପରେ ସଙ୍କଟ ସ୍ଥିତି ଜାରି ରହିବ ବୋଲି ସେ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Samsungରୁ Xiaomi ଯାଏ ହେଲା ମହଙ୍ଗା! ଆପଣଙ୍କର ପ୍ରିୟ ବ୍ରାଣ୍ଡର ସ୍ମାର୍ଟଫୋନର ଏତେ ବଢିଗଲା ଦାମ୍‌

ଯଦି ଆପଣ ଏହି ମାସରେ ଏକ ନୂତନ ସ୍ମାର୍ଟଫୋନ କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପକେଟକୁ ଟିକେ ଝଟ୍‌କା ଲାଗିପାରେ। ଏପ୍ରିଲ ମାସରେ, ପ୍ରାୟ ସମସ୍ତ…

ନିର୍ୱାଚନ ପରେ ଏତେ ମହଙ୍ଗା ହେବ ପେଟ୍ରୋଲ ଦର! ଚମକାଇଲା ରିପୋର୍ଟ

ନୂଆଦିଲ୍ଲୀ,୧୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଭାରତୀୟ ତୈଳ କମ୍ପାନୀଗୁଡ଼ିକୁ ପ୍ରଭାବିତ କରିବା ଆରମ୍ଭ କରିଛି। ସରକାରୀ ତୈଳ କମ୍ପାନୀଗୁଡ଼ିକ ପାଇଁ, ପେଟ୍ରୋଲ ଏବଂ…

୫୨ ପଇସା ଦୁର୍ବଳ ହେଲା ଭାରତୀୟ ମୁଦ୍ରା

ମୁମ୍ବାଇ,୧୪।୪:(ପି.ଟି.): ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ଭୂରାଜନୈତିକ ଉତ୍ତେଜନା ଭାରତୀୟ ମୁଦ୍ରାକୁ ପୁଣି ଦୁର୍ବଳ କରିଦେଇଛି । ଇଣ୍ଟରବ୍ୟାଙ୍କ ଫରେନ୍‌ ଏକ୍ସଚେଞ୍ଜରେ ସୋମବାର ଟଙ୍କା ୫୨ ପଇସା ଦୁର୍ବଳ…

ଶସ୍ତା ହୋଇଗଲା ସୁନା-ରୂପା ଦାମ୍, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦର

ନୂଆଦିଲ୍ଲୀ,୧୩।୪: ସୁନା ଏବଂ ରୂପାର ମୂଲ୍ୟରେ ସୋମବାର ଦିନ ରେକର୍ଡ ହ୍ରାସ କରାଯାଇଛି। ଫ୍ୟୁଚର୍ସ ବଜାରରେ, ଉଭୟ ମୂଲ୍ୟବାନ ଧାତୁର ମୂଲ୍ୟ ହ୍ରାସ ପାଇଛି । ମଲ୍ଟି…

Share Market Crash: ଶାନ୍ତି ଆଲୋଚନା ବିଫଳ ହେବା ପରେ ଷ୍ଟକ ମାର୍କେଟ କ୍ରାସ; ସେନସେକ୍ସ ୧,୬୦୦ ପଏଣ୍ଟ ହ୍ରାସ ପାଇଲା

ମୁମ୍ମାଇ,୧୩।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଶାନ୍ତି ଆଲୋଚନା ବିଫଳ ହେବା ପରେ ଆଜି ବିଶ୍ୱ ଷ୍ଟକ ବଜାରରେ ତୀବ୍ର ହ୍ରାସ…

ଜୁଏଲେରି ବ୍ୟବସାୟ ସବୁଠୁ ନିରାପଦ: ସଞ୍ଜୀବ ହଂସ

ପ୍ରାୟ ୩୦ ବର୍ଷ ପୂର୍ବେ ପ୍ରତିଷ୍ଠିତ ‘ଶୁଭଲାଭ ଜୁଏଲର୍ସ’ ଓଡ଼ିଶାର ଏକ ପ୍ରମୁଖ ଜୁଏଲେରି ବ୍ରାଣ୍ଡ୍‌ ଭାବରେ ପରିଚିତ। ଏକ ଛୋଟ ଦୋକାନରୁ ଆରମ୍ଭ ହୋଇଥିବା ଏହି…

SBI ଗ୍ରାହକ ହୁଅନ୍ତୁ ସତର୍କ!ଟଙ୍କା ରଖିଥିଲେ ଜାଣି ନିଅନ୍ତୁ…

ଦେଶରେ ସର୍ବବୃହତ ସାର୍ବଜନୀନ ବ୍ୟାଙ୍କ ଭାବରେ ଏସବିଆଇର ଆଦୃତି ରହିଛି । ଅନେକ ଲୋକମାନଙ୍କ ଏହି ବ୍ୟାଙ୍କରେ ବିଭିନ୍ନ ଆକାଉଣ୍ଟ ରହିଛି । ବର୍ତ୍ତମାନ ବ୍ୟାଙ୍କ ଗୋଟିଏ…

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri