ଲକ୍‌ଡାଉନ ନାମରେ ଚାଲିଛି ଭୋଜିଭାତ

ଖଇରା, ୩।୪(ଡି.ଏନ୍‌.ଏ.)-କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ଦେଶବ୍ୟାପୀ ଲକ୍‌ଡାଉନ ଘୋଷଣା କରାଯାଇଛି। କେତେକ ଗ୍ରାମବାସୀ ଗ୍ରାମର ୨ ପାର୍ଶ୍ୱରେ ବାଉଁଶ ବାନ୍ଧି ବାହାର ଲୋକଙ୍କ ଯାତାୟାତ ଉପରେ କଟକଣା ଲଗାଇଛନ୍ତି। ହେଲେ ଏବେ କେତେକ ଗ୍ରାମରେ ପୋଲିସ ଆଖିରେ ଧୂଳି ଦେଇ ଉପରଠାଉରିଆ ଭାବେ ଯୁବଗୋଷ୍ଠୀ ଭୋଜିଭାତ ମଉଜମଜଲିସ କରୁଥିବା ନଜରକୁ ଆସିଛି।
ଗାଁ ଗହଳି ଛକରେ ଲୋକମାନଙ୍କର ଭିଡ ଯେପରି ନ ଜମେ ଓ ସାଧାରଣ ଲୋକେ ଅତ୍ୟାବଶ୍ୟକ ସାମଗ୍ରୀ ନେବା ପାଇଁ ସାଧାରଣ ଦୂରତା ବଜାୟ ରଖନ୍ତି ସେଥିପାଇଁ ଖଇରା ବ୍ଲକ ବିଡିଓ ଦେବେନ୍ଦ୍ର ପ୍ରସାଦ ବଳ, ତହସିଲଦାର ପ୍ରଦୀପ କୁମାର ସାହୁ, ଖଇରା ଥାନା ଆଇଆଇସି ସୁବ୍ରତ ବେହେରାଙ୍କ ନେତୃତ୍ୱରେ ବିଭିନ୍ନ ଟିମ୍‌ ଗାଁ ଗାଁ ବୁଲୁଛନ୍ତି। ବାହାର ରାଜ୍ୟରେ କାମ କରୁଥିବା ଯୁବକମାନେ ଗାଁକୁ ପଳାଇ ଆସିଛନ୍ତି ା ପ୍ରଶାସନର ଏଭଳି ଅଙ୍କୁଶ ଉପରୋକ୍ତ ଯୁବକମାନଙ୍କୁ ଦଳ ଦଳ ହୋଇ ବୁଲିବା ମଦ ମାଂସର ଭୋଜିର ଆୟୋଜନ କରିବାରେ ବାଧାସୃଷ୍ଟି କରୁଛି ା ଫଳରେ ପ୍ରଶାସନର ଦୃଷ୍ଟି ଆଢୁଆଳରୁ ସୁରକ୍ଷିତ ରହିବା ଲାଗି ଏହି ଯୁବଗୋଷ୍ଠୀ ଗାଁ ମୁଣ୍ଡରେ ବାଉଁଶ ବାନ୍ଧି ସାଧାରଣ ଲୋକଙ୍କ ପ୍ରବେଶ ନିଷେଧ ଆଳରେ ସବୁକିଛି କରିଚାଲିଛନ୍ତି। ବୟୋଜ୍ୟେଷ୍ଠମାନଙ୍କୁ ଏଭଳି କାର୍ଯ୍ୟ ଖରାପ ଲାଗୁଥିଲେ ହେଁ ସେମାନେ ଭୟରେ ମୁହଁ ଖୋଲି କିଛି କହିପାରୁନାହାନ୍ତି ା ଏ ସମ୍ପର୍କରେ ବିଡିଓ ଦେବେନ୍ଦ୍ର ପ୍ରସାଦ ବଳ ଓ ଆଇଆଇସି ସୁବ୍ରତ ବେହେରାଙ୍କୁ ଯୋଗାଯୋଗ କରିବାରେ ସେମାନେ ଏହି ଘଟଣା ଉପରେ ଦୃଷ୍ଟି ଦେବେ ବୋଲି କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri