ହାଟଡିହୀ, ୨୬।୪(ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ଥାନା ଅଞ୍ଚଳରେ ଲକ୍ଡାଉନ ନିୟମ ଉଲ୍ଲଂଘନ ଅଭିଯୋଗରେ ୮ଜଣଙ୍କ ନାମରେ ମାମଲା ରୁଜୁ ହୋଇଛି। ଏମାନେ ସମସ୍ତେ ହାଟଡିହୀ ଅଞ୍ଚଳର। ଏକ ଅଣପଞ୍ଜୀକୃତ ଗ୍ରୁପ ବିନା ପାସ୍ରେ ଖାଦ୍ୟ ବାଣ୍ଟିବାକୁ ଯାଉଥିଲେ ବୋଲି ଜଣାପଡିଛି। ଏଥିସହ ପୋଲିସ ଗୋଟିଏ ଅଟୋ ଏବଂ ଦୁଇଟି ମୋଟର ସାଇକେଲକୁ ଜବତ କରିଛି।
ନନ୍ଦିପଦା ଶାଳନିଆ ଅଞ୍ଚଳର ପ୍ରଶାନ୍ତ ବାରିକ, ପ୍ରୀତିରଞ୍ଜନ ଦ୍ୱିବେଦୀ, ପ୍ରଦୀପ ବେହେରା, ଜୟନ୍ତ ବେହେରା, କିଶୋର ସିଂ, ସତ୍ୟବ୍ରତ ସା, ରଜତ ମହାକୁଡ଼, ବିକାଶ ବେହେରାଙ୍କ ନାମରେ ମାମଲା (ନଂ.୨୫/୨୦) ରୁଜୁ ହୋଇଛି। ଏମାନେ ଲକ୍ଡାଉନ ନିୟମ ଭାଙ୍ଗିଥିବା ଏତଲାରେ ଦର୍ଶାଯାଇଛି। ବଉଳା ଫାଣ୍ଡି ଅଧିକାରୀ କୀର୍ତ୍ତନବିହାରୀ ମହାନ୍ତ ବାଙ୍ଗୋର ନିକଟରେ ପାଟ୍ରୋଲିଂ କରୁଥିବା ବେଳେ ବିଦ୍ୟାଧରପୁର ବ୍ୟାରେଜ ନିକଟରୁ ଯୁବକମାନଙ୍କୁ ଧରି ଥାନାକୁ ନେଇଯାଇଥିଲେ।
Posted inଆମ ଜିଲା ଖବର, କେନ୍ଦୁଝର View All
ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ସରିଲା କ୍ଷୀତିଶଙ୍କ ରିମାଣ୍ଡ ଅବଧି, ପୋଲିସ ହାତରେ ଲାଗିଲା କିଛି ନୂଆ ତଥ୍ୟ
ବଲାଙ୍ଗୀର,୩୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ନିସ୍ତୁକ ମାଡ଼ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କ…
ଶୌଚ ହେବାକୁ ଯାଇଥିଲେ ଗୋବର୍ଦ୍ଧନ, ଅତର୍କିତ ଆକ୍ରମଣ କଲା ଭାଲୁ, ଆଉ ତା’ ପରେ…
ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପୋଇପାଣି ଗ୍ରାମ ନିକଟରେ ବୁଧବାର ଭୋର୍ରୁ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଆହତ…
ଦାଉ ସାଧୁଛି ମହାନଦୀ ବନ୍ୟା: ନଷ୍ଟ ହେଉଛି ଫସଲ, ଆନ୍ଦୋଳନ ଚେତାବନୀ ଦେଇ ଚାଷୀ କହିଲେ…
ମଜାକାଳପଡ଼ା,୩୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡ଼ାଶାଳୀ ସ୍ଲୁଇସ୍କ୍ରିକ ଖୋଲାପଡିଛି। ଏହାଦ୍ୱାରା ମହାନଦୀରେ ଆସିଥିବା ଚତୁର୍ଥ ବନ୍ୟା ଜଳ ପ୍ରବେଶ କରି ଚାଷୀଙ୍କ ଧାନ…
ଭୟାବହ ଅଗ୍ନିକାଣ୍ଡ: ଶୋ-ରୁମରେ ୫୦ରୁ ଅଧିକ ବାଇକ ଭସ୍ମ
ବାଲେଶ୍ୱର, ୩୦।୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ବୁଧବାର ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ। ସହଦେବଖୁଣ୍ଟା ମ୍ୟୁନିସିପାଲ ହାଇସ୍କୁଲ ସମ୍ମୁଖରେ ଥିବା ଏକ ହିରୋ ବାଇକ ଶୋ-ରୁମରେ ପୂର୍ବାହ୍ନରେ…
ଓଡ଼ିଶା ପାଇଁ ଗୌରବ ଆଣିଲେ ଆଶୀର୍ବାଦ: ମାଉଣ୍ଟ ମଚୋଇ-୨ ଶିଖରରେ ଉଡ଼ାଇଲେ ତ୍ରିରଙ୍ଗା
ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ କୁଲିତା ଟୁକୁରା ଗ୍ରାମର ପର୍ବତାରୋହୀ ଆଶୀର୍ବାଦ ମହାପାତ୍ର ପ୍ରାୟ ୫,୧୩୦ ମିଟର(୧୬,୮୩୦ ଫୁଟ) ଉଚ୍ଚତାବିଶିଷ୍ଟ ଜମ୍ମୁ-କଶ୍ମୀରର ମାଉଣ୍ଟ ମଚୋଇ-୨…
ଦିଲ୍ଲୀରେ କନ୍ଧମାଳ ହଳଦୀର ଚାହିଦା: ଗୌରବ ବଢ଼ାଇଲେ ଦାରିଙ୍ଗବାଡ଼ିର ମହିଳା ଉଦ୍ୟୋଗୀ
ଦାରିଙ୍ଗବାଡ଼ି, ୩୦।୯ (ଅରୁଣ ସାହୁ): କନ୍ଧମାଳର ପାରମ୍ପରିକ ହଳଦୀକୁ ଜାତୀୟସ୍ତରରେ ପରିଚିତ କରାଇବା ଦିଗରେ ଆଉ ଏକ ପଦକ୍ଷେପ। ଦାରିଙ୍ଗବାଡ଼ି ବ୍ଲକର ମହିଳା ଉଦ୍ୟୋଗୀ ଝରଣା ସାହୁ…
୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ
ପୁରୀ,୩୦ା୯(ଅଜିତ୍ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍ରେ ସର୍ବସାଧାରଣଙ୍କ…
ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର
ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…

