ଲକ୍‌ଡାଉନ ପରବର୍ତ୍ତୀ ପ୍ରଶାସନିକ ପ୍ରସ୍ତୁତି: କ୍ୱାରାଣ୍ଟାଇନରେ ରହିବେ ବହିରାଗତ

ଛତ୍ରପୁର,୧୫ା୪(ଡି.ଏନ୍‌.ଏ.)- ବର୍ଦ୍ଧିତ ଲକ୍‌ଡାଉନ ମେ’୩ରେ ସରିବା ପରେ ବାହାର ରାଜ୍ୟରେ ଥିବା ଗଞ୍ଜାମ ଜିଲାର ଲୋକମାନେ ଘରକୁ ଫେରିବା ସମ୍ଭାବନା ରହିଛି। ଏଥିପାଇଁ ସାମଗ୍ରୀକ ପ୍ରସ୍ତୁତିକୁ ଠିକ ଭାବେ ପରିଚାଳନା ପାଇଁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସମ୍ପୃକ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଗ୍ରାମସ୍ତରରେ ଏବଂ ସହରାଞ୍ଚଳରେ ସମସ୍ତ ସ୍କୁଲ ଘର, ଅନ୍ୟାନ୍ୟ ସରକାରୀ ଘର, ବାତ୍ୟା ଆଶ୍ରୟସ୍ଥଳ, କଲ୍ୟାଣ ମଣ୍ଡପ ପ୍ରଭୃତି ସ୍ରସ୍ତୁତ କରି ସେମାନଙ୍କୁ ରଖାଯିବ। ବାହାର ରାଜ୍ୟ ଫେରନ୍ତାଙ୍କ ପାଇଁ ଡାକ୍ତରୀ ପରୀକ୍ଷା ଅନିର୍ବାଜ୍ୟ ସହ ୨୧ ଦିନିଆ କ୍ବାରାଣ୍ଟାଇନରେ ରଖାଯିବ।
ଯେଉଁ କର୍ମଚାରୀ ଭୁବନେଶ୍ୱର ଯାଇ ଫେରିବେ ସେମାନେ ମଧ୍ୟ ୨୧ ଦିନିଆ କ୍ବାରାଣ୍ଟାଇନରେ ରହିବେ। ଅଧିକାରୀ ଏହା ସୁନିଶ୍ଚିତ ନ କଲେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ। ଜିଲାର ବିଭିନ୍ନ ଯାଞ୍ଚ ଗେଟରେ ପୋଲିସ ସହିତ ସରକାରୀ କର୍ମଚାରୀ ରହିବେ। ଡାକ୍ତରୀ ପରାମର୍ଶ ପାଇଁ ଜିଲା ବାହାରକୁ ଯିବାରଥିଲେ ଉପଜିଲାପାଳ ପାସ୍‌ ପ୍ରଦାନ କରିପାରିବେ।
ସାମାଜିକ ଦୂରତା ଅବଲମ୍ବନ କରି ନିଶ୍ଚିତ କର୍ମନିଯୁକ୍ତି ଯୋଜନା କାର୍ଯ୍ୟ ଆଗେଇ ନେବାକୁ ଜିଲାପାଳ କହିଛନ୍ତି। ବିଭିନ୍ନ ପେନ୍‌ସନ ଓ ଭତ୍ତା ନିର୍ଦ୍ଦିଷ୍ଟ ବ୍ୟକ୍ତି ବ୍ୟତୀତ ଅନ୍ୟକୌଣସି ପରିବାର ସଦସ୍ୟଙ୍କୁ ଦିଆଯିବନାହିଁ ବୋଲି ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି।
ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ଇଂ. ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଅତିରିକ୍ତ ଜିଲାପାଳ କବୀନ୍ଦ୍ର କୁମାର ସାହୁ, ସୁଦାମ ଚରଣ ମଣ୍ଡଳ, ଅମୀୟ କୁମାର ସାହୁ, ବ୍ରହ୍ମପୁର ଉପଜିଲାପାଳ ସିନ୍ଧେ ଦତ୍ତାତ୍ରୟ ଭାଉସାହେବ, ଛତ୍ରପୁର ଉପଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି ଓ ଅନ୍ୟାନ୍ୟ ଅଧିକାରୀମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୪ ଦିନରେ ଗୋଟିଏ ପରିବାରର ଚାଲିଗଲା ୨ ଜଣଙ୍କ ଜୀବନ: କକାଙ୍କ ମୃତ୍ୟୁ ପରେ ପୁତୁରାଙ୍କ ମୃତ୍ୟୁ

ଅମରପାଲି,୧୫ା୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳରେ କିଡ୍‌ନୀ ରୋଗ ଏବେ ମହାମାରୀର ରୂପ ନେଇଛି। କିଛି ଦିନ ପୂର୍ବରୁ ବୀରମହାରାଜପୁର ଉପଖଣ୍ଡର ୪ ଜଣ...

ଏଇ ଭାରତରେ

ଦୃଢ଼ ଇଚ୍ଛାଶକ୍ତି ଥିବା ମଣିଷ ଲକ୍ଷ୍ୟ ହାସଲ ନ ହେବା ଯାଏ ଥକିଯାଏ ନାହିଁ। ସବୁ ବାଧା ଏପରିକି ସୁଯୋଗକୁ ମଧ୍ୟ ପଛକରି ସେଠାରେ ପହଞ୍ଚିଯାଆନ୍ତି...

ଡଙ୍ଗରୁଣୀର ବାଟରେ ପ୍ରାଥମିକ ଶିକ୍ଷା

ଆମ୍ବଗଛ ଭିତରୁ ଧୀରେ ଧୀରେ ଶୀତୁଆ ଖରା ପିଲାଙ୍କ ଉପରେ ଅଣେଇହୋଇ ଆସୁଥାଏ। ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ର ନିର୍ଗୁଣ୍ଡି ଗାଆଁ। ଗାଆଁ ଭିତରୁ ପବନ...

ଜିଜ୍ଞାସାର ମହାଯଜ୍ଞ

ସ୍ତକଟିଏ ପ୍ରକାଶ ପାଇଲେ ପୁସ୍ତକର ସ୍ରଷ୍ଟା ଚାହେଁ ତା’ର ବହୁଳ ପ୍ରସାରଣ। କାରଣ ବହି ଖାଲି ଲେଖିଦେଲେ ହେବନି, ତାହା ପଢ଼ାଯିବା ଦରକାର। ପଢ଼ିବା ପାଇଁଁ...

ଏଆଇରେ ଭାରତ ବିଶ୍ୱର ୩ୟ ସର୍ବାଧିକ ପ୍ରତିଦ୍ୱନ୍ଦ୍ୱୀ ରାଷ୍ଟ୍ର

ନ୍ୟୁୟର୍କ,୧୫।୧୨: କୃତ୍ରିମ ବୁଦ୍ଧମତ୍ତା ବା ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) କ୍ଷେତ୍ରରେ ଭାରତ ବିଶ୍ୱର ୩ୟ ସର୍ବାଧିକ ପ୍ରତିଦ୍ୱନ୍ଦ୍ୱୀ ରାଷ୍ଟ୍ର ବିବେଚିତ ହୋଇଛି। ଷ୍ଟାନ୍‌ଫୋର୍ଡ ବିଶ୍ୱବିଦ୍ୟଳୟ ପକ୍ଷରୁ...

କଂଗ୍ରେସରୁ ବିଦା ହେଲେ ମୋକିମ

ଭୁବନେଶ୍ୱର,୧୫ା୧୨: ପୂର୍ବତନ ବିଧାୟକ ମହମ୍ମଦ ମୋକିମ କଂଗ୍ରେସରୁ ବହିଷ୍କୃତ ହୋଇଛନ୍ତି। ଦଳ ବିରୋଧୀ କାର୍ଯ୍ୟ ପାଇଁ ମୋକିମ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ ହୋଇଛନ୍ତି।...

‘ଭାଜପା ଡିଏନ୍‌ଏରେ ଭୋଟ୍‌ ଚୋରି’

ନୂଆଦିଲ୍ଲୀ,୧୫ା୧୨(ପି.ଟି.); ଭାଜପାର ଡିଏନ୍‌ଏରେ ‘ଭୋଟ ଚୋରି’ ପ୍ରବୃତ୍ତି ରହିଛି। କଂଗ୍ରେସ ସତ୍ୟ ସହ ଛିଡ଼ା ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)କୁ...

ହାତୀକୁ ଖାଦ୍ୟରେ ବିସ୍ଫୋରକ

ବାରିପଦା,୧୫ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ୮ ଦିନ ତଳେ ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଦେଇ ଏକ ୨୭ଟିକିଆ ହାତୀପଲ ବୁଢ଼ାବଳଙ୍ଗ ନଦୀ ପାର ହୋଇ ବାଲେଶ୍ୱର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri