ଲକ୍‌ଡାଉନ ଯୋଗୁ ଏମ୍‌ଏସ୍‌ଏମ୍‌ଇ ପ୍ରଭାବିତ: କେନ୍ଦ୍ରୀୟ ସହାୟତା ଲୋଡ଼ିିଲା ରାଜ୍ୟ

ଭୁବନେଶ୍ୱର,୧୨।୪(ବ୍ୟୁରୋ): ବିଶ୍ୱବ୍ୟାପୀ କରୋନାଜନିତ ଭୟାବହତାକୁ ନେଇ ରାଜ୍ୟରେ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ(ଏମ୍‌ଏସ୍‌ଏମ୍‌ଇ)କ୍ଷେତ୍ର ପ୍ରାୟତଃ ବନ୍ଦ ହୋଇ ପଡ଼ିଥିବା ଯୋଗୁ ଏ କ୍ଷେତ୍ରରେ ଅଚଳାବସ୍ଥା ସୃଷ୍ଟି ହୋଇଛି । ଏ ନେଇ ଶନିବାର ବିଭାଗୀୟ ମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟଶଙ୍କର ମିଶ୍ର କେନ୍ଦ୍ର ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ରସାୟନ ଓ ସାର ମନ୍ତ୍ରୀ ସଦାନନ୍ଦ ଗୌଡ଼ା ଏବଂ କେନ୍ଦ୍ରମନ୍ତ୍ରୀ ଫଗନ୍‌ ସିଂ କୁଲସ୍ତେଙ୍କ ସହ ଫୋନ୍‌ରେ ଆଲୋଚନା କରିଛନ୍ତି । ରାଜ୍ୟରେ ଏମ୍‌ଏସ୍‌ଏମ୍‌ଇ କ୍ଷେତ୍ର ଲକ୍‌ଡାଉନ୍‌ ପାଇଁ ବିଶେଷ ପ୍ରଭାବିତ ହୋଇଛି । ଶ୍ରମିକମାନେ ତାଙ୍କର ବେଉସା ହରାଇ ହାତ ବାନ୍ଧି ବସିବାକୁ ବାଧ୍ୟ ହୋଇଛନ୍ତି । ଶ୍ରମଜୀବୀମାନେ ବେରୋଜଗାର ହୋଇଥିବାରୁ ଏହି କ୍ଷେତ୍ରରେ ଜୀବିକା ଉପାର୍ଜନ କରୁଥିବା ବୃହତ୍‌ ବର୍ଗଙ୍କ ଅର୍ଥନୀତି ଦିଗ ହରାଇଛି। କରୋନା ପରେ ଅବସ୍ଥା ସ୍ବାଭାବିକ ହେଲେ ଏହି କ୍ଷେତ୍ରକୁ କିପରି ପୁଣିଥରେ ସଚଳ କରାଯାଇପାରିବ ସେଥିପାଇଁ କେନ୍ଦ୍ରୀୟ ସହଯୋଗର ସୁଯୋଗ ସୃଷ୍ଟି କରିବାକୁ ଦିବ୍ୟଶଙ୍କର କେନ୍ଦ୍ର ମନ୍ତ୍ରୀମାନଙ୍କୁ ଅନୁରୋଧ କରିଥିଲେ । ଦେଶର ଅର୍ଥନୀତିରେ ଏମ୍‌ଏସ୍‌ଏମ୍‌ଇ କ୍ଷେତ୍ରର ଯୋଗଦାନର ଅଧିକ ଗୁରୁତ୍ୱ ରହିଛି । ତେଣୁ ରାଜ୍ୟ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରକୁ ସ୍ବାଭାବିକ ଅବସ୍ଥାକୁ ଫେରାଇ ଆଣିବାକୁ ସେ ସ୍ବତନ୍ତ୍ର ପ୍ୟାକେଜ୍‌ ବ୍ୟବସ୍ଥା କରିବାକୁ ପ୍ରସ୍ତାବ ରଖିଥିବା ଗଣମାଧ୍ୟମକୁ ଜଣାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

୨ବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌. ପ୍ରବେଶିକା ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ): ଚଳିତ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ଦୁଇ ବର୍ଷିଆ ବି.ଏଡ୍‌., ଏମ୍‌.ଏଡ୍‌. ଏବଂ ବି.ଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର…

ଜନଗଣନା ପରେ ପଞ୍ଚାୟତ ଭୋଟ

ଭୁବନେଶ୍ୱର,୧୧।୭(ରବିନାରାୟଣ ଜେନା): ରାଜ୍ୟରେ ଚାଲିଥିବା ଭୋଟରତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ(ଏସ୍‌ଆଇଆର୍‌) ଏବଂ ଜନଗଣନା ପରେ ପଞ୍ଚାୟତ ଓ ପୌର ନିର୍ବାଚନ ହେବ ବୋଲି ରାଜ୍ୟ ନିର୍ବାଚନ ଆୟୁକ୍ତ(କମିଶନର)…

ଜୀବିତ ରୋଗୀଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଆଉ ତା’ପରେ…

କାମାକ୍ଷାନଗର, ୧୧।୭ (ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଜୀବିତ ରୋଗୀଙ୍କୁ ଚିକିତ୍ସା…

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ସମଣା ଘାଟରୁ ଉଠୁନି ଗୋଟେ ମୁଠା ବାଲି; ତଥାପି ପୋଲିସ,ପ୍ରଶାସନ, ମୁଖ୍ୟମନ୍ତ୍ରୀଙ୍କୁ ମିଛ ଟାର୍ଗେଟ: ପ୍ରତିବାଦରେ ଗର୍ଜିଲେ…

ହାଟଡିହୀ,୧୦।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ସମଣା ବାଲିଘାଟକୁ ନେଇ ଚାଲିଥିବା ଇଚ୍ଛାକୃତ ଅପପ୍ରଚାର ଓ ଷଡ଼ଯନ୍ତ୍ର ବିରୋଧରେ ଗ୍ରାମବାସୀ ସ୍ୱର ଉତ୍ତୋଳନ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri