Posted inଜାତୀୟ

ଲକ୍‌ଡାଉନ ଯୋଗୁ କ୍ଷତି ସହିଲେଣି ଘୋଡ଼ା ମାଲିକ

ଭୋପାଳ,୨୫।୫: ମଧ୍ୟପ୍ରଦେଶରେ ଅଧିକାଂଶ ସ୍ଥାନରେ ବିବାହ ପାଇଁ ଘୋଡ଼ାର ବ୍ୟବହାର କରାଯାଇଥାଏ। ଆଉ ଘୋଡ଼ାକୁ ଭଡାରେ ଲଗାଇ ଦି ପଇସା ରୋଜଗାର କରୁଥିବା ଘୋଡ଼ା ମାଲିକମାନେ ଏବେ ବହୁ କ୍ଷତି ସହିଥିବା କହିଛନ୍ତି। କରୋନା ଭାଇରସ ସଂକ୍ରମଣ ଯୋଗୁ ଦେଶରେ ଲକ୍‌ଡାଉନ୍‌ ପିରିୟଡ ବଢିବାରେ ଲାଗିଛି। ଅନ୍ୟପଟେ ବିବାହ କାର୍ଯ୍ୟ ଏକ ପ୍ରକାର ବନ୍ଦ ରହିଥିବା ବେଳେ ବିନା ପ୍ରସେଶନରେ ବିବାହ କରିବାକୁ କେବଳ ଅନୁମତି ମିଳିଛି। ଏପରି ସ୍ଥଳେ ଯେଉଁ କେତୋଟି ହାତଗଣତି ବିବାହ କରାଯାଉଛି ସେଥିରେ ଲୋକେ ଘୋଡ଼ାକୁ ଆଉ ଖୋଜୁ ନାହାଁନ୍ତି। ତେଣୁ ପୂର୍ବରୁ ବିବାହ କାର୍ଯ୍ୟରେ ଘୋଡ଼ାକୁ ଭଡାରେ ଲଗାଉଥିବା ମାଲିକମାନେ ଏକ ପ୍ରକାର ହାତ ବାନ୍ଧି ବସିଛନ୍ତି। ଘୋଡ଼ା ମାଲିକ କୁହନ୍ତି ଆମେ ବର୍ଷ ସାରା ବିବାହ ଋତୁକୁ ଅନାଇ ବସିଥାଉ। ହେଲେ ଏବର୍ଷ ଲକ୍‌ଡାଉନ ଯୋଗୁ ବିବାହ ନ ହୋଇ ଥିବାରୁ ରୋଜଗାର ମଧ୍ୟ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଜୁଆଆଡ୍ଡା, ଅବୈଧ ମଦ କାରବାର ଉପରେ ପୋଲିସର ଚଢ଼ାଉ: ୧୧ ଗିରଫ

ପାରଳାଖେମୁଣ୍ଡି,୧୪।୬ (ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ଜୁଆ ଖେଳ ଓ ଅବୈଧ ମଦ କାରବାର ସହ ଜଡ଼ିତ ମୋଟ ୧୧…

ପହିଲି ରଜରେ କମିଲା ତେଲ ଦର! ଭୁବନେଶ୍ୱର ଏତିକି ଅଛି ପ୍ରାଇସ….

ଭୁବନେଶ୍ୱର୧୪।୬: ପାକିସ୍ତାନଠାରୁ ଆରମ୍ଭ କରି ଆମେରିକା ପର୍ଯ୍ୟନ୍ତ, ବିଶ୍ୱର ସମସ୍ତ ଦେଶରେ ପେଟ୍ରୋଲ-ଡିଜେଲ ଦର ଆକାଶଛୁଆଁ ହେବାରେ ଲାଗିଛି, କିନ୍ତୁ ଭାରତ ହେଉଛି ଏକମାତ୍ର ଦେଶ ଯେଉଁଠାରେ…

୧୮ଯାଏ ଝଡବର୍ଷା; ଏସବୁ ଜିଲାକୁ ଆଲର୍ଟ

ଭୁବନେଶ୍ୱର,୧୪।୬(ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ଓଡ଼ିଶାରେ ପ୍ରବେଶ କରିବା ପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ବର୍ତ୍ତମାନ ମୌସୁମୀ ବାୟୁ ପାରାଦୀପ ଓ ବାରିପଦା…

ନିଆଁ ସହ ଚାଲିଛି ଖେଳ

ଭୁବନେଶ୍ୱର,୧୪।୬(ରବିନାରାୟଣ ଜେନା): କଥାରେ ଅଛି ନିଆଁ ସହ ଖେଳନାହିଁ, ହେଲେ ରାଜ୍ୟର ବିଭିନ୍ନ ସରକାରୀ ଓ ବେସରକାରୀ ପ୍ରତିଷ୍ଠାନ ଏବେ ନିଆଁ ସହିତ ଖେଳୁଛନ୍ତି। ଏଥିଯୋଗୁ କେତେବେଳେ…

ନୂଆ ଭାରତରେ ନୂଆ ଆଇନ

ନୂଆ ଭାରତ ଆମ ପାଖରେ ଏତେ ଶୀଘ୍ର ଆସିଛି ଯେ, ଆମେ କେଉଁଠି ପହଞ୍ଚିଛୁ ତାହା ଆକଳନ କରିବା ପାଇଁ ପଛକୁ ଟିକେ ଫେରି ଚାହିଁବା ଗୁରୁତ୍ୱପୂର୍ଣ୍ଣ…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ ବର୍ଷ ପରେ ନୂଆ ଆଧାର ମନା, ମୁଖ୍ୟମନ୍ତ୍ରୀ କହିଲେ…

ଗୁଆହାଟୀ,୧୩ା୬(ପି.ଟି.): ବେଆଇନ ଆପ୍ରବାସୀମାନେ ଯେପରି ଆଧାର କାର୍ଡ ହାସଲ ନ କରନ୍ତି, ସେଥିପାଇଁ ଆସାମରେ ୧୮ ବର୍ଷ ବୟସରୁ ଊର୍ଦ୍ଧ୍ୱଙ୍କୁ ଆଉ ନୂଆ ଆଧାର କାର୍ଡ ଜାରି…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri