ଲକ୍‌ଡାଉନ ଯୋଗୁ ୭୦ଲକ୍ଷ ଅନିଚ୍ଛାକୃତ ଗର୍ଭଧାରଣ ସମ୍ଭବ !

ଓ୍ବାଶିଂଟନ,୧।୫: କରୋନା ଭାଇରସ ସଂକ୍ରମଣକୁ ନେଇ ସାରା ବିଶ୍ୱରେ ଲକ୍‌ଡାଉନ୍‌ ଚାଲିଥିବା ବେଳେ ଏହା ଯଦିଓ ପ୍ରକୃତି ଉପରେ ଭଲ ପ୍ରଭାବ ପକାଇଛି, ଅନ୍ୟ ଦିଗରେ ଏହାର କିଛି ଖରାପ ପ୍ରଭାବ ମଧ୍ୟ ପଡିବ ବୋଲି କୁହାଯାଉଛି। ଜାତିସଙ୍ଘ ଜନସଂଖ୍ୟା କୋଷ(ୟୁଏନ୍‌ଏପ୍‌ପିଏ)ର ମତ ଅନୁଯାୟୀ ଲକ୍‌ଡାଉନ ଫଳରେ ୭୦ଲକ୍ଷ ଗର୍ଭଧାରଣ ସମ୍ଭବ ହୋଇପାରେ ବୋଲି କୁହାଯାଉଛି। ୟୁଏନ୍‌ଏପ୍‌ପିଏ କହିଛି ଲକ୍‌ଡାଉନ ସମୟରେ ନିମ୍ନ ଓ ମଧ୍ୟମ ଆୟ କରୁଥିବା ଦେଶ ଗର୍ଭନିରୋଧକ ବ୍ୟବହାର କରିବାରୁ ବଞ୍ଚିତ ହେବେ। ଫଳରେ ୭୦ଲକ୍ଷ ଅନିଚ୍ଛାକୃତ ଗର୍ଭଧାରଣ ସମ୍ଭବ ହେବ ବୋଲି ଅନୁମାନ କରାଯାଉଛି। ଏହାପରେ ବିଶ୍ୱରେ ହଠାତ୍‌ ଜନସଂଖ୍ୟା ବୃଦ୍ଧି ପାଇବ ବୋଲି ଆକଳନ କରାଯାଉଛି। ୟୁଏନ୍‌ଏପ୍‌ପିଏ କହିଛି ଲକ୍‌ଡାଉନ ପାଇଁ ଏବେ କିଛି ଦେଶରେ ଆଧୁନିକ ଗର୍ଭ ନିରୋଧକର ଅଭାବ ଦେଖାଦେଲାଣି। ତେଣୁ ଏହା ସୂଚାଉଛି ଆଗକୁ ଅନିଚ୍ଛାକୃତ ଗର୍ଭଧାରଣର ସଂଖ୍ୟା ମଧ୍ୟ ବୃଦ୍ଧି ପାଇବ। ୟୁଏନ୍‌ଏପ୍‌ପିଏ ଆହୁରି ମଧ୍ୟ କହିଛି ଲକ୍‌ଡାଉନ ସମୟରେ ମହିଳାମାନଙ୍କ ଉପରେ ଘରୋଇ ହିଂସା ବୃଦ୍ଧି ହେବାର ସମ୍ଭାବନା ମଧ୍ୟ ରହିଛି। ଫଳରେ ଆଗାମୀ ଦିନରେ ମହିଳାମାନଙ୍କ ସ୍ବାସ୍ଥ୍ୟ ଉପରେ ଏହା ପ୍ରଭାବ ପକାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଅସୁରକ୍ଷିତ ପଞ୍ଚସଖାଙ୍କ ପ୍ରତିମୂର୍ତ୍ତି: ଉପରୁ ଖସିଲା ସିଲିଂ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସତ୍ୟବାଦୀ ଅଞ୍ଚଳର ଏକମାତ୍ର ପୁରାତନ ସରକାରୀ ପାଠାଗାର ପଞ୍ଚସଖା ସ୍ମୃତି ପାଠାଗାରରେ ଦୀର୍ଘଦିନ ହେଲା ଦୁରାବସ୍ଥା ଲାଗିରହିଛି। ମଙ୍ଗଳବାର ଲଗାଣ ବର୍ଷାରେ…

ମହାକାଳଙ୍କ ଶରଣରେ କାର୍ତ୍ତିକ

ମୁମ୍ବାଇ:ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ୟ୍ୟନ୍‌ଙ୍କୁ ନିକଟରେ ତାଙ୍କ ଅଭିନୀତ ଚଳଚ୍ଚିତ୍ର ‘ଚନ୍ଦୁ ଚାମ୍ପିୟନ’(୨୦୨୪) ପାଇଁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ମିଳିଛି। ଏହା ତାଙ୍କର ପ୍ରଥମ ଜାତୀୟ ପୁରସ୍କାର।…

ଶରଦ ପାଓ୍ବାରଙ୍କ ହାତ ଧରି ଆଣିଲେ ମୋଦି: ରାଜନୀତିରେ ବଡ଼ ହଲହଲ

ନୂଆଦିଲ୍ଲୀ,୨୨।୭: ଜନ୍ତରମନ୍ତରରେ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ଏବଂ ପ୍ରତିବାଦ ମଧ୍ୟରେ ଏନସିପି ମୁଖ୍ୟ ଶରଦ ପାୱାର ଏବଂ ତାଙ୍କ ଝିଅ ସୁପ୍ରିୟା ସୁଲେ ବୁଧବାର ସଂସଦ ଭବନରେ…

କିଏ ଉଠାଇବେ ସୋନମ ୱାଙ୍ଗଚୁକଙ୍କ ଚିକିତ୍ସା ଖର୍ଚ୍ଚ: ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରେ ଭର୍ତ୍ତି ହେବା ପରେ ସବୁଠାରୁ ବଡ଼ ପ୍ରଶ୍ନ ଏହା ଯେ ଏହି ଚିକିତ୍ସା ପାଇଁ ହେଉଥିବା ମୋଟ ଖର୍ଚ୍ଚ କିଏ ଦେବ? ବର୍ତ୍ତମାନ ପର୍ଯ୍ୟନ୍ତ…

ପୋଲିସ ସହ ଛାତ୍ରୀଛାତ୍ରଙ୍କ ଘମାଘୋଟ ସଂଘର୍ଷ: ଦିଲ୍ଲୀ ପରେ ଏବେ ଏଇଠି ତେଜିଲା ଆନ୍ଦୋଳନ, CJPକୁ ସମର୍ଥନ କରି…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ସଂସଦ ଭବନ ମାର୍ଚ୍ଚ ସମୟରେ ଯେପରି ଚିତ୍ର ସାମ୍ନାକୁ ଆସିଥିଲା, କିଛି ସେହିପରି ଚିତ୍ର ବୁଧବାର ରାଜଧାନୀ ପାଟନାରେ ଦେଖିବାକୁ ମିଳିଛି। ‘ଆଇସା’ (AISA)…

ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା…

ବଡ଼ ଘୋଷଣା କଲେ ମୋଦି ସରକାର; ସିଜେପି ନେତାଙ୍କ ସହ ହେବ…

ନୂଆଦିଲ୍ଲୀ,୨୨ା୭: କକରୋଚ୍ ଜନତା ପାର୍ଟି (CJP) ର ନେତୃତ୍ୱରେ ପେପର ଲିକ୍ ବିରୋଧରେ ଆନ୍ଦୋଳନ ଜାରି ରହିଛି। ସଂସଦ ମାର୍ଚ୍ଚ ପରେ ବି ସିଜେପିର ପ୍ରତିବାଦ ଥମିନାହିଁ।…

ଉଦ୍ଧବ ଠାକ୍‌ରେଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍‌କା, ୬ ଏମ୍‌ପିଙ୍କ ମିଶ୍ରଣକୁ…

ନୂଆଦିଲ୍ଲୀ,୨୨ା୭: ଶିବସେନାରେ ମିଶ୍ରଣକୁ ଅନୁମୋଦନ କରିବା ପାଇଁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଦେଇଥିବା ଆଦେଶକୁ ବୁଧବାର ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ମନା କରିଦେଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri