ଲକ୍‌ଡାଉନ ୪.୦: ପଶ୍ଚିମବଙ୍ଗରେ ଲାଗୁ ହେବ ନାହିଁ କର୍ଫ୍ୟୁ

କୋଲକାତା,୧୮।୫: କରୋନା ଭାଇରସ୍‌ ବ୍ୟାପିବାରୁ ରୋକିବା ପାଇଁ ଦେଶରେ ଲାଗୁ ହୋଇଥିବା ଲକ୍‌ଡାଉନ ୪.୦ର ସୋମବାର ହେଉଛି ପ୍ରଥମ ଦିନ। ଇତିମଧ୍ୟରେ ପଶ୍ଚିମବଙ୍ଗ ସରକାର ଲକ୍‌ଡାଉନ ବୃଦ୍ଧି କରିବାକୁ ଘୋଷଣା କରିଛନ୍ତି। କରୋନା ଭାଇରସ୍‌ ସଂକ୍ରମଣ ବିପଦକୁ ଦେଖି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜ୍ୟରେ ମେ ୩୧ ଯାଏଁ ଲକ୍‌ଡାଉନ ଅବଧିକୁ ବୃଦ୍ଧି କରିଛନ୍ତି। ହେଲେ ରାଜ୍ୟରେ ଏହି ସମୟରେ କେତେକ କଟକଣାକୁ କୋହଳ କରାଯାଇଛି। ମେ ୨୧ରୁ ରାଜ୍ୟରେ ବସ୍‌ ସେବା ଆରମ୍ଭ ହେବାକୁ ଥିବା ବେଳେ ସେଲୁନ୍‌ ଓ ପାର୍ଲର ଖୋଲାଯିବ। ଏଥିସହ ରାତିରେ ଥିବା କର୍ଫ୍ୟୁ ଉପରେ ମଧ୍ୟ ରୋକୋ ଲଗାଯାଇଛି। କିନ୍ତୁ ସନ୍ଧ୍ୟା ୭ଟା ପରେ ଘରୁ ନ ବାହାରିବା ପାଇଁ ଜନତାଙ୍କୁ ମମତା ନିବେଦନ କରିଛନ୍ତି। ମେ ୨୧ପରେ କେବଳ କଣ୍ଟେନମେଣ୍ଟ ଜୋନକୁ ଛାଡିଦେଲେ ଅନ୍ୟ ସମସ୍ତ ସ୍ଥାନରେ ବଡ଼ ଷ୍ଟୋର ଖୋଲାଯିବ। ସେହିପରି ମେ ୨୭ରୁ ଅଟୋରିକ୍ସା ସେବା ଆରମ୍ଭ ହେବ ବୋଲି ସୂଚନା ରହିଛି। ଏଥିରେ ୨ଜଣ ଲୋକଙ୍କୁ ବସିବା ପାଇଁ ଅନୁମତି ପ୍ରଦାନ କରାଯିବ। ଏଥିସହ ଗୋଟିଏ ଦିନ ଅନ୍ତରରେ ସରକାରୀ ଓ ଘରୋଇ ଅଫିସ୍‌ ଖୋଲାଯିବ ବୋଲି ରାଜ୍ୟ ସରକାର ଘୋଷଣା କରିଛନ୍ତି । ଅପରପକ୍ଷେ ପ୍ରବାସୀ ଶ୍ରମିକଙ୍କୁ ମମତା ଧର୍ଯ୍ୟ ରଖିବାକୁୁ କହିଛନ୍ତି। ଶ୍ରମିକଙ୍କ ଘର ଲେଉଟାଣି ପାଇଁ ରାଜ୍ୟ ସରକାର ସମସ୍ତ ପ୍ରକାରର ବ୍ୟବସ୍ଥା କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ମମତା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri