Posted inଜାତୀୟ

ଲକ୍‌ଡାଉନ: ୮ ଦିନରେ ସଡ଼କ ଦୁର୍ଘଟଣାରେ ଗଲାଣି ୭୦ରୁ ଊର୍ଦ୍ଧ୍ୱ ପ୍ରବାସୀ ଶ୍ରମିକଙ୍କ ଜୀବନ

ନୂଆଦିଲ୍ଲୀ,୧୬।୫: ଲକ୍‌ଡାଉନ ସମୟରେ ନିଜ ରାଜ୍ୟ ବାହାରେ ଥିବା ପ୍ରବାସୀ ଶ୍ରମିକ ପ୍ରତିଦିନ ଦୁର୍ଘଟଣାର ଶିକାର ହେଉଥିବା ଦେଖିବାକୁ ମିଳିଛି। ଘରକୁ ଫେରୁଥିବା ଏହି ଶ୍ରମିକମାନେ କେତେବେଳେ ପାଦରେ ଚାଲି ଚାଲି ଆସୁଥିବା ବେଳେ ଦୁର୍ଘଟଣାର ଶିକାର ହେଉଛନ୍ତି ତ ପୁଣି କେତେବେଳେ ସେମାନଙ୍କ ଗାଡି ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ଚାଲିଯାଉଛି ଏମାନଙ୍କ ଜୀବନ। ଲକ୍‌ଡାଉନ ସମୟରେ ରାସ୍ତାରେ ଏତେଟା ଗାଡି ମଟର ଚଳାଚଳ ନ ଥାଇ ମଧ୍ୟ ଏମାନେ ଦୁର୍ଘଟଣାର ଶିକାର ହେବା ସମସ୍ତଙ୍କୁ ବ୍ୟଥିତ କରିଛି। ଗତ ୮ ଦିନ ମଧ୍ୟରେ ୭୦ରୁ ଊର୍ଦ୍ଧ୍ୱ ପ୍ରବାସୀ ଶ୍ରମିକଙ୍କର ଦୁର୍ଘଟଣାରେ ମୃତ୍ୟୁ ହେଲାଣି। ଶନିବାର ଉତ୍ତର ପ୍ରଦେଶରେ ଟ୍ରକ୍‌ରେ ଆସୁଥିବା ଶ୍ରମିକମାନେ ଦୁର୍ଘଟଣାର ଶିକାର ହେବା ଫଳରେ ୨୪ ଜଣଙ୍କ ଜୀବନ ଯାଇଛି। ସେହିପରି ମଧ୍ୟପ୍ରଦେଶର ସାଗର ଜିଲାରେ ମଧ୍ୟ ସଡ଼କ ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ହୋଇଛି। ଏହା ପୂର୍ବରୁ ଶୁକ୍ରବାର ମଧ୍ୟପ୍ରଦେଶ ଏବି ରୋଡ ବାଇପାସ ନିକଟରେ ପ୍ରବାସୀ ଶ୍ରମିକଙ୍କୁ ନେଇ ଆସୁଥିବା ଏକ ଗାଡି ଦୁର୍ଘଟଣାର ଶିକାର ହେବା ପରେ ଏଥିରେ ୩ ଜଣଙ୍କ ମୃତ୍ୟୁ ହୋଇଥିଲା। ଗୁରୁବାର ମଧ୍ୟପ୍ରଦେଶ ଗୁନାରେ ୮ ଜଣ ଶ୍ରମିକଙ୍କର ସଡ଼କ ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ଖବର ଆସିଥିଲା। ଏହାପୂର୍ବରୁ ଅର୍ଥାତ୍‌ ବୁଧବାର ଉତ୍ତପ୍ରଦେଶର ମୁଜାଫରପୁରରେ ଚାଲି ଚାଲି ଯାଉଥିବା ପ୍ରବାସୀ ଶ୍ରମିକଙ୍କ ଉପରେ ଏକ ବସ୍‌ ଚଢିଯିବା ଫଳରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଥିଲା। ସେହିପରି ଗତ ଗୁରୁବାର ବିହାରର ସମସ୍ତିପୁରରେ ଏକ ସଡ଼କ ଦୁର୍ଘଟଣାରେ ୨ ଶ୍ରମିକଙ୍କ ମୃତ୍ୟୁ ହୋଇଥିଲା। ତେଲେଙ୍ଗାନାର ରଙ୍ଗାରେଡି ଜିଲାରେ ମେ’ ୧୨ରେ ହୋଇଥିବା ସଡ଼କ ଦୁର୍ଘଟଣାରେ ୪ ଶ୍ରମିକଙ୍କ ମୃତ୍ୟୁ ଖବର ଶୁଣିବାକୁ ମିଳିଥିଲା। ମେ’ ୯ ତାରିଖ ମଧ୍ୟ ଥିଲା ପ୍ରବାସୀ ଶ୍ରମିକଙ୍କ ପାଇଁ ଆଉ ଏକ ଦୁଃଖଦଦିନ। ଏହିଦିନ ମଧ୍ୟପ୍ରଦେଶ ନରସିଂପୁର ଜିଲାରେ ହୋଇଥିବା ସଡ଼କ ଦୁର୍ଘଟଣାରେ ୫ ଶ୍ରମିକଙ୍କ ମୃତ୍ୟୁ ହୋଇଥିଲା। ସବୁଠାରୁ ଦୁଃଖଦ ଥିଲା ଔରଙ୍ଗାବାଦର ରେଳ ଦୁର୍ଘଟଣା। ମେ’ ୮ ତାରିଖରେ କିଛିବାଟ ଚାଲି ଚାଲି ହାଲିଆ ହୋଇ ପଡିବା ପରେ ରେଳ ଧାରଣା ଉପରେ ଶୋଇ ପଡିଥିବା ପ୍ରବାସୀ ଶ୍ରମିକଙ୍କ ଉପରେ ଏକ ମାଲଗାଡି ମାଡିଯିବା ଫଳରେ ୧୬ ଜଣ ଶ୍ରମିକଙ୍କ ମୃତ୍ୟୁ ସମସ୍ତଙ୍କୁ ବ୍ୟଥିତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ଆରମ୍ଭ ହେଲା ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତା କାମ

ଖଜୁରିପଡ଼ା, ୧୧ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତାର ସମସ୍ୟାକୁ ନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନର ନିଦ ଭାଙ୍ଗିଛି। ଦୀର୍ଘ…

ଲଜ୍ଜା: ୫ ବର୍ଷର ବାଳିକାଙ୍କୁ ବଳାତ୍କାର କରି ଅଖାରେ ବାନ୍ଧି ଫିଙ୍ଗିଦେଲେ

ଦୁର୍ଗ,୧୧ା୪: ଛତିଶଗଡ଼ ଦୁର୍ଗ ଜିଲାରେ ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ବାଳିକାଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯାଗ ହୋଇଛି। ଏପରିକି…

ସାମାନ୍ୟ ବଚସାରୁ ଚାଲିଗଲା ଜୀବନ: କାଠ ଫାଳିଆରେ ପିଟିପିଟି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ଟେନସା/ବଣାଇଁ,୧୧।୪(ସମୀର କୁମାର ପାଢ଼ୀ/ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଲହୁଣିପଡ଼ା ଥାନା ଅନ୍ତର୍ଗତ ଷସ୍ୟକଳା ଗ୍ରାମରେ ଶୁକ୍ରବାର ସାରେ ଘଟିଥିବା ଏକ ଘଟଣା ଶନିବାର ଲୋକଲୋଚନକୁ ଆସିବା ପରେ…

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri