ଲକ୍‌ଡାଉନରେ କୌଣସି କୋହଳ କରାଯିବନି: କେଜରିଓ୍ବାଲ

ନୂଆଦିଲ୍ଲୀ,୧୯।୪: ରାଜଧାନୀ ଦିଲ୍ଲୀରେ କରୋନା ଭାଇରସର ସ୍ଥିତି ବର୍ତ୍ତମାନ ଯାହା ରହିଛି ତାକୁ ନଜରରେ ରଖି ଆସନ୍ତା ସପ୍ତାହ ମଧ୍ୟରେ ଲକ୍‌ଡାଉନରେ କୌଣସି କୋହଳ କରାଯିବ ନାହିଁ ବୋଲି ରବିବାର କହିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ। ଏକ ଖବରଦାତା ସମ୍ମିଳନୀରେ ସେ ଏହା କହିଛନ୍ତି। ଦିଲ୍ଲୀବାସୀଙ୍କୁ ସୁରକ୍ଷିତ ରଖିବାକୁ ଆମେ ସ୍ଥିର କରିଥିବା କେଜରିଓ୍ବାଲ ପ୍ରକାଣ କରିଛନ୍ତି। ଗତ ସପ୍ତାହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେତେବେଳେ ଲକ୍‌ଡାଉନ ଅବଧିକୁ ବୃଦ୍ଧି କରିଥିଲେ ସେତେବେଳେ କହିଥିଲେ ଏପ୍ରିଲ ୨୦ ପରେ ଲକ୍‌ଡାଉନ ନିୟମରେ କିଛିଟା କୋହଳ କରାଯାଇପାରେ। ହେଲେ ଏବେ ଦିଲ୍ଲୀର ସ୍ଥିତି ଯାହା ରହିଛି ଏଥିରେ କୋହଳ କରିବାର କୌଣସି ପ୍ରଶ୍ନ ଉଠୁ ନାହିଁ ବୋଲି କଜେରିଓ୍ବାଲ କହିଛନ୍ତି। ଯଦିଓ ରାଜଧାନୀରେ ଦ୍ରୁତ ଗତିରେ କରୋନା ସଂକ୍ରମଣ ବଢି ଚାଲିଛି ତେବେବି ଏହା ଏପର୍ଯ୍ୟନ୍ତ ଆୟତ୍ତରେ ରହିଛି ବୋଲି ସେ ପ୍ରକାଶ କରିଛନ୍ତି। କିନ୍ତୁ ଗୋଟିଏ ଦିନ ପୂର୍ବରୁ ଯେଉଁ ୧୮୬ ଜଣ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି ସେମାନଙ୍କ ମଧ୍ୟରେ କୌଣସି ଲକ୍ଷଣ ନ ଥିବାରୁ ଏହା ସରକାରଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି ବୋଲି ସେ କହିଛନ୍ତି। ତେଣୁ ରାଜଧାନୀକୁ କେରାନା ମୁକ୍ତ କରିବାକୁ ଏବେ ରାପିଡ ଟେଷ୍ଟିଂ କରାଯିବ ବୋଲି ସେ ସୂଚନା ଦେଇଛନ୍ତି। ଆଉ ଏହି ସମୟରେ ଲକ୍‌ଡାଉନରେ କୋହଳ କରାଯିବ ନାହି ବୋଲି ସେ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଇକିଆରେ ଶେଷ ପର୍ଯ୍ୟାୟରେ ରଥ ନିର୍ମାଣ କାର୍ଯ୍ୟ

ରାଇକିଆ,୮ା୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ରଥଯାତ୍ରା ପାଇଁ ଜଗନ୍ନାଥ ପୂଜା କମିଟି ତରଫରୁ ସମସ୍ତ ପ୍ରସ୍ତୁତି ଜୋର୍‌ସୋର୍‌ରେ ଚାଲିଛି। ରଥ ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ…

ଟ୍ରମ୍ପଙ୍କ ବୟାନ ପରେ ଶେୟାର ବଜାରରେ ହାହାକାର! ନିବେଶକଙ୍କ ବୁଡ଼ିଲା ୪ ଲକ୍ଷ କୋଟି

ନୂଆଦିଲ୍ଲୀ,୮।୭: ବୁଧବାର ଭାରତୀୟ ଶେୟାର ବଜାରରେ ଏକ ବଡ଼ ଧରଣର ଉତ୍ଥାନ ଦେଖିବାକୁ ମିଳିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ କଡ଼ା ବୟାନ ଅସ୍ଥିର ବିଶ୍ୱ…

ଘର ପୋଛିବା ପରେ ବି ମାଛି ହେଉଛନ୍ତି କି? ସବୁଦିନ ଦୂର କରିବାକୁ ଆପଣାନ୍ତୁ ଏହି ଟିପ୍ସ…

ଘର ସଫା କରିବା ହେଉଛି ପ୍ରତ୍ୟେକ ଲୋକଙ୍କ ନିତିଦିନିଆ କାମ। କିନ୍ତୁ ଅଧିକାଂଶ ସମୟରେ ଘର ସଫା କରିବା ପରେ ବି ଚାରିପାଖରେ ମାଛିମାନେ ଘେରି ରହିଥାନ୍ତି।…

ପୁଣି ଯୁଦ୍ଧ ମୁହାଁ ମିଡଲ ଇଷ୍ଟ, ଇରାନ ଉପରେ ଆକ୍ରମଣ ପରେ ଟ୍ରମ୍ପ କହିଛନ୍ତି – ତେହରାନ ସରକାର ଏକ କର୍କଟ; ଶୀଘ୍ର ଅସ୍ତ୍ରୋପଚାର ଆବଶ୍ୟକ, ଜବାବ ରଖିଲା ଇରାନ

ଓ୍ବାଶିଂଟନ,୮।୭: ପଶ୍ଚିମ ଏସିଆ ପୁଣି ଥରେ ବଡ଼ ସଂଘର୍ଷ ଆଡକୁ ମୁହାଁଇଥିବା ପରି ମନେ ହେଉଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇରାନ ସରକାର…

ଭୁବନେଶ୍ୱର କୋର୍ଟକୁ ବୋମା ଧମକ, ବ୍ୟାପକ ସୁରକ୍ଷା ବ୍ୟବସ୍ଥା; ବୋମା ନିଷ୍କ୍ରିୟକାରୀ ଦଳର ଛାନଭିନ୍ ଜାରି

ଭୁବନେଶ୍ୱର, ୮।୭: ରାଜଧାନୀ ଭୁବନେଶ୍ୱର କୋର୍ଟକୁ ବୋମା ଧମକ ମିଳିବା ପରେ ସମଗ୍ର କୋର୍ଟ ପରିସରରେ ହାଇ ଆଲର୍ଟ ଜାରି କରାଯାଇଛି। ଧମକ ଖବର ପାଇବା ମାତ୍ରେ…

ପାଞ୍ଚ ଦିନ ମଧ୍ୟରେ କାହିଁକି ତରଳିଗଲେ ବାବା ବର୍ଫାନି? ଏକ୍ସପର୍ଟ କହିଲେ ଏହାର କାରଣ

ଶ୍ରୀନଗର,୮।୭: ପବିତ୍ର ଅମରନାଥ ଗୁମ୍ଫାରେ ପ୍ରାକୃତିକ ଭାବରେ ଗଠିତ ବରଫ ଶିବଲିଙ୍ଗ ତୀର୍ଥଯାତ୍ରାର ପ୍ରଥମ ସପ୍ତାହ ମଧ୍ୟରେ ପ୍ରାୟ ସମ୍ପୂର୍ଣ୍ଣ ଭାବରେ ଉଭାନ ହୋଇଗଲା। ଜୁଲାଇ ୩…

ଚର୍ଚ୍ଚାରେ ପିସି: ପ୍ୟାରିସ୍‌ରେ କଲେ…

ବଲିଉଡ୍‌ରୁ ହଲିଉଡ ପର୍ଯ୍ୟନ୍ତ ରାଜ୍‌ କରୁଥିବା ପ୍ରିୟଙ୍କା ଚୋପ୍ରା ବେଶ୍‌ ଆତ୍ମବିଶ୍ୱାସୀ। କାମରେ ହେଉ କି ପୋଷାକ ସେ ସର୍ବଦା ନିଜକୁ ଦୃଢ ଭାବରେ ପ୍ରଦର୍ଶିତ କରିଥାନ୍ତି।…

ନୂତନ ବନାଞ୍ଚଳ ଅଧିକାରୀଙ୍କ କାର୍ଯ୍ୟରେ ଯୋଗଦାନ, କହିଲେ ଜଙ୍ଗଲ ସୁରକ୍ଷା ପ୍ରତି ଗୁରୁତ୍ୱ ଦେବା ସହ ନିୟମିତ…

ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳରେ ନୂତନ ଭାବେ ବନାଞ୍ଚଳ ଅଧିକାରୀ ଲକ୍ଷ୍ମୀନାରାୟଣ ପଣ୍ଡା କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସେ କାର୍ଯ୍ୟରେ ଯୋଗଦେବା ପରେ ବନାଞ୍ଚଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri