ଲକ୍‌ଡାଉନରେ ଧରାକୋଟ ଅଞ୍ଚଳ ଗୁରୁତର ପ୍ରଭାବିତ

ଧରାକୋଟ,୨୯ା୩(ଡି.ଏନ.ଏ.)- ସମଗ୍ର ଦେଶରେ କେନ୍ଦ୍ର ସରକାର ୨୧ଦିନ ପାଇଁ ଲକ୍‌ ଡାଉନ ଘୋଷଣା କରିଛନ୍ତି। ଯାହାର ପ୍ରଭାବରେ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀକୁ ଛାଡ଼ିଦେଲେ ଦେଶର ଗମନାଗମନ ସହ ଅନ୍ୟାନ୍ୟ ସମସ୍ତ ସୁବିଧା ସୁଯୋଗ ଏକରକମ ବନ୍ଦ ହୋଇଯାଇଛି। ସାଧାରଣ ତଥା ଗରିବ ଓ ଅସହାୟଙ୍କ ପାଇଁ କେନ୍ଦ୍ର ସରକାର ୧ ଲକ୍ଷ ୭୦ ହଜାର କୋଟିର ପ୍ୟାକେଜ ଘୋଷଣା କରିଥିବା ବେଳେ ରାଜ୍ୟ ସରକାର ୨୨ ଶହ କୋଟିର ପ୍ୟାପେଜ ଘୋଷଣା କରିଛନ୍ତି। କରୋନା ସମ୍ପ୍ରତି ତୃତୀୟ ପର୍ଯ୍ୟାୟରେ ପହଞ୍ଚତ୍ଛି। ଏଣୁ ଗୋଷ୍ଠୀ ସଂକ୍ରମଣ ଆଶଙ୍କା ଘନିଭୁତ ହୋଇଛି। ଧରାକୋଟ ବ୍ଲକର ୧୮ ପଞ୍ଚାୟତରେ କ୍ୱାରେଣ୍ଟାଇନ୍‌ କେନ୍ଦ୍ର ଖୋଲାଯାଇଛି। ବ୍ଲକସ୍ତରରେ ତହସିଲଦାର, ବିଡିଓ, ଡ଼ାକ୍ତର ଓ ପୋଲିସ ପ୍ରଶାସନ ସମନ୍ବିତ ଭାବେ ନିଜ ନିଜର ଦାୟିତ୍ୱ ତୁଲାଉଛନ୍ତି। ଏ ସମ୍ପର୍କରେ ବିଡିଓଙ୍କ ସହ ଯୋଗାଯୋଗବେଳେ ସାମାଜିକ ସୁରକ୍ଷା ଯୋଜନାର ହିତାଧିକାରୀଙ୍କୁ ସରକାର ଯେଉଁ ୪ ମାସର ଅଗ୍ରୀମ ଭତ୍ତା ପ୍ରଦାନ ପାଇଁ ଘୋଷଣା କରିଛନ୍ତି ତାହା ଆସନ୍ତା ସୋମବାର ଠାରୁ ବଣ୍ଟନ ଆରମ୍ଭ ହେବ। ଖାଦ୍ୟ ସୁରକ୍ଷା ଯୋଜନାରେ ହିତାଧିକାରୀଙ୍କୁ ୩ ମାସର ରାଶନ ସାମଗ୍ରୀ ଯୋଗାଣ ପାଇଁ ନିର୍ଦ୍ଦେଶ ଦେଇଥିଲେ ମଧ୍ୟ ପଞ୍ଚାୟତ ଗୋଦାମ ଗୁଡ଼ିକରେ ପଯର୍ର୍‌ୟାପ୍ତ ଚାଉଳ ଓ ଗହମ ନାହିଁ। ଏ ସମ୍ପର୍କରେ ଜିଲା ପ୍ରଶାସନକୁ ଅବଗତ କରାଯାଇଛି। ଏ ସମ୍ପର୍କରେ ଧରାକୋଟ ତହସିଲଦାର କହିଛନ୍ତି ଆମେ ସରକାରଙ୍କ ନିର୍ଦ୍ଦେଶ ମୁତାବକ ସମସ୍ତ କାର୍ଯ୍ୟ ସଠିକ ଭାବେ ପରିଚାଳନା କରୁଛୁ। ଘଟଣା ସମ୍ପର୍କରେ ଧରାକୋଟ ଥାନାରେ ଲକଡାଉନ ସମ୍ପର୍କରେ ୨ଟି କେଶ ଏବଂ ବଡ଼ଗଡ଼ ଥାନାରେ ୩ଟି କେଶ ରୁଜୁ କରାଯାଇଥିବା ବଡ଼ଗଡ଼ ଓ ଧରାକୋଟ ଥାନାଧିକାରୀ ପ୍ରକାଶ କରିଛନ୍ତି। ସବୁଠାରୁ ଗାଁ ଗାଁରେ ଲୋକେ ସଚେତନ ହେଲେଣି। ଏପରିିକି କିଛି ଗାଁ ମୁଣ୍ଡରେ ରାସ୍ତା ଅବରୋଧ କରାଯାଇଥିବା ବେଳେ ବାହାର ରାଜ୍ୟରୁ ଆସୁଥିବା ଶ୍ରମିକ ଶ୍ରେଣୀ ଲୋକଙ୍କୁ ଗାଁରେ ପୁରାଇ ନ ଦିଆଯାଇ ସେମାନଙ୍କୁ ଡ଼ାକ୍ତରୀ ପରୀକ୍ଷା କରିବା ପାଇଁ କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

କାମ ସାରି ଫେରିବା ବେଳେ ଖଣ୍ଡା-କାତିରେ ଆକ୍ରମଣ କରି ହତ୍ୟା, ୮ଜଣଙ୍କୁ ଆଜୀବନ କାରାଦଣ୍ଡରେ…

ଛତ୍ରପୁର,୨୦ା୨(ଦିଲୀପ ସାମଲ)- ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଦୟାପଲ୍ଲୀ ଗ୍ରାମର ୨୦୧୨ର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଶୁକ୍ରବାର ପ୍ରକାଶ ପାଇଛି। ଛତ୍ରପୁର ଅତିରିକ୍ତ ଜିଲା…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri