ଲକ୍‌ଡାଉନରେ ବେଆଇନ ନିଶା କାରବାର : ୪୪ କିଗ୍ରା ଗଞ୍ଜେଇ ସହ କାର୍‌ ଜବତ, ଚାଳକ ଗିରଫ

ପୁରୀ ଅଫିସ, ୨୮ା୪: କରୋନା ମୁକାବିଲା ପାଇଁ ବର୍ତ୍ତମାନ ଲକ୍‌ଡାଉନ ଚାଲିଛି। ଏହି ପ୍ରାଣଘାତୀ ଭୂତାଣୁ କବଳରୁ କିପରି ନିସ୍ତାର ମିଳିବ ସେଥିପାଇଁ ସମସ୍ତେ ଚିନ୍ତିତ ଥିବାବେଳେ କେତେଜଣ ମୁନାଫାଖୋର ବ୍ୟକ୍ତି ଏହି ସମୟରେ ବେଆଇନ ନିଶା କାରବାର ଜାରି ରଖିଛନ୍ତି। ଏହା ଉପରେ ସତର୍କ ଦୃଷ୍ଟି ରଖିବାକୁ ଜିଲାପାଳ ବଲୱନ୍ତ ସିଂ ପୋଲିସ ଏବଂ ଅବକାରୀ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ। ତେଣୁ ଅବକାରୀ ଅଧୀକ୍ଷକ ଅମରେନ୍ଦ୍ର ଜେନାଙ୍କ ତତ୍ତ୍ବାବଧାନରେ ବିଭିନ୍ନ ସ୍ଥାନରେ ବିଭାଗ ପକ୍ଷରୁ ଚଢାଉ କରାଯାଉଛି। ମଙ୍ଗଳବାର ଭୋର ୫ଟାରେ ଅବକାରୀ ନିରୀକ୍ଷକ, ଜିଲା ଭ୍ରାମ୍ୟମାଣ ଅଧିକାରୀ ଏବଂ କର୍ମଚାରୀମାନେ ପାଟ୍ରୋଲିଂ କରୁଥିଲେ। ଏକ ଗାଡ଼ିିରେ ଗଞ୍ଜେଇ ଚୋରାଚାଲାଣ ହେଉଥିବା ସୂଚନା ପାଇ ଏହି ଟିମ୍‌ ପୁରୀ ସଦର ଥାନା ଅନ୍ତର୍ଗତ ବାଲିପୁଟ ନିକଟ ରାସ୍ତାରେ ଜଗି ରହିଥିଲେ। ଏହି ସମୟରେ ଏକ କାର୍‌ (ନଂ.ଏମ୍‌ପି ୦୪ସିବି-୬୫୦୧)କୁ ଅଟକାଇ ଯାଞ୍ଚ କରିବାରୁ ଡିକିରୁ ବହୁଗୁଡ଼ିଏ ଗଞ୍ଜେଇ ପ୍ୟାକେଟ୍‌ ମିଳିଥିଲା। ଗାଡ଼ି ଓ ଗଞ୍ଜେଇ ଜବତ କରିବା ସହ ଏହାର ଚାଳକ ନିମାପଡ଼ା ଥାନା ଅନ୍ତର୍ଗତ ନଅଁନ୍ତରାର ଦେବାଶିଷ ସ୍ବାଇଁଙ୍କୁ ଗିରଫ କରାଯାଇଛି। ପରେ ଦେବାଶିଷଙ୍କୁ ପୁରୀ ଜିଲା ଦୌରାଜଜ୍‌ଙ୍କ କୋର୍ଟରେ ହାଜର କରାଯାଇଥିଲା। ୪୪ କିଗ୍ରା ଗଞ୍ଜେଇ ଜବତ ହୋଇଥିବା ବିଭାଗ ପକ୍ଷରୁ କୁହାଯାଇଛି। ଏହି ଚଢାଉରେ ଅବକାରୀ ଇନ୍ସପେକ୍ଟର ବିକାଶ କୁମାର ନାୟକ, ଏସ୍‌ଆଇ ବନ୍ଦନା ପଟ୍ଟନାୟକ, ଏସ୍‌ଆଇ ବିନୋଦ କୁମାର ବାସ୍କେ, ଏଏସ୍‌ଆଇ ସୁଶାନ୍ତ କୁମାର ମହାପାତ୍ରଙ୍କ ସମେତ ସନ୍ତୋଷ କୁମାର ନାୟକ, ପ୍ରଦୀପ୍ତ କୁମାର ପଣ୍ଡା, ଅଭିଜିତ ପ୍ରଧାନ, ସଞ୍ଜୀବ ହୁସ୍କି ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ରଜ ଉତ୍ସବ, ଦୋଳି ଖେଳିଲେ ଲାଞ୍ଜିଗଡ଼ ବିଧାୟକ; ଦଳୀୟ ଆଭିମୁଖ୍ୟ ଭୁଲି…

ଥୁଆମୂଳ ରାମପୁର, ୧୬।୬(ଦୁର୍ଗା କୀର୍ତ୍ତି): ଓଡ଼ିଶାର ଗଣପର୍ବ ‘ରଜ’ ଏବେ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ମଧ୍ୟ ବେଶ୍ ଲୋକପ୍ରିୟତା ହାସଲ କରିଛି। କଳାହାଣ୍ଡି ଜିଲା ଥୁଆମୂଳ…

ରମ୍ଭାକୁ ହରାଇ ଛତ୍ରପୁର ଚମ୍ପିୟାନ

ଛତ୍ରପୁର, ୧୬।୬(ବିଦ୍ୟାଧର ସାହୁ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପବିତ୍ର ରଜ ପର୍ବ ଉପଲକ୍ଷେ ବାବା ବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଏକ ୬-ଓଭର…

ରକ୍ତଦାନରେ ଉଲ୍ଲେଖନୀୟ ଅବଦାନ: ଜାତୀୟ ସ୍ତରରେ ସମ୍ମାନିତ ହେଲା ବରଗଡ଼ର ‘ନିଷ୍ଠା ପରିବାର’

ବରଗଡ଼, ୧୬ ଜୁନ୍ (ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ନିଷ୍ଠା ପରିବାର’ ପାଇଁ ଏକ ଗର୍ବର ବିଷୟ । ମଙ୍ଗଳବାର ଦିନ ଗୁଜରାଟର ଅହମଦାବାଦଠାରେ…

ଜୁନ୍ ୧୯ରୁ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ପ୍ରସିଦ୍ଧ ଯାତ୍ରା: ଖଣି ଖନନ ବିରୋଧରେ ବଜ୍ର ଶପଥ ନେବେ ହଜାର ହଜାର…

ଥୁଆମୂଳ ରାମପୁର,  ୧୬।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ କର୍ଲାପାଟ ଅଭୟାରଣ୍ୟ ପାର୍ଶ୍ୱ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ଆସନ୍ତା ଜୁନ୍ ୧୯…

ମହେନ୍ଦ୍ରତନୟାରେ ବୁଡ଼ି ଚାଲିଗଲା ଜୀବନ, ଶବାଗାରର ଅଚଳ ଆଇସ୍ ବକ୍ସକୁ ନେଇ ପ୍ରବଳ ଅସନ୍ତୋଷ

ପାରଳାଖେମୁଣ୍ଡି,  ୧୬।୬(ଗିରିଧାରୀ ପରିଛା): ଗଜପତି ଜିଲା କେରାଣ୍ଡି ଗ୍ରାମର ମହେନ୍ଦ୍ରତନୟା ନଦୀରେ ବୁଡ଼ି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି କେରାଣ୍ଡି ଗ୍ରାମର ସୁବାସ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri