ଲକ୍‌ଡାଉନ୍‌ ଅବଧି ଶେଷ ହେବାକୁ ୭ ଦିନ ବାକି: ବିଜେପୁରକୁ ଫେରିବେ ୧୪୭୦ଜଣ, କ୍ୱାରାଣ୍ଟାଇନ୍‌ କଡ଼ାକଡ଼ି କରିବାକୁ ଦାବି

ବିଜେପୁର, ୨୬।୪(ଡି.ଏନ୍‌.ଏ.): କରୋନା ପ୍ରତିହତ ପାଇଁ କରାଯାଇଥିବା ଦ୍ବିତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଖୋଲିବାକୁ ଆଉ ମାତ୍ର ସାତଦିନ ବାକି ରହିଛି। ଏହା ଖୋଲିବା ମାତ୍ରକେ ରାଜ୍ୟ ବାହାରେ ରହୁଥିବା ଲୋକଙ୍କ ଘରବାହୁଡା ହେବାର ସମ୍ଭାବନା ରହିଛି। ତେଣୁ ରାପିଡ୍‌ ରେସ୍‌ପନ୍ସ ଟିମ ମାଧ୍ୟମରେ ଉକ୍ତ ଘର ବାହୁଡା ଲୋକଙ୍କ ତାଲିକା ପ୍ରସ୍ତୁତ ହୋଇଯାଇଛି। ଏହିକ୍ରମରେ ବରଗଡ଼ ଜିଲା ବିଜେପୁର ବ୍ଲକରେ ୨୩ପଞ୍ଚାୟତ ଓ ବିଜେପୁର ଏନ୍‌ଏସିକୁ ମୋଟ ୧୪୭୦ଜଣ ଫେରିବେ ବୋଲି ଜଣାପଡିଛି। ଏଥିରେ ସ୍ଥାନୀୟ ଏନ୍‌ଏସିରେ ସର୍ବାଧିକ ୧୮୩ଜଣ ରହିଥିବାବେଳେ ବରମୁଣ୍ଡା ଓ ଲାଉମୁଣ୍ଡାରେ ଯଥାକ୍ରମେ ୧୨୦ ଓ ୧୦୧ଜଣ ଫେରିବେ। ସେହିପରି ସୁରୁବାଲି ପଞ୍ଚାୟତରେ ସର୍ବନିମ୍ନ ୬ଜଣ ଫେରିବେ। ତେଣୁ ପ୍ରଶାସନ ପକ୍ଷରୁ ଉକ୍ତ ଘରବାହୁଡାଙ୍କ ପାଇଁ ଅନଲାଇନ ମାଧ୍ୟମରେ ପଞ୍ଜୀକରଣ ଶୁକ୍ରବାରରୁ ଆରମ୍ଭ ହୋଇଛି। ସେମାନେ ଫେରିବା ପରେ ପଞ୍ଚାୟତ ପକ୍ଷରୁ କରାଯାଇଥିବା ଅସ୍ଥାୟୀ ଶିବିରରେ ୧୪ଦିନ ରହିବା ପରେ କୌଣସି ଲକ୍ଷଣ ଦେଖା ନ ଗଲେ ନିଜ ଘରକୁ ଫେରିବେ। ଉକ୍ତ ସ୍ଥାନରେ ପୁରୁଷ ଓ ମହିଳାଙ୍କ ପାଇଁ ସ୍ବତନ୍ତ୍ର ଭାବେ ଚାରୋଟି ଶୌଚାଳୟ ର୍ନିମାଣ କରାଯାଇଛି। ତାଙ୍କର ଦୁଇ ଓଳି ଖାଇବାକୁ ବନ୍ଦୋବସ୍ତ କରାଯାଇଥିବାବେଳେ ଘରକୁ ଫେରିବାବେଳେ ସେମାନଙ୍କୁ ଦୁଇ ହଜାର ଟଙ୍କାର ସହାୟତା ଯୋଗାଇ ଦିଆଯିବ ବୋଲି ବିଜେପୁର ବିଡିଓ ପଦ୍ମନାଭ ସାମନ୍ତ ରାୟ ସୂଚନା ଦେଇଛନ୍ତି। ବାହାର ରାଜ୍ୟରୁ ଫେରୁଥିବା ଘରବାହୁଡା ଲୋକଙ୍କ କ୍ବାରାଣ୍ଟାଇନ୍‌ କଡାକଡି କରା ନ ଗଲେ ସଂକ୍ରମଣ ବ୍ୟାପିବାର ସମ୍ଭାବନା ରହିଛି। ତେଣୁ ଏହାକୁ କଡାକଡି ଭାବେ ସରପଞ୍ଚଗଣ ପାଳନ କରି ଗ୍ରାମାଞ୍ଚଳକୁ ସୁରକ୍ଷିତ ରଖିବାକୁ ବୁଦ୍ଧିଜୀବୀ ମହଲରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ

ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

ଗୋପବନ୍ଧୁଙ୍କ ତ୍ୟାଗ, ସେବା ଚିର ସ୍ମରଣୀୟ

କୋରାପୁଟ,୯।୧୦(ଅମିତାଭ ବେହେରା): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ତମ ଜୟନ୍ତୀ ଶୁକ୍ରବାର କୋରାପୁଟଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ଗୋପବନ୍ଧୁ ପାର୍କରେ ଆୟୋଜିତ ସ୍ମୃତି ସଭାରେ…

ବିଭିନ୍ନ ଦାବିରେ ଭଦ୍ରକ-ଧାମରା ରେଳପଥ ଅବରୋଧ, ବେକାର ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ ସହ…

ତିହିଡ଼ି,୯ା୧୦(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ଲେଭଲକ୍ରସିଂଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସରେ ଉତ୍କଣ୍ଠା, ନାମାଙ୍କନ ଦାଖଲ ପରେ…

ବଞ୍ଚୋ,୯ା୧୦(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଭାଜପା, ବିଜେଡି ଓ କଂଗ୍ରେସ ସମର୍ଥିତ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିଭିନ୍ନ ପଦବୀ ନିମନ୍ତେ ନାମାଙ୍କନପତ୍ର ଦାଖଲ…

ବାରମ୍ବାର ଅଭିଯୋଗ ସତ୍ତ୍ୱେ ଉଠୁନି ଅଳିଆ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ): ଛତ୍ରପୁର ସହରର ମଧ୍ୟଭାଗରେ ଅବସ୍ଥିତ ଐତିହାସିକ ପିଲ୍ଲୀ ବନ୍ଧ ପାର୍ଶ୍ୱରେ ଥିବା ଜନବସତିର ଅନ୍ତେବାସୀ ପୌରପରିଷଦ କାର୍ଯ୍ୟାଳୟରେ ଅନେକ ସମୟରେ ଅଭିଯୋଗ କରିବା ସତ୍ତ୍ୱେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?