ଠାକୁରମୁଣ୍ଡା,୨୭ା୩(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଅଞ୍ଚଳରେ ଲକ୍ଡାଉନ୍ କଟକଣାକୁ ଅମାନ୍ୟ କରିବା ଅଭିଯୋଗରେ ପୋଲିସ ୧୦ଟି ବାଇକ୍ ଜବତ କରିଛି। ଠାକୁରମୁଣ୍ଡା ବଜାରରେ ଜରୁରୀ କାମ ନ ଥାଇ ବାଇକ ଯୋଗେ ଘୁରି ବୁଲୁଥିବା ଲୋକଙ୍କ ବିରୋଧରେ ପୋଲିସ ଏଭଳି ପଦକ୍ଷେପ ଗ୍ରହଣ କରିଛି। ଏଥି ସହିତ ପୋଲିସ ଟିମ୍ ବିଭିନ୍ନ ଅଞ୍ଚଳରେ ପଇଁତରା ମାରି ବାହାରେ ବୁଲୁଥିବା ଲୋକଙ୍କୁ ତାଗିଦ୍ କରି ଘରେ ରହିବାକୁ ପରାମର୍ଶ ଦେଉଥିବା ଦେଖିବାକୁ ମିଳିଛି। ସେହିପରି ମହୁଲଡିହା ଥାନା ଅଧୀନ ସାତକୋଶିଆଠାରେ ଗୁରବାର ହେବାକୁ ଥିବା ହାଟକୁ ପୋଲିସ ବନ୍ଦ କରି ଦେଇଛି।
Posted inଆମ ଜିଲା ଖବର, ମୟୂରଭଞ୍ଜ View All
ପୁରୁଷୋତ୍ତମପୁର ସହରରେ ପଶିଲା ବନ୍ୟାପାଣି: ସ୍ଥିତି ପରଖିଲେ ଉପଜିଲାପାଳ
ପୁରୁଷୋତ୍ତମପୁର, ୨୫।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଚାରିଦିନ ହେଲା ଲଗାଣ ବର୍ଷା ଲାଗିରହିଛି। ଏହି…
ଲଘୁଚାପଜନିତ ଲଗାଣ ବର୍ଷା: ଘର ଉପରେ ପଡ଼ିଲା ଗଛ
ମହାକାଳପଡ଼ା,୨୫।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ ମହାକାଳପଡ଼ା ବ୍ଲକରେ ଏକ ଅଘଟଣ ଘଟିଛି। ନାଞ୍ଜୁରା ପଞ୍ଚାୟତ ଅନ୍ତର୍ଗତ ତନ୍ତିଆପାଳ-ଭୋପାଳ ଗ୍ରାମର…
ଭୁଶୁଡ଼ିଲା ନୀଳମାଧବ ମନ୍ଦିର ମେଘନାଦ ପାଚେରୀ ଗାର୍ଡ ୱାଲ
ଖଣ୍ଡପଡ଼ା,୨୫।୯(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବେ ପରିଚିତ କଣ୍ଟିଲୋର ଶ୍ରୀ ନୀଳମାଧବ ମନ୍ଦିର। ଲଗାଣ ବର୍ଷାରେ ଶୁକ୍ରବାର ମନ୍ଦିରର ଉତ୍ତର ପୂର୍ବ(ସ୍ନାନ ମଣ୍ଡପକୁ ସଂଲଗ୍ନ)…
ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ
ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…
ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର
କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…
ହାତୀନଦୀରେ ବଡ଼ ବନ୍ୟା, ଶହଶହ ଏକର ଚାଷ ଜମି ଜଳମଗ୍ନ
ଭବାନୀପାଟଣା,୨୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ୩ ଦିନ ଧରି ଲଗାଣ ବର୍ଷା ଏବଂ ଇନ୍ଦ୍ରାବତୀ ମଙ୍ଗଳପୁର ବ୍ୟାରେଜରୁ ୪ଟି ଗେଟ ଖୋଲାଯିବା ପରେ ଶୁକ୍ରବାର…
୪ଦିନ ହେଲା ବର୍ଷା ଜାରି: କୁଳଲଙ୍ଘି ଗର୍ଜନ କରୁଛି ରୁଷିକୁଲ୍ୟା
ପୁରୁଷୋତ୍ତମପୁର,୨୫।୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ୪ଦିନ ହେଲା ବର୍ଷା ଲାଗି ରହିଛି। ଲଗାଣ ବର୍ଷା ଯୋଗୁ…
ଲଗାଣ ବର୍ଷାରେ ମୟୂରଭଞ୍ଜ ବେହାଲ, ନଦୀରେ ବଢୁଛି ଜଳସ୍ତର, ଅନେକ ଅଞ୍ଚଳକୁ ବିଚ୍ଛିନ୍ନ କଲା ବନ୍ୟାଜଳ
ବାରିପଦା,୨୫।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷାରେ ମୟୂରଭଞ୍ଜ ଜିଲା ବେହାଲ ହୋଇପଡିଛି। ପ୍ରବଳ ବର୍ଷା ଯୋଗୁ ଜିଲାର ଏକାଧିକ ନଦୀରେ ଜଳସ୍ତର ବୃଦ୍ଧି…

