ଦେଶସାରା ଲକ୍‌ଡାଉନ୍‌: ଶ୍ରମିକଙ୍କୁ କାମରେ ନିୟୋଜିତ କରିଛନ୍ତି ଠିକାଦାର

ନାଉଗଁା, ୨୭।୩ (ସ୍ବ.ପ୍ର.)-କରୋନା ଭୂତାଣୁ ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଛି। ସଂକ୍ରମଣକୁ ରୋକିବା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ କରାଯାଇଥିବା ବେଳେ କୌଣସି ଜରୁରୀ କାର୍ଯ୍ୟରେ ବାହାରକୁ ବାହାରିଲେ ସାମାଜିକ ଦୂରତା ବଜାୟ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ମାତ୍ର ନାଉଗଁା ବ୍ଲକରେ କେତେଜଣ ଠିକାଦାର ସରକାରଙ୍କ ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନ କରି ଶ୍ରମିକମାନଙ୍କୁ କାର୍ଯ୍ୟରେ ଲଗାଇଥିବା ଜଣାପଡ଼ିଛି। ନାଉଗଁା ବ୍ଲକର ଦେବୀ ନଦୀ ବନ୍ଧ ନିର୍ମାଣ କାର୍ଯ୍ୟ ଆଳିପିଙ୍ଗଳ ଜଳସେଚନ ବିଭାଗ ପକ୍ଷରୁ କରାଯାଉଛି। ରୋହିଆ ପଞ୍ଚାୟତ ଅରଖକୁଦଠାରେ ବନ୍ଧ କାର୍ଯ୍ୟ ଚାଲିଥିବା ବେଳେ ଲକ୍‌ଡାଉନ୍‌ ଯୋଗୁ କାର୍ଯ୍ୟ ବନ୍ଦ କରାଯାଇଛି। ମାତ୍ର ବନ୍ଧ ନିର୍ମାଣ ଦାୟିତ୍ୱରେ ଥିବା ଠିକାଦାର ଶ୍ରମିକଙ୍କୁ ଲଗାଇ କାର୍ଯ୍ୟ କରାଉଛନ୍ତି। ବୁଧବାର ରାସ୍ତା ନିର୍ମାଣ ଚାଲିଥିବା ବେଳେ ସେଠାରେ କୌଣସି ବିଭାଗୀୟ କର୍ତ୍ତୃପକ୍ଷ ଉପସ୍ଥିତ ନ ଥିବା ଦେଖାଯାଇଥିଲା। ମେଶିନ ସାହାଯ୍ୟରେ ମାଟି ଖୋଳା ଯାଉଥିବା ବେଳେ ଟ୍ରାକ୍ଟର ସାହାଯ୍ୟରେ ମାଟି ବୁହା କାମ ଚାଲୁଛି।
ଗୁରୁତ୍ୱପୂର୍ଣ୍ଣ କଥା ହେଲା, ନଦୀବନ୍ଧ ସୁଦୃଢ଼ କରିବା ସକାଶେ ପ୍ରତିବର୍ଷ ଲକ୍ଷାଧିକ ଟଙ୍କା ବ୍ୟୟ କରାଯାଉଛି। ମାତ୍ର ଠିକାଦାର ନିମ୍ନମାନର କାମ କରାଉଥିବାରୁ ଏହା ଦିନ କେଇଟା ପରେ ନଷ୍ଟ ହୋଇଯାଉଥିବା ଦେଖାଯାଉଛି। ଅନ୍ୟପଟେ ନଦୀପଠାରୁ ମାଟି ଖୋଳିବା ନିୟମ ନ ଥିବା ବେଳେ ଠିକାଦାର ମନଇଚ୍ଛା ପଠାରୁ ମାଟି ଖୋଳି ରାସ୍ତାରେ ପକାଉଛନ୍ତି। ମାତ୍ର ଏ ନେଇ ତହସିଲ ଅଫିସରେ ଏ ସମ୍ପର୍କିତ ଖବର ନ ଥିବା ତହସିଲଦାର ଜେ. କଳ୍ପନା ପ୍ରକାଶ କରିଛନ୍ତି। ବିଭାଗୀୟ ଯନ୍ତ୍ରୀ ସୁଷମା ସାହୁଙ୍କୁ ପଚାରିବାରେ, ନଦୀ ବନ୍ଧରେ ୩ ଇଞ୍ଚର ମୋରମ ପକାଇବାର ନିୟମ ରହିଛି, କିନ୍ତୁ ଠିକାଦାର ୧ ଇଞ୍ଚର ମୋରମ ପକାଉଥିବା ନେଇ ଅଭିଯୋଗ ହୋଇଛି ବୋଲି କହିଛନ୍ତି। ବର୍ତ୍ତମାନ ସମୟରେ କାର୍ଯ୍ୟସ୍ଥଳରେ କେହି ରହୁ ନ ଥିବାରୁ ଠିକାଦାର ମନଇଚ୍ଛା କାର୍ଯ୍ୟ କରି ବିଲ୍‌ କରିନେବାର ମସୁଧା ଚଳାଇଥିବା ଜନସାଧାରଣ ଅଭିଯୋଗ କରିଛନ୍ତି। ଏ ବିଷୟରେ ବିଭାଗୀୟ ନିର୍ବାହୀ ଯନ୍ତ୍ରୀ ପ୍ରମୋଦ କୁମାର ଶତପଥୀଙ୍କୁ ପଚାରିବାରେ ଏବେ ସମସ୍ତ ନିର୍ମାଣ କାର୍ଯ୍ୟ ବନ୍ଦ ରଖାଯାଇଛି। ଯଦି କୌଣସି ଠିକାଦାର ନିୟମ ନ ମାନି କାର୍ଯ୍ୟ କରୁଥାନ୍ତି, ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୱାସ୍‌ରୁମ୍‌ରୁ ହିଡେନ୍ କ୍ୟାମେରା: ଖୋଲିଲା ବଡ଼ ରହସ୍ୟ: ପ୍ରତି ସପ୍ତାହରେ କରୁଥିଲେ କ୍ୟାମେରା ଚାର୍ଜ

ଜଗତସିଂହପୁର,୩୧।୫: ଜଗତସିଂହପୁର ଜିଲାର DRDA କାର୍ଯ୍ୟାଳୟର ମହିଳା ୱାସ୍‌ରୁମ୍‌ରୁ ହିଡେନ୍ କ୍ୟାମେରା ଜବତ ଘଟଣାରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଘଟଣାରେ ଜଡିତ ଜୁନିୟର କିରାଣି ସଞ୍ଜୟ…

ପାରାଦୀପ ବନ୍ଦରରେ ଦୁର୍ଘଟଣା: କ୍ରେନ୍ ବକେଟ୍ ପଡି ଚାଳକଙ୍କ ମୃତ୍ୟୁ

ପାରାଦୀପ, ୩୦।୫ (ଶରତ ରାଉତ): ପାରାଦୀପ ବନ୍ଦରର ନିଷିଦ୍ଧାଞ୍ଚଳ ସି କ୍ୟୁ–୧ ନମ୍ବର ବର୍ଥ ନିକଟରେ ଶନିବାର ମଧ୍ୟାହ୍ନରେ ଦୁର୍ଘଟଣା ଘଟିଛି। ଏଥିରେ ଣେ ଚାଳକଙ୍କ ମୃତ୍ୟୁ…

ସରକାରୀ ଅଫିସରେ ବି ଅସୁରକ୍ଷିତ ମହିଳା! DRDA ଲେଡିଜ୍‌ ୱାସରୁମରୁ ଲାଗିଥିଲା ସିକ୍ରେଟ କ୍ୟାମେରା

ତିର୍ତ୍ତୋଲ,୨୮।୫(ଗୌରାଙ୍ଗ ଚରଣ ସ୍ବାଇଁ): ଜଗତସିଂହପୁର ଡିଆରଡିଏ କାର୍ଯ୍ୟାଳୟର ମହିଳା ୱାସରୁମରୁ ସିକ୍ରେଟ କ୍ୟାମେରା ଜବତ ହୋଇଛି । ଏହି କ୍ୟାମେରା କିଏ ଓ କେଉଁ ଉଦ୍ଦେଶ୍ୟରେ ଲଗାଇଥିଲା ତାହା…

ପାରାଦୀପରେ ମାଟି ତଳ ପାଇପ୍ ଲାଇନ୍‌ରୁ ତେଲ ଲିକ୍, ବିପୁଳ ପରିମାଣର ପେଟ୍ରୋଲ ନଷ୍ଟ

ପାରାଦୀପ,୨୨।୫ (ଶରତ ରାଉତ): ପାରାଦୀପ ବନ୍ଦର ନିଷିଦ୍ଧାଞ୍ଚଳର ୧ ନଂ ଗେଟ୍ ନିକଟରେ ଶୁକ୍ରବାର ଏକ ଅଘଟଣ ଘଟିଛି। ସାଉଥ୍ ଅଏଲ ବର୍ଥ ଜେଟିରୁ ଆଇଓସିଏଲ ଟର୍ମିନାଲ…

ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ସାର କାରଖାନା ଇଫ୍‌କୋରେ ଉତ୍ପାଦନ ବନ୍ଦ

ପାରାଦୀପ,୨୨।୫(ଶରତ ରାଉତ):ଏସିଆ ମହାଦେଶର ସର୍ବବୃହତ୍‌ ସାର କାରଖାନା ପାରାଦୀପ ଇଫ୍‌କୋରେ ବୁଧବାରଠାରୁ ଉତ୍ପାଦନ ବନ୍ଦ ରହିଛି। କାରଣ ଉକ୍ତ କାରଖାନାରେ ଆବଶ୍ୟକ କଞ୍ଚାମାଲ ଅଭାବ ଦେଖାଦେଇଛି। ଏହାର…

ପ୍ରଥମେ ପ୍ରେମ, ପରେ ବଳାତ୍କାର କରି ବନ୍ଧାହେଲେ ୨ ଭାଇ, କଲେଜ ଯୁବତୀଙ୍କୁ ଟାର୍ଗେଟ୍‌ କରି…

ଜଗତ୍‌ସିଂହପୁର,୧୬ା୫(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରଥମେ ପ୍ରେମ ଜାଲରେ ଫସାଇ ବଳାତ୍କାର କରି ବ୍ଲାକ ମେଲିଂ କରିବା ଭଳି ସଙ୍ଗିନ ଅଭିଯୋଗ…

ପେଟ୍ରୋଲ ପମ୍ପରେ ଅସମ୍ଭାଳ ଭିଡ଼: ଜଗିଲା ପୋଲିସ

ପାରାଦୀପରେ,୧୪।୫: ଇରାନ-ଆମେରିକା ଏବଂ ଇସ୍ରାଏଲର ଯୁଦ୍ଧ ପାଇଁ ଭାରତ ସମେତ ଅନ୍ୟ କେତେକ ଦେଶରେ ତୈଳ ଓ ରନ୍ଧନ ଗ୍ୟାସ ସଙ୍କଟ ସୃଷ୍ଟି ହୋଇଛି। ଏହି ପରିପ୍ରେକ୍ଷୀରେ…

ସରକାରୀ ଜମିରେ ଘର କରି ମାଡ଼ି ବସିଥିଲେ: ହଟିଲା ଜବରଦଖଲ

ପାରାଦୀପ,୧୧।୫: ଜଗତସିଂହପୁର ଜିଲା କୁଜଙ୍ଗ ତହସିଲ ନୂଆଗଡ଼ରେ ସୋମବାର ଏକ ବଡ଼ ଧରଣର ଜବରଦଖଲ ଉଚ୍ଛେଦ କରାଯାଇଛି। ସରକାରୀ ଜମିରେ ଘର କରି ମାଡ଼ି ବସିଥିବା ଲୋକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri