ଲକ୍‌ଡାଉନ୍‌ କଟକଣାକୁ ଲୋକେ ମାନୁନାହାନ୍ତି, ପୋଲିସର ଫ୍ଲାଗମାର୍ଚ୍ଚ

ସୋନପୁର,୧୩।୪(ନି.ପ୍ର.):କରୋନା ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଜରୁରୀ କାମ ନଥିଲେ ଘରୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି। ହେଲେ ସୁବର୍ଣ୍ଣପୁର ଜିଲାରେ କେତେକ ଲୋକ ଏହି କଟକଣାକୁ ମାନୁନାହାନ୍ତି। ବାହାରେ ବୁଲାବୁଲି କରୁଛନ୍ତି। ସହରଠାରୁ ଗାଁରେ ଆଇନର ଅଧିକ ଉଲ୍ଲଂଘନ ହେଉଛି। ଏଭଳି ସ୍ଥିତିରେ ଏସ୍‌ପି ଦେବୀପ୍ରସାଦ ଦାଶଙ୍କ ନେତୃତ୍ୱରେ ପୋଲିସ ଟିମ୍‌ ସୋମବାର ସନ୍ଧ୍ୟାରେ ଜିଲା ସଦର ମହକୁମାରେ ଫ୍ଲାଗମାର୍ଚ୍ଚ କରିଛି। ଜରୁରୀ କାମ ନ ଥିଲେ ଘରୁ ବାହାରନ୍ତୁ ନାହିଁ। ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ସମୟରେ ସାମାଜିକ ଦୂରତ୍ୱ ବଜାୟ ରଖନ୍ତୁ, ମାସ୍କ ପିନ୍ଧନ୍ତୁ ବୋଲି ଜିଲା ପୋଲିସ ପକ୍ଷରୁ ଲୋକଙ୍କୁ ସଚେତନ କରାଯାଇଥିଲା। ସୋନପୁର ଥାନା ସମ୍ମୁଖରୁ ଏହି ଶୋଭାଯାତ୍ରା ବାହାରି ବସ୍‌ଷ୍ଟାଣ୍ଡ, ନଳୀନି ଛକ, ସରେଶ୍ୱରୀ ମନ୍ଦିର ରୋଡ, ଥନାପତିପଡା, ବଡବଜାର ପରିକ୍ରମା କରିଥିଲା। ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ରମେଶ ଚନ୍ଦ୍ର ପାଣିଗ୍ରାହୀ, ଆନ୍ଥୋନୀ ତିର୍କୀ, ଡିଏସପି ଆନନ୍ଦ ବର୍ଦ୍ଧନ ଗୁରୁ, ଏସ୍‌ଡିପିଓ ମିହିର କୁମାର ପଣ୍ଡା, ସୋନପୁର ତହସିଲଦାର ଅରବିନ୍ଦ ବେହେରା, ରିଜର୍ଭ ଇନିସ୍‌ପେକ୍ଟର ଅମରେନ୍ଦ୍ର ପାଣିଗ୍ରାହୀ, ସର୍ଜେଣ୍ଟ ବିଶ୍ୱନାଥ ଜେନା, ସୋନପୁର ଆଇଆଇସି ଲୋକେଶ କୁମାର ସାହୁ ପ୍ରମୁଖ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ୱର କଂଗ୍ରେସରେ ଫାଟ, ଶ୍ରୀକାନ୍ତଙ୍କୁ ବିରୋଧ କରି ଦଳ ଛାଡିଲେ ବଡ଼ ନେତା

ନୀଳଗିରି,୮।୫: ବାଲେଶ୍ୱର କଂଗ୍ରେସରେ ଫାଟ। କଂଗ୍ରେସ ଛାଡିଛନ୍ତି ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡଙ୍ଗୀ। ଚଳିତ ର୍ନିବାଚନର ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ...

୨ ରୁବେଲା ଭାଇରସ୍‌ ରୋଗୀ ଚିହ୍ନଟ

ନବରଙ୍ଗପୁର,୮।୫: ନବରଙ୍ଗପୁରରୁ ୨ ରୁବେଲା ଭାଇରସ ରୋଗୀ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ୨ ଶିଶୁ ନନ୍ଦାହାଣ୍ଡି ବ୍ଲକ ପୋଡ଼ାଲଗୁଡ଼ା ଗାଁର ବୋଲି ଜଣାପଡିଛି। ୫ଟି ସାମ୍ପଲରୁ...

ମଜଭୁତ ହେଉଛି ବିଜେଡି: ମିଶ୍ରଣ ପର୍ବରେ କଂଗ୍ରେସର ଅନେକ କର୍ମୀ ଦଳରେ ସାମିଲ

ଦାରିଙ୍ଗବାଡି, ୮।୫ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବିଜେଡି କାର୍ଯ୍ୟାଳୟରେ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଉକ୍ତ ବ୍ଲକ କିରିକୁଟି ପଞ୍ଚାୟତ...

ଆଜି ୬ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ପୁରୀ,୮।୫: ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି। ଏଥିପାଇଁ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ସା ୬ଟାରୁ ରାତି ୧୨ଟା ଯାଏ ସାଧାରଣ ଦର୍ଶନ...

ନିଶା ଦେଇ +୨ ଛାତ୍ରୀଙ୍କୁ ଗଣବଳାତ୍କାର କଲେ ୮ ସହପାଠୀ

ବ୍ରହ୍ମପୁର,୮ା୫(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ସହରରେ ଜଣେ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର କରାଯିବା ଘଟଣା ଆଲୋଡନ ସୃଷ୍ଟି କରିଛି। ଯୁକ୍ତ ୨ ପଢ଼ୁଥିବା ନାବାଳିକା ଛାତ୍ରୀ ଜଣଙ୍କୁ...

ଦମ୍‌ ଅଛି ଯଦି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କର

ଭୁବନେଶ୍ୱର/ହିଞ୍ଜିଳିକାଟୁ/ଶେରଗଡ଼/ଖଲ୍ଲିକୋଟ,୮ା୫(ଅନିଲ ଦାସ/ ଦ୍ୱିତୀକୃଷ୍ଣ ପଣ୍ଡା/ସୂର୍ଯ୍ୟନାରାୟଣ ଦାଶ/ପ୍ରଶାନ୍ତ ମିଶ୍ର):କିଛିଲୋକ ଦିନରେ ସ୍ବପ୍ନ ଦେଖୁଛନ୍ତି, ଭାବୁଛନ୍ତି ନବୀନବାବୁ ଆଉ ମୁଖ୍ୟମନ୍ତ୍ରୀ ହେବେ ନାହିଁ, କିନ୍ତୁ ଭାଜପାକୁ ଯଦି ପଚାରିବେ...

ପ୍ରଣବଙ୍କ ଶିକ୍ଷାଗତ ଯୋଗ୍ୟତାକୁ ନେଇ ପ୍ରଶ୍ନ ଉଠାଇଲା ଭାଜପା

ସମ୍ବଲପୁର, ୮।୫ (ପ୍ରମୋଦ ବହିଦାର):ବିଜେଡି ସାଙ୍ଗଠନିକ ସମ୍ପାଦକ ତଥା ଦଳର ସମ୍ବଲପୁର ଲୋକ ସଭା ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସଙ୍କ ଶିକ୍ଷାଗତ ଯୋଗ୍ୟତାକୁ ନେଇ ପ୍ରଶ୍ନ...

ବିଧାୟକ ପ୍ରାର୍ଥୀଙ୍କ ଫଟୋରେ ଜୋତାମାଳ

କେନ୍ଦୁଝର(ନରେଶ ଚନ୍ଦ୍ର ପଟ୍ଟନାୟକ)/ପାଟଣା(ବୀର କିଶୋର ଦାଶ),୮ା୫:କେନ୍ଦୁଝର ଜିଲା ପାଟଣା ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାୟକଙ୍କ ଫଟୋରେ କେହି ଜୋତାମାଳ ଝୁଲାଇବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri