ଲକ୍‌ଡାଉନ୍‌: କେନ୍ଦ୍ରାପଡାରେ ପ୍ରସ୍ତୁତ ହେଉଛି ୬ ହଜାର ଶଯ୍ୟା

କେନ୍ଦ୍ରାପଡା ଅଫିସ, ୨୮।୩- କରୋନା ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ସକାଶେ ଲକ୍‌ଡାଉନ୍‌ କରାଯାଇଥିବା ବେଳେ କେନ୍ଦ୍ରାପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏ ଦିଗରେ ବିଶେଷ ଗୁରୁତ୍ୱ ଦିଆଯାଉଥିବା ଦେଖାଯାଇଛି। ତାଲାବନ୍ଦ ସମୟରେ କୌଣସି ଲୋକ ଘରୁ ନ ବାହାରିବା ପାଇଁ ସଚେତନତା କାର୍ଯ୍ୟକ୍ରମ ଜାରିରହିଛି। ଅପରପକ୍ଷରେ ସଂକ୍ରମିତଙ୍କ ଚିକିତ୍ସା ବ୍ୟବସ୍ଥାରେ ଉନ୍ନତି ଆଣିବା ପାଇଁ ଜିଲାରେ ୬ ହଜାର ଶଯ୍ୟା ନିର୍ମାଣ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଜିଲାର ପ୍ରତି ପଞ୍ଚାୟତରେ ଅନୂ୍ୟନ ୨୦ଟି ଶଯ୍ୟା ବ୍ୟବସ୍ଥା ହୋଇଥିବା ବେଳେ କେନ୍ଦ୍ରାପଡା ସ୍ବୟଂଶାସିତ ମହାବିଦ୍ୟାଳୟ, ସାନ୍ଧ୍ୟ ମହାବିଦ୍ୟାଳୟ ଓ ଡେରାବିଶ ବ୍ଲକ ଛତାସ୍ଥିତ ପଲିଟେକନିକ୍‌ କଲେଜ, ତରାଣ୍ଡୋସ୍ଥିତ ଆଦର୍ଶ ବିଦ୍ୟାଳୟ ଓ ପଟ୍ଟାମୁଣ୍ଡାଇର ସଂଖ୍ୟାଲଘୁ ଛାତ୍ରାବାସରେ ୯୫୦ ଶଯ୍ୟା ପ୍ରସ୍ତୁତ ହେଉଛି। ଏହି ଅସ୍ଥାୟୀ ଚିକିତ୍ସାଳୟରେ ରୋଗୀଙ୍କ ଚିକିତ୍ସା ପାଇଁ ଭିତ୍ତିଭୂମି ପ୍ରସ୍ତୁତ କରାଯାଉଛି। ଏଥିସହ ଜିଲାର ୧୦ଟି ଆବାସିକ ଗୃହରେ ରହୁଥିବା ୧୨୭୭ ଜଣ ଶିକ୍ଷାର୍ଥୀଙ୍କୁ ଇତିମଧ୍ୟରେ ଘରକୁ ପଠାଯାଇଛି ବୋଲି ଜିଲା ପ୍ରଶାସନ ପକ୍ଷରୁ ଶନିବାର ଗଣମାଧ୍ୟମକୁ ସୂଚନା ଦିଆଯାଇଛି।
ସୂଚନା ଅନୁଯାୟୀ, ଜିଲାର ୧,୮୫,୯୩୧ ଜଣ ଭତ୍ତା ହିତାଧିକାରୀଙ୍କୁ ୪ ମାସର ଭତ୍ତା ଅର୍ଥ ପ୍ରଦାନ କରାଯିବା ବ୍ୟବସ୍ଥା ଜାରିରହିଛି। ସେହିପରି ଜିଲାର ମୋଟ ୧୧,୫୯,୯୩୩ ଜଣ ଖାଦ୍ୟ ସୁରକ୍ଷା ଯୋଜନା ହିତାଧିକାରୀଙ୍କୁ ୩ ମାସର ରାଶନ ସାମଗ୍ରୀ ଆଗୁଆ ପ୍ରଦାନ କରାଯାଉଛି। ଏଥିସହ ବିଦେଶରୁ ଜିଲାକୁ ଆସିଥିବା ୫୩୯ ଜଣ ଓ ରାଜ୍ୟ ବାହାରୁ ଆସିଥିବା ୬୭୯୧ ଜଣଙ୍କ ନାମ ପଞ୍ଜୀକୃତ କରାଯାଇଛି। ସରକାରଙ୍କ ତାଲାବନ୍ଦ ଘୋଷଣାକୁ ବ୍ୟତିକ୍ରମ କରିଥିବା ୪୪ ଜଣଙ୍କ ନାମରେ ୨୪ଟି ମାମଲା ରୁଜୁ ହୋଇଥିବା ସୂଚନା ଦିଆଯାଇଛି। ଏଥିସହିତ ଜିଲାପାଳ ସମର୍ଥ ବର୍ମା ସାମାଜିକ ଦୂରତା ପାଳନ କରିବା ପାଇଁ ଜିଲାବାସୀଙ୍କୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ଲୋକ ସଭା ଆସନ ପାଇଁ ଜୟ ନାରାୟଣ ପଟ୍ଟନାୟକଙ୍କୁ ପ୍ରାର୍ଥୀ କଲା କଂଗ୍ରେସ

ଭୁବନେଶ୍ୱର,୪ା୫: କଂଗ୍ରେସ ଜୟ ନାରାୟଣ ପଟ୍ଟନାୟକଙ୍କୁ ପୁରୀ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ କରିଛି। ଏହାପୂର୍ବରୁ ପାର୍ଟି ପାଣ୍ଠି ନ ମିଳିବାରୁ ହେତୁ ସୁଚରିତା...

ଘରେ ରହି ମତଦାନ ସାବ୍ୟସ୍ତ କଲେ ୩୧ ଭୋଟର୍‌

ପଟ୍ଟାଙ୍ଗି,୪ା୫(ଶରତ ଧଳ)-ଲୋକ ସଭା ଏବଂ ବିଧାନସଭା ନିର୍ବାଚନକୁ ଆଉ ଅଳ୍ପ କିଛି ଦିନ ବାକି ରହିଛି। ଏହା ପୂର୍ବରୁ ଯେଉଁ ଭୋଟର୍‌ମାନେ ମତଦାନ କେନ୍ଦ୍ରରେ ପହଞ୍ଚି...

ରାଜ୍ୟ ସରକାରଙ୍କ ସଫଳତା ବିରୋଧୀ ଗ୍ରହଣ କରିପାରୁନାହାନ୍ତି: ନବୀନ

କୋରାପୁଟ,୪ା୫(ଅମିତାଭ ବେହେରା)-କୋରାପୁଟରେ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାରାଥାନ ନିର୍ବାଚନ ପ୍ରଚାର କରିଛନ୍ତି। ରାଜ୍ୟ ସରକାରଙ୍କ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ବିରୋଧୀମାନେ ଗ୍ରହଣ କରି ନପାରି...

ସମୀର ଦାଶଙ୍କୁ ପ୍ରାର୍ଥୀ କରିବା ପାଇଁ ସମର୍ଥକଙ୍କ ଶେଷ ପ୍ରୟାସ, ସମୂହ ଇସ୍ତଫା ଦେଲେ ସମର୍ଥକ!

ପୁରୀ,୪ା୫: ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀମାନଙ୍କ ଶେଷ ପର୍ଯ୍ୟାୟ ତାଲିକା ଘୋଷଣା କରି ସାରିଥିଲେ ମଧ୍ୟ ଆଶା...

ତର୍କରା ଡ୍ୟାମ୍‌ରେ ଗାଧୋଇଲା ବେଳେ ଅଘଟଣ: ୨ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର

ରାଉରକେଲା,୪ା୫(ସଙ୍ଗୀତା ଜେନା): ରଘୁନାଥପାଲୀ ଥାନା ଜଲଦା ଫାଣ୍ଡି ଅନ୍ତର୍ଗତ ତର୍କରା ଡ୍ୟାମ୍‌ ଶନିବାର ଅପରାହ୍ନରେ ଗାଧୋଇବାକୁ ଯାଇ ୨ ଜଣ ଯୁବକଙ୍କ ସଲୀଲ ସମାଧୀ ଘଟିଥିବା...

ଗଜପତିରୁ ଚିକିଟି ଦେଇ ବ୍ରହ୍ମପୁରକୁ କରୁଥିଲେ ଗଞ୍ଜେଇ ଚାଲାଣ,ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ୍‌ (ଏଡିଜେ-୧)ଡ. ଇନ୍ଦୁ ଶର୍ମା ଶନିବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ନାମାଙ୍କନ ପତ୍ର ଦାଖଲ କଲେ କଂଗ୍ରେସ ସାଂସଦ ପ୍ରାର୍ଥୀ ଇଂ ବିନୋଦ ନାୟକ

କେନ୍ଦୁଝର, ୪।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଲୋକ ସଭା ପ୍ରାର୍ଥି ଭାବେ କଂଗ୍ରେସ ଦଳରୁ ଇଂ ବିନୋଦ ନାୟକ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି। ଶନିବାର...

ନବରଙ୍ଗପୁରରେ ନବୀନଙ୍କ ହାଇଭୋଲଟେଜ ପ୍ରଚାର

ନବରଙ୍ଗପୁର,୪।୫: ନବରଙ୍ଗପୁର ମାଝୀଗୁଡ଼ାରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହାଇଭୋଲଟେଜ ପ୍ରଚାର। ଦକ୍ଷିଣ ଓଡ଼ିଶାରେ ମୁଖ୍ୟମନ୍ତ୍ରୀ ଦଳୀୟ ପ୍ରାର୍ଥୀଙ୍କ ଲାଗି ବ୍ୟାକ୍‌ ଟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri