ଲକ୍‌ଡାଉନ୍‌ ନ ମାନିଲେ କାର୍ଯ୍ୟାନୁଷ୍ଠାନ ଚେତାବନୀ ଦେଲେ ଜିଲାପାଳ

ଦିଗପହଣ୍ଡି,୨୬ା୩(ଡି.ଏନ.ଏ.)-ଲକ୍‌ଡାଉନ୍‌ ନିୟମ ନ ମାନିଲେ ଏଣିକି ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଚେତାବନୀ ଦେଇଛନ୍ତି। ଗୁରୁବାର ପୂର୍ବାହ୍ନରେ ଜିଲାପାଳ ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚି ତହସିଲଦାର ଅଦୈତ କୁମାର ସ୍ବାଇଁ, ବିଡିଓ ହଳଧର ଶବର, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଫୁଲ୍ଲ ଚନ୍ଦ୍ର ଡାକୁଆଙ୍କ ସହ ଦିଗପହଣ୍ଡି ଅଞ୍ଚଳର ସ୍ଥିତି ନେଇ ସବିଶେଷ ଆଲୋଚନା କରିଥିଲେ। ଅନେକ ଲୋକ ଅଯଥାରେ ଘରୁ ବାହାରି ରାସ୍ତାରେ ଚଳପ୍ରଚଳ କରୁଛନ୍ତି। ଅତ୍ୟାବଶ୍ୟକ ସାମଗ୍ରୀ ଛଡା ଅନ୍ୟ ଯେଉଁ ଦୋକାନ ମଧ୍ୟାହ୍ନ ୧୨ ଟା ପରେ ଖୋଲା ରହିବ ସେହି ଦୋକାନ ମାଲିକ ଓ ଅତ୍ୟାବଶ୍ୟକ ସାମଗ୍ରୀ ବିକ୍ରି କରୁଥିବା ବେଳେ ଦୂରତା ଅବଲମ୍ବନ କରୁ ନ ଥିବା ଦୋକାନୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ସ୍ବଚ୍ଛତା ଓ ସାମାଜିକ ଦୂରତାକୁ ବଜାୟ ରଖିଲେ କରୋନାକୁ ରୋକାଯାଇପାରିବ ବୋଲି ସେ କହିଛନ୍ତି। ଜିଲାପାଳଙ୍କ ସହ ଆଲୋଚନା ବେଳେ ରାଜସ୍ବ ନିରୀକ୍ଷକ ଫକୀର ମୋହନ ରାଉତଙ୍କ ସହ ଟାସ୍କଫୋର୍ସର ସଦସ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ… 

ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...

ଭାରତକୁ ପାକ୍ ନେତାଙ୍କ କ୍ଷେପଣାସ୍ତ୍ର ମାଡ଼ ଧମକ: ବାଂଲାଦେଶ ସହ ସାମରିକ ମେଣ୍ଟ ପାଇଁ ଆହ୍ୱାନ

ଭୁବନେଶ୍ୱର,୨୩।୧୨: ପଡ଼ୋଶୀ ବାଂଲାଦେଶରେ ଜାରି ରହିଥିବା ଅଶାନ୍ତି ଏବଂ ଭାରତ ସହ ବଢୁଥିବା ତିକ୍ତତା ମଧ୍ୟରେ ପାକିସ୍ତାନର ଜଣେ ପ୍ରଭାବଶାଳୀ ନେତା ଭାରତ ବିରୋଧରେ ବିଷୋଦଗାର...

ଦିଗପହଣ୍ଡିରେ ଖୋଲିଲା ଧାନମଣ୍ଡି: ଜିଲାପାଳ କଲେ ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ ମଙ୍ଗଳବାର ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି କାର୍ଯ୍ୟାଳୟ ପରିସରରେ ପହଞ୍ଚି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri