ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନ: ୯ ଗିରଫ, ୫ ବାଇକ୍‌ ଜବତ

ଦିଗପହଣ୍ଡି,୯ା୪(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଦିଗପହଣ୍ଡି ସହରରେ ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନ କରିବା ଅଭିଯୋଗରେ ମନୋଜ ବେହେରା, ହିମାଂଶୁ ପାଣିଗ୍ରାହୀ, ଚନ୍ଦ୍ର ଶେଖର ଦୋରା, କୁନା ସାହୁ, ଆଲୋକ ନାଥ ମହାରଣା, ରମେଶ ମହାରଣା, ସମୀର ବାଡ଼ତ୍ୟା, ସଜ୍ଞନ୍ତ୍ର କୁମାର ଦାସ ଓ କବିରାଜ ବିଷୋୟୀ ସମୁଦାୟ ୯ ଜଣଙ୍କୁ ଗୁରୁବାର ପୋଲିସ ଗିରଫ କରିବା ସହ ୫ ବାଇକ ଜବତ କରିଛି। ଗିରଫ ଅଭିଯୁକ୍ତମାନଙ୍କ ନାଁରେ କେସ୍‌ ନଂ.୭୪/୨୦ରେ ଏକ ମାମଲା ରୁଜୁ କରାଯାଇଥିବା ଆଇଆଇସି ବସନ୍ତ କୁମାର ସେଠୀ କହିଛନ୍ତି।
ତଦନ୍ତକାରୀ ପୋଲିସ ଅଧିକାରୀ ଏସ୍‌ଆଇ ମଧୁସ୍ମିତା ପ୍ରଧାନଙ୍କ ସୂଚନାନୁସାରେ ଗୁରୁବାର ପୂର୍ବାହ୍ନରେ ଅଭିଯୁକ୍ତମାନେ ସ୍ଥାନୀୟ ପୁଞ୍ଜିକଁୟା ଛକ ଓ ଜନତା ଲେନ୍‌ଠାରେ ସାମାଜିକ ଦୂରତ୍ୱ ରକ୍ଷା ନ କରି ଲକ୍‌ଡାଉନ୍‌ ନିୟମ ଭଙ୍ଗ କରିଥିଲେ। ଖବର ପାଇ ଆଇଆଇସି ସଦଳବଳ ଘଟଣାସ୍ଥଳରେ ପହଞ୍ଚି ସେମାନଙ୍କୁ ଥାନାକୁ ଉଠାଇ ଆଣିଥିଲେ। ଏଏସ୍‌ଆଇ ବି.ଲଛ୍‌ମେୟା ରେଡ୍ଡୀଙ୍କ ଏତଲା କ୍ରମେ ସମସ୍ତ ଅଭିଯୁକ୍ତଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ନାକୁ ଆସିଲା ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର: ଦେଖିବାକୁ…

ନୂଆଦିଲ୍ଲୀ,୧୮।୫: ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର ସାମ୍ନାକୁ ଆସିଛି। ଏହି ଟ୍ରେନ୍‌ଟି ଗୁଜରାଟରେ ପ୍ରଥମଥର ପାଇଁ ଚାଲିବାକୁ ଯାଉଛି। ଏଥିରେ ଏକ କେଶର ରଙ୍ଗ(ଗେରୁଆ) ରହିବ।…

ପେଟ୍ରୋଲ ପମ୍ପ ଉପରେ ଅଚାନକ ଚଢାଉ କଲେ ଜିଲାପାଳ, ଏସପି: କହିଲେ ଜିଲାରେ ଆହୁରି ଏତେ ଲିଟର ତେଲ ଗଚ୍ଛିତ

ଭବାନୀପାଟଣା,୧୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ତୈଳ ଯୋଗାଣ ବିତରଣରେ ଅନିୟମିତତା ହେଉଥିବାର ଅଭିଯୋଗ ଆସିଛି। ଯାହାକୁ ନେଇ ସୋମବାର ଜିଲାପାଳ ପାୱାର ସଚିନ ପ୍ରକାଶ,ଏସପି ନାଗରାଜ ଦେବରକୋଣ୍ଡା…

ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ପୂର୍ବତନ ତହସିଲଦାର: ୩ ବର୍ଷ ସଶ୍ରମ କାରାଦଣ୍ଡ ସହ…

ଗୁଣପୁର,୧୮।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁରର ପୂର୍ବତନ ଅବସରପ୍ରାପ୍ତ ତହସିଲଦାର ଖୀରାବ୍ଦି ବେହେରା ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି l ତାଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା…

ମୃତ୍ୟୁର ୯ ଦିନ ପରେ ମାଟି ତଳୁ ଖୋଳି ବାହାର କରାଗଲା ଅଢ଼େଇ ବର୍ଷର ଶିଶୁର ଶବ, କାରଣ ଜାଣିଲେ ହୋଇଯିବେ ତାଜୁବ

ଧର୍ମଶାଳା,୧୮।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ନୋସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବକୁ ମିଳିଛି । ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ ହେବାର…

ନାବାଳିକାଙ୍କୁ ଅସଦାଚରଣ: କୋର୍ଟଙ୍କ ଆସିଲା ବଡ଼ ରାୟ

ବ୍ରହ୍ମପୁର,୧୮ା୫(ସୁବାସ ଚନ୍ଦ୍ର ପାଢ଼ୀ): ୨୦୧୮ରେ ସୋରଡ଼ା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ହୋଇଥିବା ଅସଦାଚରଣ ମାମଲାର ଶୁଣାଣି ହୋଇଛି। ଫାଷ୍ଟଟ୍ରାକ ପୋକ୍‌ସୋ କୋର୍ଟ ଜଜ୍‌ ରୋହିତ ଲାଲ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ କୀର୍ତ୍ତିମାନ: IPL ଇତିହାସରେ କେହି ଏମିତି ରେକର୍ଡ ହାସଲ କରିପାରିନାହାନ୍ତି

ନୂଆଦିଲ୍ଲୀ,୧୮।୫: ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଛୋଟ IPL କ୍ୟାରିୟର ମଧ୍ୟରେ ଅନେକ ରେକର୍ଡ ସ୍ଥାପନ କରିସାରିଛନ୍ତି। ତାଙ୍କ କ୍ୟାରିୟରରେ ସୂର୍ଯ୍ୟବଂଶୀ ଚୌକା ଅପେକ୍ଷା ଅଧିକ ଛକା ମାରିଛନ୍ତି।…

ଅନ୍ତେବାସୀଙ୍କୁ ଘର କାମରେ ଲଗାଇବା ପଡ଼ିଲା ମହଙ୍ଗା

ଚକାପାଦ,୧୮ା୫(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ର ବପଲମେଣ୍ଡି ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମେଟ୍ରୋନ ସୁଜାତା ସାହୁଙ୍କୁ ଜିଲାପାଳ ବେଦଭୂଷଣ ତୁମୁଡ଼ିବନ୍ଧ ରାଙ୍ଗାପାରୁ ଏସ୍‌ଏସ୍‌ଡି ଉଚ୍ଚ ବିଦ୍ୟାଳୟକୁ…

ପେଟ୍ରୋଲ ପମ୍ପ ଯାଞ୍ଚ କରି ବଡ଼ ସୂଚନା ଦେଲେ ଜିଲାପାଳ, ଜନସାଧାରଣଙ୍କୁ କହିଲେ…

ବଲାଙ୍ଗୀର,୧୮।୫: (ସୁନିଲ କୁମାର ମହାନ୍ତି) : ସୋମବାର ଜିଲାପାଳ ଗୌରୱ ଶିୱାଜୀ ଇସଲୱାର ଓ ପାଟଣାଗଡ ଉପଜିଲାପାଳ ସୁନୀଲ କୁମାର ମେହେର ବେଲପଡାର ବିଭିନ୍ନ ପେଟ୍ରୋଲ ପମ୍ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri