ଲକ୍‌ଡାଉନ୍‌ ନିୟମ କୋହଳ କରିବାର ସମୟ ଆସିନାହିଁ, ସତର୍କତା ନ ରଖିଲେ ନିଆଁ ମାଡ଼ିବାର ସମ୍ଭାବନା: ବାଗ୍‌ଚୀ

ଭୁବନେଶ୍ୱର,୩୧।୩(ବ୍ୟୁରୋ): ବର୍ତ୍ତମାନ ସମୟରେ ଓଡ଼ିଶାରେ ୩ କରୋନା ପଜିଟିଭ ମାମଲା ରହିଛି। ହେଲେ ଏହି ୩-୩୦-୩୦୦-୩୦୦୦ ପର୍ଯ୍ୟନ୍ତ ଯିବା ବା ନଯିବା ଆପଣଙ୍କ ଏବଂ ମୋ’ ହାତରେ ରହିଛି। ଭାରତୀୟ ମହାନଗରୀ ଜନସଂଖ୍ୟାର ଘନତ୍ୱ ଯୁକ୍ତରାଷ୍ଟ୍ର ଆମେରିକାର ଯେକୌଣସି ସହର ଘନତ୍ୱଠାରୁ ଅଧିକ। ଦେଖିବାକୁ ଗଲେ ୨୦୧୧ ଜନଗଣନାନୁଯାୟୀ ଓଡ଼ିଶାର ୧୦ଟି ଜନବହୁଳ ସହର ହେଉଛି ଭୁବନେଶ୍ୱର, କଟକ, ରାଉରକେଲା, ବ୍ରହ୍ମପୁର, ପୁରୀ, ବାଲେଶ୍ୱର, ଭଦ୍ରକ, ବାରିପଦା, ବଲାଙ୍ଗୀର। ମାତ୍ର ଘନତ୍ୱ ଦୃଷ୍ଟିରୁ ପୁରୀ, ଭୁବନେଶ୍ୱର, ବରଗଡ଼, ଭବାନୀପାଟଣା, ବ୍ରହ୍ମପୁର, ଭଦ୍ରକ, ରାୟଭଡ଼ା, ରାଉରକେଲା, କଟକ, ଜୟପୁର ଆଦି ଜନବହୁଳ ସହର। ନ୍ୟୁୟର୍କର ଜନବହୁଳତା ମୋଟାମାଟି ଭାବେ ପୁରୀ ସହରର ଜନବହୁଳତାକୁ ସାମଞ୍ଜସ୍ୟ କରାଯାଇପାରେ। ସେହିଭଳି ଜୟପୁର ରୋମ ସହରର ଘନତ୍ୱ ସହ ସମାନ। ଏହାକୁ ଅନୁଧ୍ୟାନ କରିବା ଆବଶ୍ୟକ। ଓଡ଼ିଶାରେ ୩ ପଜିଟିଭ୍‌ ଆସିଥିଲେ ହେଁ ନୀତିନିୟମ କୋହଳ କରିବାର ଆବଶ୍ୟକତା ନାହିଁ। ସତର୍କତା ନ ରଖିଲେ ନିଆଁ ମାଡ଼ିବାର ସମ୍ଭାବନା ରହିଛି। ଆଗାମୀ ୧୫ ଦିନ ପର୍ଯ୍ୟନ୍ତ ବାରମ୍ବାର ସାବୁନ ପାଣିରେ ହାତ ଧୁଅନ୍ତୁ। ସାମାଜିକ ଦୂରତ୍ୱ ବଜାୟ ରଖନ୍ତୁ। ସଂଗରୋଧ କରନ୍ତୁ। ଲକ୍‌ଡାଉନ୍‌ରେ ରୁହନ୍ତୁ। କୌଣସି ସମସ୍ୟା ଦେଖାଦେଲେ ୧୦୪କୁ ଫୋନ କରନ୍ତୁ ବୋଲି ମଙ୍ଗଳବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ସୂଚନା ଦେଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେବିଟ୍‌ କାର୍ଡରେ ପରିବର୍ତ୍ତନ ଆଣିଲା ଏହି ବ୍ୟାଙ୍କ, ଚେକ୍‌ କରିନିଅନ୍ତୁ ଆପଣଙ୍କ ବ୍ୟାଙ୍କ ନାହିଁ ତ?

ନୂଆଦିଲ୍ଲୀ,୨୨।୧୨: ଆପଣ କ’ଣ ଏୟାରପୋର୍ଟ ଲାଉଞ୍ଜ ଆକ୍ସେସ ପାଇବା ପାଇଁ HDFC ବ୍ୟାଙ୍କ ଡେବିଟ୍‌ କାର୍ଡ କିଣିଛନ୍ତି? ଆପଣଙ୍କ ପାଇଁ ଏକ ବଡ଼ ଅପଡେଟ। ନୂତନ...

ଡାକ୍ତରଙ୍କ ବଡ଼ ଖୁଲାସା, ସକାଳୁ କାହିଁକି ହୁଏ ହାର୍ଟଆଟାକ୍….

ନୂଆଦିଲ୍ଲୀ,୨୨।୧୨: ସକାଳ ସମୟ ହୃଦୟ ପାଇଁ ଏକ ବିଶେଷ ବିପଦପୂର୍ଣ୍ଣ ସମୟ ଭାବରେ ବିବେଚନା କରାଯାଏ। ସକାଳେ ହୃଦଘାତର ସଂଖ୍ୟା ଅଧିକ ଥାଏ । ବିଶେଷକରି...

ଦିନିକିଆ ଅଧିନାୟକ ପଦରୁ ଗିଲ୍‌ ହେବେ ବିଦା! ତାଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିବ ଅଧିନାୟକତ୍ୱ, ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୧୨: କ୍ରିକେଟର ଶୁବମନ ଗିଲ୍‌ଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ତାଙ୍କୁ ପ୍ରଥମେ ଟେଷ୍ଟ ଦଳର ଅଧିନାୟକ ଏବଂ ପରେ ଚଳିତ ବର୍ଷ...

ଭୟଙ୍କର ଦୁର୍ଘଟଣା: ଏକାବେଳକେ ୨ ବାଇକ୍‌କୁ ଧକ୍କା ଦେଲା କାର୍‌,ପରେ…

ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି...

୩ ଲକ୍ଷ ପାର୍‌ କରିବ ସୁନା ଦାମ୍‌! ଆମେରିକୀୟ ଅର୍ଥନୀତିଜ୍ଞଙ୍କ ବଡ଼ ଆକଳନ

ନୂଆଦିଲ୍ଲୀ,୨୨।୧୨: ଆମେରିକୀୟ ଅର୍ଥନୀତିଜ୍ଞ ଏବଂ ପ୍ରସିଦ୍ଧ ବଜାର ରଣନୀତିଜ୍ଞ ଏଡ ୟାରଡେନି ବିଶ୍ୱାସ କରନ୍ତି ଯେ ଏହି ଦଶନ୍ଧିର ଶେଷ ସୁଦ୍ଧା ସୁନାରେ ଏକ ଗୁରୁତ୍ୱପୂର୍ଣ୍ଣ...

ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି।...

ଏକାଠି ଜିଇଁବା ଏକାଠି ମରିବା….ସ୍ବାମୀ ମୃତ୍ୟୁର ୬ ଘଣ୍ଟା ପରେ ଦୁନିଆରୁ ବିଦାୟ ନେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: କୁହାଯାଏ ଯେ ପ୍ରକୃତ ପ୍ରେମ ଜୀବନସାରା ରହିଥାଏ । ସମସ୍ତିପୁର ଜିଲ୍ଲାର ରୋସେରାର ଏହି ହୃଦୟ ବିଦାରକ ଘଟଣା ଏହାର ପ୍ରମାଣ ଦେଉଛି ।...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri