ଲକ୍‌ଡାଉନ୍‌ ନିୟମ କୋହଳ କରିବାର ସମୟ ଆସିନାହିଁ, ସତର୍କତା ନ ରଖିଲେ ନିଆଁ ମାଡ଼ିବାର ସମ୍ଭାବନା: ବାଗ୍‌ଚୀ

ଭୁବନେଶ୍ୱର,୩୧।୩(ବ୍ୟୁରୋ): ବର୍ତ୍ତମାନ ସମୟରେ ଓଡ଼ିଶାରେ ୩ କରୋନା ପଜିଟିଭ ମାମଲା ରହିଛି। ହେଲେ ଏହି ୩-୩୦-୩୦୦-୩୦୦୦ ପର୍ଯ୍ୟନ୍ତ ଯିବା ବା ନଯିବା ଆପଣଙ୍କ ଏବଂ ମୋ’ ହାତରେ ରହିଛି। ଭାରତୀୟ ମହାନଗରୀ ଜନସଂଖ୍ୟାର ଘନତ୍ୱ ଯୁକ୍ତରାଷ୍ଟ୍ର ଆମେରିକାର ଯେକୌଣସି ସହର ଘନତ୍ୱଠାରୁ ଅଧିକ। ଦେଖିବାକୁ ଗଲେ ୨୦୧୧ ଜନଗଣନାନୁଯାୟୀ ଓଡ଼ିଶାର ୧୦ଟି ଜନବହୁଳ ସହର ହେଉଛି ଭୁବନେଶ୍ୱର, କଟକ, ରାଉରକେଲା, ବ୍ରହ୍ମପୁର, ପୁରୀ, ବାଲେଶ୍ୱର, ଭଦ୍ରକ, ବାରିପଦା, ବଲାଙ୍ଗୀର। ମାତ୍ର ଘନତ୍ୱ ଦୃଷ୍ଟିରୁ ପୁରୀ, ଭୁବନେଶ୍ୱର, ବରଗଡ଼, ଭବାନୀପାଟଣା, ବ୍ରହ୍ମପୁର, ଭଦ୍ରକ, ରାୟଭଡ଼ା, ରାଉରକେଲା, କଟକ, ଜୟପୁର ଆଦି ଜନବହୁଳ ସହର। ନ୍ୟୁୟର୍କର ଜନବହୁଳତା ମୋଟାମାଟି ଭାବେ ପୁରୀ ସହରର ଜନବହୁଳତାକୁ ସାମଞ୍ଜସ୍ୟ କରାଯାଇପାରେ। ସେହିଭଳି ଜୟପୁର ରୋମ ସହରର ଘନତ୍ୱ ସହ ସମାନ। ଏହାକୁ ଅନୁଧ୍ୟାନ କରିବା ଆବଶ୍ୟକ। ଓଡ଼ିଶାରେ ୩ ପଜିଟିଭ୍‌ ଆସିଥିଲେ ହେଁ ନୀତିନିୟମ କୋହଳ କରିବାର ଆବଶ୍ୟକତା ନାହିଁ। ସତର୍କତା ନ ରଖିଲେ ନିଆଁ ମାଡ଼ିବାର ସମ୍ଭାବନା ରହିଛି। ଆଗାମୀ ୧୫ ଦିନ ପର୍ଯ୍ୟନ୍ତ ବାରମ୍ବାର ସାବୁନ ପାଣିରେ ହାତ ଧୁଅନ୍ତୁ। ସାମାଜିକ ଦୂରତ୍ୱ ବଜାୟ ରଖନ୍ତୁ। ସଂଗରୋଧ କରନ୍ତୁ। ଲକ୍‌ଡାଉନ୍‌ରେ ରୁହନ୍ତୁ। କୌଣସି ସମସ୍ୟା ଦେଖାଦେଲେ ୧୦୪କୁ ଫୋନ କରନ୍ତୁ ବୋଲି ମଙ୍ଗଳବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ସୂଚନା ଦେଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ସନ୍ନ୍ୟାସ ବୟାନକୁ ନେଇ ଭାଜପାର ତୀବ୍ର ଟାର୍ଗେଟ୍‌, କହିଲା- ‘ତାଙ୍କ ବୟସ ମଧ୍ୟ…’

କୋଲକାତା,୨୫।୮: ଟିଏମସି ପ୍ରମୁଖ ମମତା ବାନାର୍ଜୀଙ୍କ ପକ୍ଷରୁ ‘ରାଜନୀତିରୁ ସନ୍ନ୍ୟାସ’ ନେବା ସମ୍ପର୍କରେ ଦିଆଯାଇଥିବା ବୟାନ ଉପରେ ଭାଜପା ପକ୍ଷରୁ ପାଲଟା ଜବାବ ଦିଆଯାଇଛି। ପଶ୍ଚିମବଙ୍ଗର ସ୍ବାସ୍ଥ୍ୟମନ୍ତ୍ରୀ…

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ଉତ୍ତରାଷାଢ଼ା ନକ୍ଷତ୍ର ସହ ଆୟୁଷ୍ମାନ ଯୋଗ: ଆଜିଠୁ ଏହି ୫ ରାଶିଙ୍କ ଭଲ ଦିନ ଆରମ୍ଭ, ଚାକିରିରେ ପ୍ରମୋସନ ସହ ଧନବର୍ଷା!

୨୫ ଅଗଷ୍ଟ ୨୦୨୬ ଦିନଟି ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ୍‌ ରହିପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ଦ୍ୱାଦଶୀ ତିଥି ଏବଂ ମଙ୍ଗଳବାର।…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri