ଲକ୍‌ଡାଉନ୍‌ ପରେ କଳାବଜାର ଉପରେ କଡ଼ା ନଜର

ଦାରିଙ୍ଗବାଡ଼ି,୨୫।୩(ଡି.ଏନ୍‌.ଏ.): ଗୋଟିଏ ପଟେ କରୋନା ସଂକ୍ରମଣ ପ୍ରତିହତ ପାଇଁ ଜିଲା ପ୍ରଶାସନ ପକ୍ଷରୁ ୧୪୪ ଧାରା ବଳବତ୍ତର ରହିଥିବା ସହ ରାଜ୍ୟ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହାର ଫାଇଦା ଉଠାଉଛନ୍ତି କେତେକ ଅସାଧୁ ବ୍ୟବସାୟୀ। ଅତ୍ୟାବଶ୍ୟକୀୟ ସାମଗ୍ରୀର ଅଭାବ ନେଇ ବ୍ୟବସାୟୀମାନେ ଗୁଜବ ସୃଷ୍ଟି କରୁଛନ୍ତି। ଭୟରେ ଲୋକେ ବଜାରରୁ ଅତ୍ୟାବଶ୍ୟକୀୟ ସାମଗ୍ରୀକୁ ସଂଗ୍ରହ କରିଛନ୍ତି। ସିମନବାଡ଼ି ଅଞ୍ଚଳରେ ଥିବା ଗ୍ରାମୀଣ ବିତରକଙ୍କ ଠାରେ ରନ୍ଧନ ଗ୍ୟାସ ମିଳୁ ନ ଥିବା ବେଳେ ଏହାର କଳାବଜାର ହେଉଥିବା ଅଭିଯୋଗ ହୋଇଥିଲା। ବାଲିଗୁଡ଼ା ଏସ୍‌ଡିପିଓ ମାନସ ରଞ୍ଜନ ବାରିକ ଡିଲରଙ୍କ ନିକଟରେ ପହଞ୍ଚି ତଦନ୍ତ କରିଛନ୍ତି। ତେବେ ସିମନବାଡ଼ି ବିତରକଙ୍କ ନକିଟରେ ଅଭାବ ପଡ଼ିଥିବାରୁ ସେ ଦାରିଙ୍ଗବାଡ଼ି ବିତରକଙ୍କଠାରୁ ଆଣି ଲୋକଙ୍କୁ ଯୋଗାଇ ଦେଇଥିବା ଜଣାପଡ଼ିଥିଲା। କଳାବଜାର କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସ୍‌ଡିପିଓ କହିଛନ୍ତି। ସେହିପରି ଜିଲା ବାହାରୁ ପନିପରିବା ଆଣି ଦାରିଙ୍ଗବାଡ଼ି ଅଞ୍ଚଳରେ କିଛି ବ୍ୟବସାୟୀ ବିକ୍ରି କରୁଥିବା ବେଳେ ଚଢ଼ା ଦରରେ ବିକ୍ରି କଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୁହାଯାଇଛି। ଡାଲି,ଚାଉଳ,ଆଳୁ, ପିଆଜ, ତେଲ ଭଳି ଜରୁରୀ ସାମଗ୍ରୀର କିଭଳି କଳାବଜାର ହେବ ନାହିଁ ସେନେଇ ବ୍ୟବସାୟୀମାନଙ୍କୁ ଏସ୍‌ଡିପିଓ ଦାଗିଦ୍‌ କରିଛନ୍ତି। ରାଜ୍ୟରେ ରାଶନ ସାମଗ୍ରୀର ଅଭାବ ନାହିଁ। ଏଣୁ କଳାବଜାରକୁ ରୋକାଯିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଃଖ କରୁଛି ପାକିସ୍ତାନ ! ମୋଦିଙ୍କୁ ନେଇ ଶାହବାଜ ସରିଫଙ୍କ ପରାମର୍ଶଦାତା କହିଲେ ଏମିତି କଥା ସବୁଠି ହେଉଛି ଚର୍ଚ୍ଚା

ଇସଲାମାବାଦ,୧୧।୭: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ଜଣେ ପ୍ରମୁଖ ପରାମର୍ଶଦାତା ରାଣା ସାନାଉଲ୍ଲା ଖାନଙ୍କ ଏକ ବୟାନ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା…

ଆର୍‌ଆଇ କାର୍ଯ୍ୟାଳୟର ପାଚେରି ଭାଙ୍ଗିଲା, ସୁରକ୍ଷା ନେଇ ଚିନ୍ତା

କର୍ଲାମୁଣ୍ଡା,୧୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ରାଜସ୍ବ  ନିରୀକ୍ଷକ (ଆର୍‌.ଆଇ.) କାର୍ଯ୍ୟାଳୟର ପାଚେରିର ଏକ ବଡ଼ ଅଂଶ ଭାଙ୍ଗିପଡ଼ିଛି। ଫଳରେ କାର୍ଯ୍ୟାଳୟ ପରିସରର…

ଟ୍ରମ୍ପଙ୍କ ଧମକ ପରେ ଇରାନର ପ୍ରତିଆକ୍ରମଣ, କହିଲା ‘ଯଦି ଆମେରିକା ବିଶ୍ୱାସଘାତକତା କରେ, ତେବେ ପରିଣାମ ଭୋଗିବ’

ତେହରାନ,୧୧।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଇରାନ ସହିତ ଯୁଦ୍ଧବିରତି ଶେଷ ଘୋଷଣା ପରେ ଦୁଇ ରାଷ୍ଟ୍ର ମଧ୍ୟରେ ଉତ୍ତେଜନା ପୁଣି ଥରେ ଶୀର୍ଷରେ ପହଞ୍ଚିଛି। ଏକ…

ଆରମ୍ଭ ହୋଇଛି କି ‘ଅପରେଶନ ଟାଇଗର-୩’? ଉଦ୍ଧବ ଗୋଷ୍ଠୀର ୧୦ ବିଧାୟକ ଶିନ୍ଦେ ଗୋଷ୍ଠୀରେ ଯୋଗ ଦେଇପାରନ୍ତି

ମୁମ୍ବାଇ,୧୧।୦୭: ମହାରାଷ୍ଟ୍ରରେ ଏକ ବଡ଼ ରାଜନୈତିକ ଘଟଣାକ୍ରମକୁ ନେଇ କଳ୍ପନାଜଳ୍ପନା ପୁଣି ଥରେ ତୀବ୍ର ହୋଇଛି। ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନା ଗୋଷ୍ଠୀ ‘ଅପରେଶନ ଟାଇଗର-୩’ ପାଇଁ…

ଯନ୍ତ୍ରଣା ବଖାଣିଲେ ଦୀପିକା: ବାଥରୁମ୍‌ ପର୍ଯ୍ୟନ୍ତ ଯିବାକୁ…

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ଆଜିକାଲି ଗର୍ଭବତୀ ଅଛନ୍ତି। ଖୁବ୍‌ଶୀଘ୍ର ସେ ଦ୍ୱିତୀୟ ସନ୍ତାନ ଜନ୍ମଦେବାକୁ ଯାଉଛନ୍ତି। ଦୀପିକା ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ନିୟମିତ ଭାବରେ…

ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷିବ, ଆଲର୍ଟ ଜାରି

ଭୁବନେଶ୍ୱର,୧୧।୬: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଆଗାମୀ ୭ ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗାଙ୍ଗେଟିକ…

ସୁପ୍ରିମକୋର୍ଟରେ କାଗଜପତ୍ର ଫିଙ୍ଗିଥିବା ବ୍ୟକ୍ତିଙ୍କ ବିରୋଧରେ ନିଆଯିବନି କୌଣସି କାର୍ଯ୍ୟାନୁଷ୍ଠାନ: CJI ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୧।୭: ସୁପ୍ରିମକୋର୍ଟ ଖଣ୍ଡପୀଠ ସମ୍ମୁଖରେ କାଗଜ ଫିଙ୍ଗିଥିବା ଏବଂ ଅପମାନଜନକ ଭାଷା ବ୍ୟବହାର କରିଥିବା ଆବେଦନକାରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ମୁଖ୍ୟ ବିଚାରପତି…

କ୍ୟାଶ୍, ନା କ୍ରେଡିଟ୍ କାର୍ଡ! ଜାଣନ୍ତୁ ବିଦେଶ ଗସ୍ତରେ କେମିତି ପେମେଣ୍ଟ କରନ୍ତି ପିଏମ ମୋଦି?

ନୂଆଦିଲ୍ଲୀ,୧୧।୭: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟତଃ ବିଦେଶ ଗସ୍ତରେ ରହିଥାନ୍ତି। ଏହି ସମୟରେ ମଧ୍ୟ ପିଏମ ତିନୋଟି ଦେଶର ଯାତ୍ରାରେ ଅଛନ୍ତି। ବର୍ତ୍ତମାନ ସେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri