ଲକ୍‌ଡାଉନ୍‌ ପରେ ବିନା ରେଜିଷ୍ଟ୍ରେଶନରେ ଓଡ଼ିଶା ମନା: ଫେରିବା ପାଇଁ ୨୪ରୁ କରିପାରିବେ ରେଜିଷ୍ଟ୍ରେଶନ

ଭୁବନେଶ୍ୱର, ୨୨।୪(ବ୍ୟୁରୋ): ଲକ୍‌ଡାଉନ୍‌ ଖୋଲିବା ପରେ ବାହାର ରାଜ୍ୟରେ ଫସି ରହିଥିବା ଓଡ଼ିଆ ରାଜ୍ୟକୁ ଫେରିବେ। ଆକଳନ ଅନୁଯାୟୀ ଓଡ଼ିଶାକୁ ବାହାରୁ ପ୍ରାୟ ୫ଲକ୍ଷ ଓଡ଼ିଆ ଆସିବାର ସମ୍ଭାବନା ରହିଛି। ତେବେ ସେମାନେ କିଭଳି ଆସିପାରିବେ ସେନେଇ ପଞ୍ଚାୟତିରାଜ ସଚିବ ବିସ୍ତୁତ ସୂଚନା ଦେଇଛନ୍ତି। ସେମାନଙ୍କୁ ପ୍ରଥମେ ରେଜିଷ୍ଟ୍ରେଶନ କରିବାକୁ ପଡ଼ିବ। ଏଥିପାଇଁ ୨୪ତାରିଖରୁ ସ୍ବତନ୍ତ୍ର ପୋର୍ଟାଲ ଖୋଲିବେ। ଏଥିରେ ସେମାନେ ନିଜେ ବା ତାଙ୍କର କେହି ଏହି ପଞ୍ଜୀକରଣ କରାଇପାରିବେ। ତାଙ୍କର କେହି ସମ୍ପର୍କୀୟ ମଧ୍ୟ ପଞ୍ଚାୟତ ଅଫିସରରେ ଫର୍ମ ଦେଇପାରିବେ। ପଞ୍ଜୀକରଣ ପରେ ଯେବେ ଆସିବେ, ବିଭକ୍ତିକରଣ କରାଯାଇପାରିବ। ପଞ୍ଚାୟତଓ୍ବାରୀ ଆସିବେ, ଷ୍ଟେଶନକୁ ଗାଡ଼ି ନେଇ ପ୍ରବାସୀଙ୍କୁ ଅଣାଯିବ। ପଞ୍ଚାୟତ ଅଧିକାରୀ ଷ୍ଟେଶନ ଯିବେ। ଗାଡ଼ି କରି ସେମାନଙ୍କୁ ଆଣିବେ। ସେମାନେ ଘରକୁ ଯାଇପାରିବେ ନାହିଁ। ପଞ୍ଚାୟତ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହିବେ। ୧୪ ଦିନ ମଧ୍ୟରେ ସେମାନଙ୍କର ସାମ୍ପୁଲ ଟେଷ୍ଟ କରାଯିବ। ପ୍ରବାସୀଙ୍କୁ ହୋମ୍‌ କ୍ୱାରାଣ୍ଟାଇନ୍‌ ମନା। ସେମାନେ ସରକାରୀ କ୍ୱାରାଣ୍ଟାଇନ୍‌ରେ ରହିବେ। ସ୍ବାସ୍ଥ୍ୟ କର୍ମୀ ପଞ୍ଚାୟତ କ୍ୟାମ୍ପ ଯିବେ, ସେମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିବେ।

ପ୍ରକାଶ ଯେ, ସରପଞ୍ଚ ନିଜ ପଞ୍ଚାୟତକୁ ଆସିବାକୁ ଥିବା ଲୋକମାନଙ୍କ ସମ୍ଭାବନାକୁ ଦୃଷ୍ଟିରେ ରଖି କ୍ୱାରାଣ୍ଟାଇନ୍‌ ବ୍ୟବସ୍ଥା କରିବାକୁ ପଡ଼ିବ। ରାଜ୍ୟ ସରକାର ଏଥିପାଇଁ ୨୪ତାରିଖରେ ଏକ ପୋର୍ଟାଲ ଖୋଲିବେ। ସେଥିରେ ଆସୁଥିବା ସମସ୍ତ ଲୋକଙ୍କ ଆତ୍ମୀୟ ଓ ପରିବାର ପଞ୍ଜୀକରଣ କରିବେ ତାହା ସୁନିଶ୍ଚିତ କରିବା ସରପଞ୍ଚଙ୍କ ଦାୟିତ୍ୱ। ସବୁ ପଞ୍ଚାୟତ ପାଇଁ ଜଣେ ଜଣେ ନୋଡ଼ାଲ ଅଫିସର ରହିବା ସହ ବିଡିଓମାନେ ପଞ୍ଚାୟତରେ ତଦାରଖ ପାଇଁ ଏକ ୫ଜଣିଆ ଟିମ୍‌ ଗଠନ କରିବାକୁ କାର୍ଯ୍ୟକ୍ରମରେ ମତ ପ୍ରକାଶ ପାଇଛି। ଏହାଛଡ଼ା ମୁଖ୍ୟମନ୍ତ୍ରୀ ସରପଞ୍ଚମାନଙ୍କୁ କ୍ଷମତା ଦେବା ପରେ ସେମାନେ ଗ୍ରାମାଞ୍ଚଳରେ ଜଣେ ଜଣେ କୋଭିଡ ଯୋଦ୍ଧା ଭାବେ କାମ କରିବେ ବୋଲି ବୁଧବାର ଆୟୋଜିତ ଶପତପାଠ ଉତ୍ସବରେ କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri