ଲକ୍‌ଡାଉନ୍‌ ପ୍ରଭାବ: ବଜାରରୁ ଆଳୁ, ପିଆଜ ଉଭାନ୍‌

ଖୋର୍ଦ୍ଧା ଅଫିସ,୨୫।୩: କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ସରକାର ବିଭିନ୍ନ ସତର୍କତା ଅବଲମ୍ବନ କରୁଛନ୍ତି। କେନ୍ଦ୍ର ସରକାର ମଙ୍ଗଳବାର ମଧ୍ୟରାତ୍ରରୁ ସମ୍ପୂର୍ଣ୍ଣ ଲକ୍‌ଡାଉନ ଘୋଷଣା କରିବା ପରେ ବୁଧବାର ବଜାରରୁ ଆଳୁ ଓ ପିଆଜ ଉଭାନ୍‌ ହୋଇଯାଇଥିବା ଦେଖିବାକୁ ମିଳୁଛି। ଅନ୍ୟପଟେ ବଜାରରେ ପନିପରିବା ଦର ଆକାଶଛୁଆଁ ହୋଇଛି। ଏହାକୁ ନେଇ ଗ୍ରାହକ ଅସନ୍ତୋଷ ପ୍ରକାଶ କରିଛନ୍ତି। ପ୍ରଶାସନର ଅବହେଳାରୁ ଦର ଅନିୟନ୍ତ୍ରିତ ରହିଥିବା ଅଭିଯୋଗ ହେଉଛି।
ଅନ୍ୟପଟେ ଲକ୍‌ଡାଉନକୁ ଦୃଷ୍ଟିରେ ରଖି କେତେକ ବେପାରୀ ଗୋଦାମରେ ଆଳୁ ଓ ପିଆଜ ଷ୍ଟକ୍‌ ରଖିବା ଆରମ୍ଭ କରିଦେଇଛନ୍ତି। ଏ ନେଇ କୁବେରପୁରୀ ବ୍ୟବସାୟୀ ସଂଘ ସମ୍ପାଦକ ଶକ୍ତି ଶଙ୍କର ମିଶ୍ର କହିଛନ୍ତି, ବର୍ତ୍ତମାନ ଆଳୁ ଓ ପିଆଜ ଯଥେଷ୍ଟ ଆମଦାନୀ ହୋଇଛି। କଳାବଜାର ରୋକିବା ଦାୟିତ୍ୱ ପ୍ରଶାସନର। ପ୍ରଶାସନ ଏ ନେଇ ତୁରନ୍ତ ହସ୍ତକ୍ଷେପ କରିବା ଆବଶ୍ୟକ ବୋଲି ସେ କହିଛନ୍ତି।
ନାକାବନ୍ଦୀ, ପୋଲିସ କଟକଣା ଯୋଗୁ ଗ୍ରାମାଞ୍ଚଳ ବ୍ୟବସାୟୀ ବଜାରକୁ ଆସିପାରୁନାହାନ୍ତି। ଏହାର ପ୍ରଭାବ ସାଧାରଣ ଖାଉଟିଙ୍କ ଉପରେ ପଡୁଛି। ଏ ନେଇ ପ୍ରଶାସନ ଗୁରୁତ୍ୱ ଦେବା ଜରୁରୀ ବୋଲି ମତ ପ୍ରକାଶ ପାଇଛି। ଜିଲାପାଳ ସୀତାଂଶୁ ରାଉତ କୁହନ୍ତି, ଏ ସମ୍ପର୍କରେ ଆଲୋଚନା ଚାଲିଛି। ଏଥିପ୍ରତି ପ୍ରଶାସନ ସଚେତନ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

କୋଭିଡ୍‌ ମହାମାରୀ ସମୟରେ ଅନ୍‌ଲାଇନ ପଢ଼ାରେ ପିଲାମାନେ ଅଭ୍ୟସ୍ତ ହୋଇଯାଇଥିଲେ। ଘରେ ରହିଲେ ମଧ୍ୟ ପିଲାମାନେ ମୋବାଇଲ ଆସକ୍ତି ଛାଡ଼ି ପାରୁନାହାନ୍ତି। ପିଲାଙ୍କ ମାନସିକ ସ୍ଥିତି...

ପରିବେଶତନ୍ତ୍ରୀ

”ଆଜି ଯେଉଁଠି ପହଞ୍ଚଛି ସେଥିପାଇଁ ପ୍ରେରଣା ସ୍ଥାନୀୟ ଗ୍ରାମରୁ ପାଇଛି, ଯେଉଁଠି ଲୋକମାନେ ମୋ ସହ ଠିଆ ହୋଇଥିଲେ। ହେନ୍ତାଳବଣକୁ ନିଜର ଭାବି ପରିଷ୍କାର କରିବାରେ...

ପୂର୍ବତନ ଆଇଏଏସ ଅଧିକାରୀ ରାଜକୁମାର ଗୋଏଲ ହେବେ ମୁଖ୍ୟ ସୂଚନା କମିଶନର, ସୋମବାର ନେବେ ଶପଥ

ନୂଆଦିଲ୍ଲୀ,୧୪।୧୨: ଅବସରପ୍ରାପ୍ତ IAS ଅଧିକାରୀ ରାଜ କୁମାର ଗୋଏଲ ଦେଶର ପରବର୍ତ୍ତୀ ମୁଖ୍ୟ ସୂଚନା କମିଶନର (CIC) ହେବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ତାଙ୍କୁ...

ଜାପାନରେ ରିଲିଜ ହେବ ‘ପୁଷ୍ପା ୨’

ହାଇଦ୍ରାବାଦ୍‌: ବ୍ଲକ୍‌ବଷ୍ଟର ଫିଲ୍ମ ‘ପୁଷ୍ପା ୨: ଦି ରୁଲ୍‌’ ଏବେ ଜାପାନରେ ରିଲିଜ ପାଇଁ ପ୍ରସ୍ତୁତ ହେଉଛି। ଆଉ ଏହି ରିଲିଜ ପୂର୍ବରୁ ଅଭିନେତା ଅଲ୍ଲୁ...

ଭାରତ ମାତାର ଦୁଃଖ

ଏଇ କେଇଦିନ ତଳେ ସଂସଦ ଭବନରେ ପ୍ରଧାନମନ୍ତ୍ରୀ ମୋଦି ‘ବନ୍ଦେ ମାତରଂ’କୁ ନେଇ ଏକ ଦୀର୍ଘକାଳୀନ ବିଚାର ବିଶ୍ଳେଷଣ ରଖିଥିଲେ। ‘ବନ୍ଦେ ମାତରଂ’କୁ ନେଇ ପାର୍ଲାମେଣ୍ଟ...

ଦିଲ୍ଲୀ ଏକ୍ୟୁଆଇ ୪୪୧: ଜିଆର୍‌ଏପି-୪ ଲାଗୁହେଲା

ନୂଆଦିଲ୍ଲୀ,୧୪ା୧୨: ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ଶନିବାର ସନ୍ଧ୍ୟାରେ ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୪୪୧ରେ ପହଞ୍ଚତ୍ଛି, ଯାହାକି ଅତ୍ୟନ୍ତ ଗମ୍ଭୀର ବର୍ଗର। ପ୍ରଦୂଷଣକୁ ନିୟନ୍ତ୍ରଣ କରିବା...

ସୁଶାସନରେ ସମସ୍ୟା

ଅନେକ ସମୟରେ ଶାସନରେ ସୁଫଳ ପାଇବା କଷ୍ଟକର ହେଲେ ବିଫଳତାକୁ ସ୍ବୀକାରକରିବା ପରିବର୍ତ୍ତେ ରାଜନୈତିକ କୌଶଳ ବା ଦୃଷ୍ଟିକୋଣ ଉପରେ ନିର୍ଭର କରାଯାଇପାରେ, ଯାହା ଏକ...

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri