ଲକ୍‌ଡାଉନ୍‌ ପ୍ରଭାବ: ବଜାରରୁ ଆଳୁ, ପିଆଜ ଉଭାନ୍‌

ଖୋର୍ଦ୍ଧା ଅଫିସ,୨୫।୩: କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ସରକାର ବିଭିନ୍ନ ସତର୍କତା ଅବଲମ୍ବନ କରୁଛନ୍ତି। କେନ୍ଦ୍ର ସରକାର ମଙ୍ଗଳବାର ମଧ୍ୟରାତ୍ରରୁ ସମ୍ପୂର୍ଣ୍ଣ ଲକ୍‌ଡାଉନ ଘୋଷଣା କରିବା ପରେ ବୁଧବାର ବଜାରରୁ ଆଳୁ ଓ ପିଆଜ ଉଭାନ୍‌ ହୋଇଯାଇଥିବା ଦେଖିବାକୁ ମିଳୁଛି। ଅନ୍ୟପଟେ ବଜାରରେ ପନିପରିବା ଦର ଆକାଶଛୁଆଁ ହୋଇଛି। ଏହାକୁ ନେଇ ଗ୍ରାହକ ଅସନ୍ତୋଷ ପ୍ରକାଶ କରିଛନ୍ତି। ପ୍ରଶାସନର ଅବହେଳାରୁ ଦର ଅନିୟନ୍ତ୍ରିତ ରହିଥିବା ଅଭିଯୋଗ ହେଉଛି।
ଅନ୍ୟପଟେ ଲକ୍‌ଡାଉନକୁ ଦୃଷ୍ଟିରେ ରଖି କେତେକ ବେପାରୀ ଗୋଦାମରେ ଆଳୁ ଓ ପିଆଜ ଷ୍ଟକ୍‌ ରଖିବା ଆରମ୍ଭ କରିଦେଇଛନ୍ତି। ଏ ନେଇ କୁବେରପୁରୀ ବ୍ୟବସାୟୀ ସଂଘ ସମ୍ପାଦକ ଶକ୍ତି ଶଙ୍କର ମିଶ୍ର କହିଛନ୍ତି, ବର୍ତ୍ତମାନ ଆଳୁ ଓ ପିଆଜ ଯଥେଷ୍ଟ ଆମଦାନୀ ହୋଇଛି। କଳାବଜାର ରୋକିବା ଦାୟିତ୍ୱ ପ୍ରଶାସନର। ପ୍ରଶାସନ ଏ ନେଇ ତୁରନ୍ତ ହସ୍ତକ୍ଷେପ କରିବା ଆବଶ୍ୟକ ବୋଲି ସେ କହିଛନ୍ତି।
ନାକାବନ୍ଦୀ, ପୋଲିସ କଟକଣା ଯୋଗୁ ଗ୍ରାମାଞ୍ଚଳ ବ୍ୟବସାୟୀ ବଜାରକୁ ଆସିପାରୁନାହାନ୍ତି। ଏହାର ପ୍ରଭାବ ସାଧାରଣ ଖାଉଟିଙ୍କ ଉପରେ ପଡୁଛି। ଏ ନେଇ ପ୍ରଶାସନ ଗୁରୁତ୍ୱ ଦେବା ଜରୁରୀ ବୋଲି ମତ ପ୍ରକାଶ ପାଇଛି। ଜିଲାପାଳ ସୀତାଂଶୁ ରାଉତ କୁହନ୍ତି, ଏ ସମ୍ପର୍କରେ ଆଲୋଚନା ଚାଲିଛି। ଏଥିପ୍ରତି ପ୍ରଶାସନ ସଚେତନ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ବରେ ଚହଳ! ପୁଟିନ ମୋଦିଙ୍କ ପ୍ରଶଂସା କରିବା ପରେ ଟ୍ରମ୍ପ କହିଦେଲେ ଏତେ ବଡ଼ କଥା, ଫାଇଦା ଉଠାଇଛି….

ଓ୍ବାଶିଂଟନ,୫।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟ ପ୍ରଧାନମନ୍ତ୍ରୀ ମୋଦି ଏବଂ…

ଜିଆରପି ଥାନା ଦାବି କଲା ରେଳ ଉପଭୋକ୍ତା ସଂଘ

ବରଗଡ଼,୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ରେଳ ଉପଭୋକ୍ତା ସଂଘର ଏକ ପ୍ରତିନିଧି ଦଳ ଗୁରୁବାର ବରଗଡ଼ ଏସ୍‌ପି ଶ୍ରୀ ରବୀନ୍ଦ୍ର ନାଥ ଶତପଥୀଙ୍କୁ ଫେରାଦ ହୋଇଥିଲେ। ନୂତନ…

କାଠଯୋଡ଼ି ନଦୀରୁ ମୃତଦେହ ଉଦ୍ଧାର ମାମଲା: ମୃତ ଯୁବତୀ FM ମେଡିକାଲ କଲେଜ ଛାତ୍ରୀ, ଘର…

କଟକ/ବାରଙ୍ଗ,୪।୬(ପ୍ରଭୁ କଲ୍ୟାଣ ପାଲ/ ଲିଙ୍ଗରାଜ ରାଉତ): କଟକ ଜିଲା ବାରଙ୍ଗ ଥାନା ଅଧୀନ କାଠଯୋଡ଼ି ନଦୀରୁ ଗୁରୁବାର ଭୋରୁ ଜଣେ ଯୁବତୀଙ୍କ ମୃତଦେହ ମିଳିଛି। ସେ ହେଲେ…

ବୁଲା କୁକୁର ଆତଙ୍କ, ଗୋଟିଏ ଦିନରେ ୭ଜଣଙ୍କୁ କାମୁଡ଼ିଲା

ଅମ୍ବାଦଳା,୪।୬(ରବୀନ୍ଦ୍ର ପଣ୍ଡା): ରାୟଗଡ଼ା ଜିଲା ଅମ୍ବାଦଳା ଅଞ୍ଚଳରେ ବୁଲା କୁକୁର ଆତଙ୍କ ଦେଖାଦେଇଛି। ଗୁରୁବାର ଏକ ବୁଲା କୁକୁର କାମୁଡାରେ ଜଣେ ଶିଶୁଙ୍କ ସହ ମୋଟ ୭ଜଣ…

ଅଫିସରେ ଅସୁସ୍ଥତା, ଘରେ ଆଖି ବୁଜିଲେ ଜନସ୍ୱାସ୍ଥ୍ୟ ଵିଭାଗ କିରାଣୀ ଗୋପାଳ ରଥ

ବଲାଙ୍ଗୀର, ୪।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରାଜୀବ ନଗର ନିବାସୀ ଗୋପାଳ ଚରଣ ରଥଙ୍କ ଗୁରୁବାର ପରଲୋକ ହୋଇଛି। ସେ ବଲାଙ୍ଗୀର ପିଏଚଡି ସବଡିଭିଜନ ଅଫିସରେ ବିଲିଂ…

ଜମି ବିକ୍ରି ନାଁରେ ୧୦ ଲକ୍ଷ ଟଙ୍କା ଠକେଇ, ବନ୍ଧା ହେଲେ ଜମି ମାଲିକ

କୋରୁକୋଣ୍ଡା,୪।୬(ଶିବଦତ୍ତ ସାହୁ): ଜମି ବିକ୍ରି ନାଁରେ ୧୦ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ମାଲକାନଗିରି ଜିଲା ଓର୍କେଲ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ…

ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ: ଖାର୍ଗେ-ପୱନ ଖେରା କର୍ନାଟକରୁ ମନୋନୀତ

ନୂଆଦିଲ୍ଲୀ,୪।୬: କଂଗ୍ରେସ ଦଳ କର୍ନାଟକ, ମଧ୍ୟ ପ୍ରଦେଶ, ରାଜସ୍ଥାନ, ତାମିଲନାଡୁ ଏବଂ ଝାଡ଼ଖଣ୍ଡ ରାଜ୍ୟ ପାଇଁ ରାଜ୍ୟ ସଭା ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ କର୍ନାଟକରୁ…

ପଦ୍ମପୁରରେ ନିଶା କାରବାର ଉପରେ ଚଢାଉ: ୨୨ ବସ୍ତା ବେଆଇନ କଫ୍ ସିରପ୍ ଜବତ, ୨ ଗିରଫ

ପଦ୍ମପୁର,୪।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଅଞ୍ଚଳରେ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ବେଆଇନ ନିଶାଦ୍ରବ୍ୟ କାରବାର ବିରୋଧରେ କଡ଼ା ଆଭିମୁଖ୍ୟ ଗ୍ରହଣ କରି ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri