ଲକ୍‌ଡାଉନ୍‌ ମାନୁନାହାନ୍ତି, ଔଷଧ ଆଣିବା ବାହାନାରେ ବାହାରେ ବୁଲୁଛନ୍ତି ଲୋକେ

ବାଲିଗୁଡ଼ା,୨୮।୩(ଡି.ଏନ୍‌.ଏ.): କରୋନା ସଂକ୍ରମଣ ରୋକିବାକୁ ସାରାଦେଶ ଲକ୍‌ଡାଉନ୍‌ କରାଯାଇଛି। କେବଳ ଜରୁରୀ ସମୟରେ ଓ ଅତ୍ୟାବଶ୍ୟକ ସାମଗ୍ରୀ ଆଣିବା ପାଇଁ ଲୋକମାନେ ବାହାରକୁ ଯିବା ପାଇଁ ସରକାରୀ ନିର୍ଦ୍ଦେଶ ରହିଛି। ହେଲେ କନ୍ଧମାଳ ଜିଲା ବାଲିଗୁଡ଼ା ତଥା ଆଖପାଖ ବ୍ଲକ ଅଞ୍ଚଳରେ ଲୋକମାନେ ଏହାକୁ ମାନୁ ନ ଥିବା ଦେଖାଯାଉଛି। ମେଡିକାଲକୁ ଯିବା, ଔଷଧ ଆଣିବା ନ ହେଲେ ଖାଦ୍ୟ ସାମଗ୍ରୀ ଆଣିବା ନାଁରେ ଅନେକ ଲୋକ ଘରୁ ବାହାରି ପଦାରେ ବୁଲୁଛନ୍ତି। ବାଲିଗୁଡ଼ା ଟାଉନ ଅଞ୍ଚଳରେ ଅନେକ ସମୟରେ ଲୋକଙ୍କ ଗହଳି ଲାଗି ରହୁଥିବାରୁ ସ୍ଥାନୀୟ ତହସିଲଦାର ଓ ଥାନା ଅଧିକାରୀଙ୍କ ସହ ପୋଲିସ ସେଠାରେ ପହଞ୍ଚି ସାମାଜିକ ଦୂରତ୍ୱ ରକ୍ଷା କରିବା ପାଇଁ ଲୋକଙ୍କୁ ସଚେତନ କରିଥିଲେ। ଏଥିସହ ଦୋକାନୀଙ୍କ ସହ ଆଲୋଚନା କରି ଲୋକଙ୍କୁ ସଚେତନ କରିବାକୁ ପରାମର୍ଶ ଦେଇଥିଲେ। ଏହା ବ୍ୟତୀତ ଏଠାରେ ସକାଳ ୭ଟରୁ ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ ଜରୁରିକାଳୀନ ଦୋକାନ ଯଥା, ରାଶନ ସାମଗ୍ରୀ, ପନିପରିବା, କ୍ଷୀର ଭଳି ବିଭିନ୍ନ ଦୋକାନ ଖୋଲା ଯାଉଛି। ଏ ସବୁକୁ ଦୃଷ୍ଟିରେ ରଖି ବଜାର ଓ ବିଭିନ୍ନ ଜନଗହଳିପୂର୍ଣ୍ଣ ଛକରେ ପୋଲିସ ଫୋର୍ସ ମୁତୟନ କରାଯାଇଛି। ବିଭିନ୍ନ ସମୟରେ ଗାଁ ଭିତରକୁ ପିସିଆର୍‌ ଭ୍ୟାନ୍‌ ପଶି ପରିସ୍ଥିତି ରାଜ୍ୟ ତଥା ଦେଶ ବାହାରୁ ଆସୁଥିବା ବ୍ୟକ୍ତିଙ୍କ ଉପରେ ନଜର ରଖାଯାଉଛି ବୋଲି ଥାନାଅଧିକାରୀ ପ୍ରଶାନ୍ତ କୁମାର ବେହେରା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri