ଲକ୍‌ଡାଉନ୍‌ ମାନୁନାହାନ୍ତି ୧୦ ପ୍ରତିଶତ ଲୋକ: ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ;ଗିରଫ ହେଲେଣି ୧୪୦୦ରୁ ଅଧିକ ଉଲ୍ଲଂଘନକାରୀ

ଭୁବନେଶ୍ୱର,୩୦।୩(ବ୍ୟୁରୋ)- ମହାମାରୀ କରୋନା ସଂକ୍ରମଣ ରୋକିବାକୁ ସାରା ଭାରତ ଏବେ ଲକ୍‌ଡାଉନ୍‌। ଓଡ଼ିଶାରେ ମଧ୍ୟ ଲକ୍‌ଡାଉନକୁ ସଫଳ କରିବା ପାଇଁ ରାଜ୍ୟ ସରକାର ସବୁ ପ୍ରକାର ପଦକ୍ଷେପ ନେଉଛନ୍ତି। ତେବେ ସରକାରଙ୍କ ଲକ୍‌ଡାଉନ୍‌ ନିର୍ଦ୍ଦେଶକୁ ବର୍ତ୍ତମାନ ସମୟରେ ରାଜ୍ୟର ୯୦ ପ୍ରତିଶତ ବ୍ୟକ୍ତି ପାଳନ କରୁଛନ୍ତି। ହେଲେ ଦୁର୍ଭାଗ୍ୟବଶତଃ ୧୦ ପ୍ରତିଶତ ଲୋକ ଘଟଣାର ଗୁରୁତ୍ୱ ବୁଝୁନାହାନ୍ତି ବୋଲି କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ କହିଛନ୍ତି। ଏହି ୧୦ ପ୍ରତିଶତଙ୍କ ଦାୟିତ୍ୱହୀନତା ୯୦ ପ୍ରତିଶତ ଲୋକଙ୍କ ପାଇଁ ବିପଦ ଆଣିପାରେ। ଏମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିବା ବାଗ୍‌ଚୀ ସୂଚନା ଦେଇଛନ୍ତି।
ଏ ନେଇ ଡିଜିପି ଅଭୟ କହିଛନ୍ତି ଯେ, ଏହି ଲକ୍‌ଡାଉନ୍‌ ପ୍ରଥମଥର ପାଇଁ ହୋଇଛି। ଏଥିପାଇଁ ୭୦୦ରୁ ଊର୍ଦ୍ଧ୍ୱ ଥାନାକୁ ସବ୍‌୍ଇନ୍ସପେକ୍ଟର ଯୋଗାଇ ଦିଆଯାଇଛି। ଏମାନଙ୍କୁ ବିଭିନ୍ନ ଟ୍ରେନିଂ ଇନ୍‌ଷ୍ଟିଚ୍ୟୁଟ୍‌ ଓ ଅନ୍ୟାନ୍ୟ ସଂସ୍ଥାରୁ କାଢ଼ି ଦିଆଯାଇଛି। ୧୬୨ ପ୍ଲାଟୁନ୍‌ ଫୋର୍ସ ମୁତୟନ କରାଯାଇଛି। ୧ ହଜାରରୁ ଊର୍ଦ୍ଧ୍ୱ ଗାଡ଼ି ଦିଆଯାଇଛି। ଏଥିସହିତ ସେମାନଙ୍କୁ ନିର୍ଦ୍ଦେଶ ରହିଛି ଯେ, ଉଲ୍ଲଂଘନକାରୀଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବେ, କିନ୍ତୁ କାହାକୁ ଦୁର୍ବ୍ୟବହାର କରିବ ନାହିଁ। ତେଣୁ ଲକ୍‌ଡାଉନ୍‌କୁ ମାନୁ ନ ଥିବା ଲୋକଙ୍କ ନାମରେ ମାମଲା ହେଉଛି। ଇତିମଧ୍ୟରେ ୧୫୦୦ରୁ ଊର୍ଦ୍ଧ୍ୱ ମାମଲା ରୁଜୁ ହୋଇଥିବାବେଳେ ୧୪୦୦ରୁ ଊର୍ଦ୍ଧ୍ୱ ଲୋକଙ୍କୁ ଗିରଫ କରାଯାଇଛି। ଅନ୍ୟପକ୍ଷରେ ହୋମ୍‌ କ୍ୱାରାଣ୍ଟାଇନ୍‌ ନିୟମ ଉଲ୍ଲଂଘନ ପାଇଁ ୩ ମାମଲା ରୁଜୁ ହୋଇଛି। ତେବେ ଏଭଳି ଜଟିଳ ସମୟରେ ପୋଲିସ ଓ ପ୍ରଶାସନକୁ ସହଯୋଗ କରିବାକୁ ଡିଜିପି ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କଲେ ସୋଫିଆ, କହିଲେ ନିଜ ସ୍ବାର୍ଥ ପାଇଁ…

କଟକ,୧୯ା୨: କଟକରେ ଜଣ୍ଡିସ୍‌ କାୟା ବିସ୍ତାର କରିବା ପ୍ରସଙ୍ଗରେ ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କରିଛନ୍ତି ବିଧାୟିକା ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି, ନିଜ ସ୍ବାର୍ଥ ପାଇଁ…

ଜମ୍ବୁ-ମାର୍ଶାଘାଇ ରାସ୍ତା ହେବ ଦୋହରୀକରଣ, ନିର୍ମାଣ ହେବ ନୂଆ ଏୟାର ଷ୍ଟ୍ରିପ୍‌

ମହାକାଳପଡ଼ା, ୧୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ-ଜମ୍ବୁ ରାସ୍ତାର ଉନ୍ନତି ଓ ପ୍ରଶସ୍ତୀକରଣ ପ୍ରକଳ୍ପ ନିମନ୍ତେ ମହାକାଳପଡ଼ା ତହସିଲ ଅନ୍ତର୍ଗତ ଦୁଇଟି ଗ୍ରାମ ତଥା ଚଡେଇଗୁଅଁା…

ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା: ଖୋଲୁଛି ସ୍କୁଲ, ଧାର ଚାଉଳରେ ଚାଲିଛି ମଧ୍ୟାହ୍ନ ଭୋଜନ

ଥୁଆମୂଳ ରାମପୁର,୧୯।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ଭୁଶୁଡ଼ି ପଡ଼ିଛି। କେଉଁଠି ଶିକ୍ଷକଙ୍କ ଅଭାବ ତ କେଉଁଠି ମଧ୍ୟାହ୍ନ…

ଯାତ୍ରା ଦେଖିବାକୁ ଯାଇଥିଲେ ପରିବାର ଲୋକେ, ଘରେ ପଶି…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ଗାଁ ଗାଁରେ ମାତିଲେଣି ଚୋର। ଘରେ କେହି ନ ଥିବା ସୁଯୋଗ ନେଇ ଦିନରେ ଟାର୍ଗେଟ ଏବଂ ବିଳମ୍ବିତ ରାତିରେ ଘରେ ପଶି ଲୁଟ୍‌…

ସରିଲା ଆଜିର ପ୍ରଥମ ଦିନର ମାଟ୍ରିକ ପରୀକ୍ଷା, ଆନନ୍ଦ ମନରେ ପିଲାମାନେ…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ବା ମାଟ୍ରିକ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ଏହା ମାର୍ଚ୍ଚ…

ସୁଧୀରଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ ପଟ୍ଟନାୟକ, ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର….

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ଆଜିଠୁ ମାଟ୍ରିକ ପରୀକ୍ଷା, ସ୍ଥିତି ପରଖିଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୯ା୨(ଦିଲ୍ଲୀପ ସାମଲ): ଗୁରୁବାରଠୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା। ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ। ଆଜି ମାତୃଭାଷାରେ ପରୀକ୍ଷା ଦେଲେ ଛାତ୍ରୀଛାତ୍ର । ସକାଳ ୯…

ନାନା ସମସ୍ୟା ଦେଇ ଗତି କରୁଛି ବଳରାମପୁର ଗାଁ, ଅଭିଯୋଗ କରି ଗ୍ରାମବାସୀ…

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳି ପଞ୍ଚାୟତ ବଳରାମପୁର ଗ୍ରାମ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ରାସ୍ତାଘାଟଠାରୁ ଆରମ୍ଭ କରି ବହୁ କ୍ଷେତ୍ରରେ ଅବହେଳିତ ହୋଇରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri