ଲକ୍‌ଡାଉନ୍‌: ରାଜରାସ୍ତାରେ ନୀଳଗାଈ

ନୂଆଦିଲ୍ଲୀ: କରୋନା ଭାଇରସ୍‌ ଯୋଗୁ ଏବେ ସବୁ ଦେଶ ଲକ୍‌ଡାଉନ୍‌ ହୋଇ ଯାଇଥିବାରୁ ଲୋକମାନେ ଘର ଭିତରେ ରହୁଛନ୍ତି। ସେଥିପାଇଁ ଚାରିଆଡେ ରାସ୍ତାଘାଟ ଶୂନଶାନ୍‌ ହୋଇଯାଇଛି। ଲୋକେ କେହି ପଦାକୁ ବାହାରୁ ନାହାନ୍ତି। ତେଣୁ ପ୍ରକୃତିର ବିଭିନ୍ନ ରୂପକୁ ଏବେ ଦେଖିବାକୁ ମିଳୁଛି। ବିଭିନ୍ନ ଅଞ୍ଚଳରେ ଏବେ ଲୋକେ ରାସ୍ତାରେ ନଥିବାରୁ ବନ୍ୟଜନ୍ତୁମାନେ ବେଶ୍‌ ଆନନ୍ଦରେ ରାସ୍ତା ଉପରେ ବିଚରଣ କରୁଛନ୍ତି। ଠିକ୍‌ ଏଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି ନଏଡା ସେକ୍ଟର-୧୮ ଅଞ୍ଚଳରେ। ଆଶ୍ଚର୍ଯ୍ୟଜନକଭାବେ ଏଠାରେ ରାଜରାସ୍ତା ଉପରେ ନୀଳଗାଈ ବେଶ୍‌ ନିର୍ଭୟରେ ବୁଲୁଥିବାର ଦେଖିବାକୁ ମିଳିଛି।
ନୀଳଗାଈ ବୁଲୁଥିବାର ଏମିତି ଏକ ଭିଜୁଆଲକୁ ଜଣେ ସାମ୍ବାଦିକ ସୋସିଆଲ୍‌ ମିଡିଆରେ ଶେୟାର କରିଛନ୍ତି। ୨୫ ସେକେଣ୍ଡର ଏହି ଭିଡିଓରେ ଦେଖିବାକୁ ମିଳିଛି କି ରାସ୍ତାରେ ଥିବା ଏକ ମଲ୍‌ ପାଖ ଦେଇ ନୀଳଗାଈ ବେଶ୍‌ ଆରାମରେ ଧୀରେ ଧୀରେ ଯାଉଛି। ଏଇ ଭିଡିଓଟିକୁ ଲୋକେ ଖୁବ୍‌ ପ୍ରଶଂସା କରିଛନ୍ତି। କିଛି ଲୋକ ଏହାକୁ ପ୍ରକୃତିର ସୁନ୍ଦରତା କହିଥିବାବେଳେ ଅନ୍ୟ କେତେଜଣ କହିଛନ୍ତି ଲୋକେ ନଥିବାବେଳେ ଜୀବଜନ୍ତୁମାନେ ବୁଲିବା ପାଇଁ ଟିକେ ସ୍ବାଧୀନତା ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଅତିରିକ୍ତ ଶୁଳ୍କ ଲଗାଇଲେ ସମ୍ପର୍କ ଖରାପ ହୋଇପାରେ, କାଥାବାର୍ତ୍ତା ମାଧ୍ୟମରେ…,’ ମେକ୍ସିକୋର ଟାରିଫକୁ ନେଇ ଭାରତ କହିଲା…

ନୂଆଦିଲ୍ଲୀ,୧୪।୧୨: ମେକ୍ସିକୋର କିଛି ଭାରତୀୟ ଉତ୍ପାଦ ଉପରେ ୫୦ ପ୍ରତିଶତ ପର୍ଯ୍ୟନ୍ତ ଶୁଳ୍କ ବୃଦ୍ଧି ନିଷ୍ପତ୍ତି ପରେ ଭାରତ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି।...

ଏଇ ଭାରତରେ

କୋଭିଡ୍‌ ମହାମାରୀ ସମୟରେ ଅନ୍‌ଲାଇନ ପଢ଼ାରେ ପିଲାମାନେ ଅଭ୍ୟସ୍ତ ହୋଇଯାଇଥିଲେ। ଘରେ ରହିଲେ ମଧ୍ୟ ପିଲାମାନେ ମୋବାଇଲ ଆସକ୍ତି ଛାଡ଼ି ପାରୁନାହାନ୍ତି। ପିଲାଙ୍କ ମାନସିକ ସ୍ଥିତି...

ପରିବେଶତନ୍ତ୍ରୀ

”ଆଜି ଯେଉଁଠି ପହଞ୍ଚଛି ସେଥିପାଇଁ ପ୍ରେରଣା ସ୍ଥାନୀୟ ଗ୍ରାମରୁ ପାଇଛି, ଯେଉଁଠି ଲୋକମାନେ ମୋ ସହ ଠିଆ ହୋଇଥିଲେ। ହେନ୍ତାଳବଣକୁ ନିଜର ଭାବି ପରିଷ୍କାର କରିବାରେ...

ପୂର୍ବତନ ଆଇଏଏସ ଅଧିକାରୀ ରାଜକୁମାର ଗୋଏଲ ହେବେ ମୁଖ୍ୟ ସୂଚନା କମିଶନର, ସୋମବାର ନେବେ ଶପଥ

ନୂଆଦିଲ୍ଲୀ,୧୪।୧୨: ଅବସରପ୍ରାପ୍ତ IAS ଅଧିକାରୀ ରାଜ କୁମାର ଗୋଏଲ ଦେଶର ପରବର୍ତ୍ତୀ ମୁଖ୍ୟ ସୂଚନା କମିଶନର (CIC) ହେବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ତାଙ୍କୁ...

ଜାପାନରେ ରିଲିଜ ହେବ ‘ପୁଷ୍ପା ୨’

ହାଇଦ୍ରାବାଦ୍‌: ବ୍ଲକ୍‌ବଷ୍ଟର ଫିଲ୍ମ ‘ପୁଷ୍ପା ୨: ଦି ରୁଲ୍‌’ ଏବେ ଜାପାନରେ ରିଲିଜ ପାଇଁ ପ୍ରସ୍ତୁତ ହେଉଛି। ଆଉ ଏହି ରିଲିଜ ପୂର୍ବରୁ ଅଭିନେତା ଅଲ୍ଲୁ...

ଭାରତ ମାତାର ଦୁଃଖ

ଏଇ କେଇଦିନ ତଳେ ସଂସଦ ଭବନରେ ପ୍ରଧାନମନ୍ତ୍ରୀ ମୋଦି ‘ବନ୍ଦେ ମାତରଂ’କୁ ନେଇ ଏକ ଦୀର୍ଘକାଳୀନ ବିଚାର ବିଶ୍ଳେଷଣ ରଖିଥିଲେ। ‘ବନ୍ଦେ ମାତରଂ’କୁ ନେଇ ପାର୍ଲାମେଣ୍ଟ...

ଦିଲ୍ଲୀ ଏକ୍ୟୁଆଇ ୪୪୧: ଜିଆର୍‌ଏପି-୪ ଲାଗୁହେଲା

ନୂଆଦିଲ୍ଲୀ,୧୪ା୧୨: ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ଶନିବାର ସନ୍ଧ୍ୟାରେ ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୪୪୧ରେ ପହଞ୍ଚତ୍ଛି, ଯାହାକି ଅତ୍ୟନ୍ତ ଗମ୍ଭୀର ବର୍ଗର। ପ୍ରଦୂଷଣକୁ ନିୟନ୍ତ୍ରଣ କରିବା...

ସୁଶାସନରେ ସମସ୍ୟା

ଅନେକ ସମୟରେ ଶାସନରେ ସୁଫଳ ପାଇବା କଷ୍ଟକର ହେଲେ ବିଫଳତାକୁ ସ୍ବୀକାରକରିବା ପରିବର୍ତ୍ତେ ରାଜନୈତିକ କୌଶଳ ବା ଦୃଷ୍ଟିକୋଣ ଉପରେ ନିର୍ଭର କରାଯାଇପାରେ, ଯାହା ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri