ଲକ୍‌ଡାଉନ୍‌ ଶେଷ ପରେ ପୁରୁଷୋତ୍ତମପୁରକୁ ଫେରିବେ ୧୫,୩୦୦ ଲୋକ: ୧୨୩ କ୍ୱାରାଣ୍ଟାଇନ୍‌ ସେଣ୍ଟର ପ୍ରସ୍ତୁତ: ତଦାରଖ କଲେ ଉପଜିଲାପାଳ

ପୁରୁଷୋତ୍ତମପୁର,୨୬ା୪(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଏବଂ ଏନ୍‌ଏସିକୁ ରାଜ୍ୟ ଓ ଜିଲା ବାହାରୁ ଆସିବାକୁ ଥିବା ଲୋକଙ୍କ ଆକଳନକୁ ଲକ୍ଷ୍ୟ ରଖି ପ୍ରଶାସନ ପକ୍ଷରୁ ପ୍ରାୟ ୧୫ ହଜାର ୩ ଶହ ଲୋକଙ୍କ ରହିବା ଲାଗି କ୍ବାରାଣ୍ଟାଇନ୍‌ ସେଣ୍ଟରର ବ୍ୟବସ୍ଥା କରାଯାଇଛି। ଏଥିମଧ୍ୟରୁ ପୁରୁଷୋତ୍ତମପୁର ଏନ୍‌ଏସିରେ ୬ଟି ସେଣ୍ଟର ଯଥା ତାରା ତାରିଣୀ କଲେଜ, ଏନ.ଡି ହାଇସ୍କୁଲ, ସରକାରୀ ବାଳିକା ହାଇସ୍କୁଲର, ସରସ୍ବତୀ ଶିଶୁ ମନ୍ଦିର, ଏକ୍ସ ବୋର୍ଡ ପ୍ରାଥମିକ ସ୍କୁଲ ଓ କୁମଗ ଉଚ୍ଚ ପ୍ରାଥମିକ ସ୍କୁଲ ଗୃହକୁ ନିଆଯାଇ ସେଥି ମଧ୍ୟରେ ୩୦୦ ଲୋକଙ୍କ ରହିବା ଲାଗି ବ୍ୟବସ୍ଥା କରାଯାଇଛି। ଜଳ ଯୋଗାଣ, ପାଇଖାନା, ବିଦ୍ୟୁତ୍‌, ମହିଳା, ଶିଶୁ ଓ ପୁରୁଷମାନଙ୍କ ଲାଗି ସ୍ବତନ୍ତ୍ର ରହିବା ବ୍ୟବସ୍ଥା ମଧ୍ୟ କରାଯାଇଛି। ଛତ୍ରପୁର ଉପଜିଲାପାଳ ପ୍ରିୟରଞ୍ଜନ ପୃଷ୍ଟି ଏନ୍‌ଏସି ନିର୍ବାହୀ ଏ. ନାଗେଶ୍ବର ରାଓଙ୍କୁ ନିର୍ଦ୍ଦେଶ ଦେଇ ସମସ୍ତ ସେଣ୍ଟରର ପାରିପାର୍ଶ୍ୱିକ ସ୍ଥିତି ଯାଞ୍ଚ କରିଛନ୍ତି। ସେହିପରି ବ୍ଲକର ୨୬ଟି ପଞ୍ଚାୟତକୁ ପ୍ରାୟ ୧୫ ହଜାର ଲୋକ ଫେରିବା ଆଶଙ୍କା କରି ୧୨୩ଟି କ୍ବାରାଣ୍ଟାଇନ୍‌ ସେଣ୍ଟର ବ୍ୟବସ୍ଥା କରାଯାଇଛି। ଏହି ଲୋକଙ୍କ ତଦାରଖ ଲାଗି ଏନ୍‌ଏସିରେ ୨ଟି ଜୋନ୍‌ କରାଯାଇଛି। ବ୍ଲକର ୨୬ଟି ପଞ୍ଚାୟତକୁ ୧୩ଟି ଜୋନ୍‌ରେ ବିଭକ୍ତ କରି ପ୍ରତି ସେଣ୍ଟରରେ ସେଠାକାର ଅଧ୍ୟକ୍ଷ ଓ ପ୍ରଧାନଶିକ୍ଷକମାନଙ୍କୁ ସେଣ୍ଟର ଇନ୍‌ଚାର୍ଜ ଦାୟିତ୍ୱ ଦିଆଯାଇଛି। ଏଥିସହ ଆବଶ୍ୟକ କର୍ମଚାରୀ ଯୋଗାଇ ଦେବା ନୋଡାଲ ଅଫିସର ନିଯୁକ୍ତ ଲାଗି ମଧ୍ୟ ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମେ ସୋସିଆଲ ମିଡିଆରେ ପୋଷ୍ଟ, ଏବେ ଭାଜପାରୁ ଇସ୍ତଫା ଦେଇ ଚମକାଇଲେ ଧର୍ମେନ୍ଦ୍ର

ଲକ୍ଷ୍ନୌ, ୯।୧୦: ଉତ୍ତର ପ୍ରଦେଶରେ ରାଜ୍ୟ ସଭା ନିର୍ବାଚନ ପାଇଁ ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ଭାରତୀୟ ଜନତା ପାର୍ଟିର ପୂର୍ବତନ MP ଧର୍ମେନ୍ଦ୍ର କଶ୍ୟପ…

ବାଲିଯାତ୍ରାରେ ରକ୍ତପାତ: ଛୁରାମାଡ଼ରେ ଜଣେ ମୃତ, ଅନ୍ୟଜଣେ ଗୁରୁତର

କଲ୍ୟାଣସିଂହପୁର, ୯।୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିଖରପାଇ ବାଲିଯାତ୍ରାରେ ଘଟିଛି ଏକ ଅଭାବନୀୟ ଘଟଣା। ସାମାନ୍ୟ ବଚସାକୁ କେନ୍ଦ୍ର କରି…

କେତେ ପଢ଼ିଛନ୍ତି ଫେମସ ୟୁଟ୍ୟୁବର ଧ୍ରୁବ ରାଠୀ? ନେଟ୍ ୱର୍ଥ ଶୁଣିଲେ ଉଡ଼ିଯିବ ହୋସ୍

ଗତ କିଛି ବର୍ଷ ମଧ୍ୟରେ ଧ୍ରୁବ ରାଠିଙ୍କ ନାମ ଭାରତୀୟ ସୋସିଆଲ ମିଡିଆ ଜଗତରେ ଅଧିକ ଲୋକପ୍ରିୟ ହୋଇଛି। ପ୍ରାରମ୍ଭିକ ଦିନରେ ଟ୍ରାଭେଲ ଭିଡିଓ ଯୋଗୁଁ ଫେମସ…

ସୌରାଷ୍ଟ୍ରରୁ ଖେଳିବେ ଜାଡେଜା

ରାଜକୋଟ,୯ା୧୦: ରଣଜୀ ଟ୍ରଫି ୨୦୨୬-୨୭ ସିଜନରେ ଛତିଶଗଡ଼ ବିପକ୍ଷ ଓପନିଂ ମ୍ୟାଚରେ ସୌରାଷ୍ଟ୍ର ପକ୍ଷରୁ ଭାରତ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜା ଖେଳିବେ। ଜୟଦେବ ଉନାଡକଟ ତାଙ୍କ ଅଧିନାୟକ…

୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ

ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?